କରୋନାରେ ପୁଅ ମୃତ୍ୟୁ ଖବର ଶୁଣି ବାପାଙ୍କ ଆତ୍ମହତ୍ୟା

କବିସୂର୍ଯ୍ୟନଗର,୩ା୭(ଡି.ଏନ୍‌.ଏ.)- କରୋନାରେ ଏକମାତ୍ର ପୁଅଙ୍କ ମୃତ୍ୟୁ ଖବର ଶୁଣି ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ବାପା। ଏଭଳି ଦୁଃଖଦ ଘଟଣା ଘଟିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଅଞ୍ଚଳରେ। ମୃତକ ହେଲେ କବିସୂର୍ଯ୍ୟନଗର ଏନ୍‌ଏସିର ଟ୍ୟାକ୍ସ କଲେକ୍ଟ ଅଫିସର ରାଜକିଶୋର ଶତପଥୀ (୫୫)।
କବିସୂର୍ଯ୍ୟନଗର ନାରାୟଣପୁରଶାସନ ନିବାସୀ ରାଜକିଶୋରଙ୍କ ପୁଅ ସୀମାଞ୍ଚଳ (୨୭) ସୁନାରିଝୋଳା ପଞ୍ଚାୟତ ସ୍କୁଲରେ ଶିକ୍ଷକତା କରୁଥିଲେ। ନିଶ୍ୱାସ ନେବାରେ ଅସୁବିଧା ଯୋଗୁ ସୀମାଞ୍ଚଳଙ୍କୁ ଗତ ୧ତାରିଖରେ ଭୁବନେଶ୍ୱରସ୍ଥିତ ସମ୍‌ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ସ୍ବାବ୍‌ ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଥିଲା। ଗୁରୁବାର ରିପୋର୍ଟ ପଜିଟିଭ ଆସିଥିଲା। ଶୁକ୍ରବାର ସକାଳୁ ତାଙ୍କର ମୃତ୍ୟୁ ଘଟିଥିଲା। ବନ୍ଧୁ, ସମ୍ପର୍କୀୟ ଏହା ଜାଣିଥିଲେ ମଧ୍ୟ ସୀମାଞ୍ଚଳଙ୍କ ବାପା ଓ ମା’ଙ୍କୁ ଜଣାଇ ନ ଥିଲେ। ବାପା ରାଜକିଶୋର ଅପରାହ୍ନରେ ଏହା ଜାଣିବା ପରେ ଦୁଃଖରେ ଭାଙ୍ଗି ପଡିଥିଲେ। ସନ୍ଧ୍ୟାରେ କାହାକୁ କିଛି ନ ଜଣାଇ ଘରୁ କେଉଁଆଡେ ପଳାଇଥିଲେ। ସାପୁଆବସା ଜଙ୍ଗଲରେ ଏକ ଗଛରେ ରାଜକିଶୋରଙ୍କ ଝୁଲନ୍ତା ମୃତଦେହ ସ୍ଥାନୀୟ ଲୋକେ ଦେଖି ପରିବାରକୁ ଜଣାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି।
ସୂଚନାଯୋଗ୍ୟ, ଗୁରୁବାର ମଧ୍ୟ କବିସୂର୍ଯ୍ୟନଗର ଅଞ୍ଚଳରେ ଏପରି ଏକ ଅଭାବନୀୟ ଘଟଣା ଘଟିଥିଲା। ଜଣେ ସୁନା ବ୍ୟବସାୟୀଙ୍କ କରୋନା ରିପୋର୍ଟ ପଜିଟିଭ ଆସିବାପରେ ହୃଦ୍‌ଘାତରେ ତାଙ୍କ ବାପାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri