ବିବାହ ଭୋଜିରେ ଯୋଗ ଦେଇ ୧୧ ହେଲେ କରୋନା ଆକ୍ରାନ୍ତ: ଭୁବନେଶ୍ବରରୁ ଅଛନ୍ତି ଜଣେ

କଟକ ଅଫିସ,୫।୭: କଟକ ସହର ମାଣିକଘୋଷରୁ ଶନିବାର ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୭ ଜଣ ପୁରୁଷ ଏବଂ ୪ଜଣ ମହିଳା ଅଛନ୍ତି। ଏମାନେ ସମସ୍ତେ ସମ୍ପର୍କୀୟ। ଗତ କିଛି ଦିନ ପୂର୍ବରୁ ମାଣିକଘୋଷରେ ଏହି ପରିବାର ଏକ ବିବାହ ଭୋଜି ଆୟୋଜନ କରିଥିଲେ। ଏଥିରେ ଭୁବନେଶ୍ବରରୁ ଜଣେ ସମ୍ପର୍କୀୟ ଯୋଗ ଦେଇଥିଲେ। ପରବର୍ତ୍ତୀ ସମୟରେ ଉକ୍ତ ସମ୍ପର୍କୀୟ ଜଣକ କରୋନା ପିଜିଟିଭ ଚିହ୍ନଟ ହୋଇଥିଲେ। ଏଣୁ ଭୋଜି ଆୟୋଜନ କରିଥିବା ପରିବାରର ସଦସ୍ୟଙ୍କୁ ଗୃହ ସଙ୍ଗରୋଧରେ ରଖା ଯାଇଥିଲା। ୧୮ ଜଣଙ୍କ ସ୍ବାବ ସଂଗ୍ରହ କରାଯାଇ ଥିଲା। ସେଥିରୁ ୧୧ଜଣ କରୋନା ପିଜିଟିଭ ଚିହ୍ନଟ ହୋଇଛନ୍ତି।
ସେହିଭଳି ସିଡିଏ ସେକ୍ଟର-୬ରୁ ୩ଜଣ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪୨ ବର୍ଷୀୟା ମହିଳା, ୧୭ ଏବଂ୧୨ ବର୍ଷୀୟ ପୁରୁଷ ରହିଛନ୍ତି। ବମ୍ଫକୁଦାରୁ ଜଣେ ୩୨ ବର୍ଷୟୀ ପୁରୁଷ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ସେ ଜଣେ ଆକ୍ରାନ୍ତଙ୍କ ସମ୍ପର୍କରେ ଆସିଥିଲେ। ମାଳିସାହିରୁ ୧୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନେ ଶୁକ୍ରବାରଠାରୁ ଚିହ୍ନଟ ହୋଇଥିଲେ ମଧ୍ୟ ରବିବାର ଏନେଇ ସୂଚନା ଦିଆଯାଇଛି। ଏପରିକି ଶନିବାର ଏହି ସାହିକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ପୂର୍ବରୁ ସାହିର ଜଣେ ବାସିନ୍ଦା ପଜିଟିଭ ଚିହ୍ନଟ ହେବା ପରେ ତାଙ୍କ ସମ୍ପର୍କରେ ଆସିଥିବା ସମସ୍ତଙ୍କୁ ସରକାରୀ ସଙ୍ଗରୋଧରେ ରଖା ଯାଇଥିଲା। ଏଥିରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଅପରପକ୍ଷେ ୩ଜଣ କରୋନା ଯୋଦ୍ଧା ଏବଂ ମାଳିସାହି ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୫ଜଣ ଆକ୍ରାନ୍ତ ହୋଇଛନ୍ତି। ଏଭଳି ଭାବେ ଶନିବାର କଟକ ମହାନଗର ଅଞ୍ଚଳରେ ମୋଟ ୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯୦ରେ ପହଞ୍ଚିଛି। ୨୨ଜଣ ସୁସ୍ଥ ହୋଇଥିବା ବେଳେ ୧୬୬ଜଣ ଚିକିତ୍ସିତ ଅଛନ୍ତି। ୨ଜଣଙ୍କ ମୃତ୍ୟୁ ଘଟିଛି। ସେହିଭଳି ଶନିବାର କଟକ ଗ୍ରାମାଞ୍ଚଳରୁ ୧୯ଜଣ ଯଥା ମାହଙ୍ଗାରୁ ୮ଜଣ, ବଡମ୍ବାରୁ ୬, ବାଙ୍କୀରୁ ୪ ଏବଂ ନିଆଳିରୁ ଜଣେଙ୍କ ସମେତ ଜଣେ ଏନ୍‌ଡିଆର୍‌ଏଫ ଯବାନ ମଧ୍ୟ ଆକ୍ରାନ୍ତ ହୋଇଛନ୍ତି। ଏଥିସହିତ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧୩ରେ ପହଞ୍ଚିଛି। ୨୯୪ ଜଣ ଚିକିତ୍ସିତ ହେଉଥିବା ବେଳେ ୫୧୩ ଜଣ ସୁସ୍ଥ ହୋଇଛନ୍ତି। ୪ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri