ଟିଡିଏସ୍‌ ନିୟମରେ ପରିବର୍ତ୍ତନ

ନୂଆଦିଲ୍ଲୀ,୬।୭ : ଆୟକର ବିଭାଗ ପକ୍ଷରୁ ଟ୍ୟାକ୍ସ ଡିଡକସନ ଆଟ ସୋର୍ସ(ଟିଡିଏସ୍‌) ନିୟମରେ ପରିବର୍ତ୍ତନ କରାଯାଇଛି। ଟିଡିଏସ୍‌ ଫର୍ମକୁ ବ୍ୟାପକ କରିବା ଲାଗି ବିଭାଗ ପକ୍ଷରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିରେ ଟିକସରେ କାଟ ନ କରିବା କ୍ଷେତ୍ରରେ ସୂଚନା ଦେବା ବାଧ୍ୟତାମୂଳକ କରାଯାଇଛି। ସେହିଭଳି ୧ କୋଟି ଟଙ୍କାରୁ ଅଧିକ ପରିମାଣର ଉଠାଣ ଉପରେ ବ୍ୟାଙ୍କଗୁଡିକୁ ଟିଡିଏସ୍‌ ରିପୋର୍ଟ ଦେବାକୁ ପଡିବ। କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି) ପକ୍ଷରୁ ଜାରି କରାଯାଇଥିବା ନୂଆ ନିୟମ ଇ-କମର୍ସ ଅପରେଟର, ବିଜନେସ ଟ୍ରଷ୍ଟ ଏବଂ ମ୍ୟୁଚୁଆଲ ଫଣ୍ଡଗୁଡିକ ପକ୍ଷରୁ ବଣ୍ଟନ ହେଉଥିବା ଡିଭିଡେଣ୍ଡ, ଟଙ୍କା ଉଠାଣ, ପ୍ରଫେଶନାଲ ଫିସ ଏବଂ ଇଣ୍ଟରେଷ୍ଟ କ୍ଷେତ୍ରରେ ଲାଗୁ ହେବ। ୨୬ କ୍ୟୁ ଏବଂ ୨୭ କ୍ୟୁ ଫର୍ମରେ ଏହା ଦ୍ୱାରା ପରିବର୍ତ୍ତନ କରାଯାଇଛି। ବିଭିନ୍ନ ରେସିଡେଣ୍ଟ ଏବଂ ଅଣ ରେସିଡେଣ୍ଟ ପେମେଣ୍ଟ ବେଳେ ଟିଡିଏସ୍‌ ବାବଦ କେତେ ଟଙ୍କା ଲେଖାଏ କାଟ ହୋଇଛି ଏବଂ ଜମା କରାଯାଇଛି ସେ ସମ୍ପର୍କରେ ରିପୋର୍ଟ ଦେବାକୁ ପଡିବ। ନୂଆ ଟିଡିଏସ୍‌ ଫର୍ମ ପୂର୍ବ ତୁଳନାରେ ବ୍ୟାପକ ହୋଇଥିବା ବିଶେଷଜ୍ଞ କହିଛନ୍ତି। ଯେଉଁ ରାଶି ଉପରେ ଟିଡିଏସ୍‌ କଟୁଛି ସେ ସମ୍ପର୍କରେ ସୂଚନା ଦେବାକୁ ହେବ। ବର୍ତ୍ତମାନ ଟିକସଦାତାଙ୍କୁ ସେହି ରାଶି ସମ୍ପର୍କରେ ତଥ୍ୟ ଦେବାକୁ ପଡିବ ଯାହା କୌଣସି କାରଣ ପାଇଁ ଟିଡିଏସ୍‌ କାଟ ହୋଇନାହିଁ। କମ୍‌ ଦର ଉପରେ ଟିଡିଏସ୍‌ କଟିବା ବା ଟିଡିଏସ୍‌ ନ କଟିବା ଭଳି ବିଭିନ୍ନ ସ୍ଥିତିରେ ଭିନ୍ନ ଭିନ୍ନ କୋଡ୍‌ ଦେବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

କାମ୍ପାକୋଲାର ନୂତନ ଅଭିଯାନ

ଭୁବନେଶ୍ୱର,୧।୫: ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ତଥା ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ ଲିମିଟେଡ୍‌ (ଆର୍‌ସିପିଏଲ୍‌)ର ପ୍ରମୁଖ ବ୍ରାଣ୍ଡ୍‌ କାମ୍ପାକୋଲାର ନୂତନ ଅଭିଯାନ ‘ନଏ ଇଣ୍ଡିଆ କା...

ଖୁବ୍‌ଶୀଘ୍ର ସମ୍ବଲପୁରରେ ଅରୁନ୍ଧତୀ ଜୁଏଲର୍ସ

ଭୁବନେଶ୍ୱର,୧।୫: ଅରୁନ୍ଧତୀ ଜୁଏଲର୍ସର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିିର୍ମିତ ନୂତନ ଶୋ’ରୁମ୍‌ର ଶୁଭାରମ୍ଭ ଖୁବ୍‌ଶୀଘ୍ର ସମ୍ବଲପୁରଠାରେ ଖୋଲିବାକୁ ଯାଉଛି। ଏପରିକି ୨୦୨୪ ମେ...

ଜୟଆଲୁକ୍କାସ୍‌ରେ ଉତ୍ସବକାଳୀନ ଅଫର

ଭୁବନେଶ୍ୱର,୧।୫(ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ପ୍ରମୁଖ ଗହଣା ବ୍ରାଣ୍ଡ୍‌ ଜୟଆଲୁକ୍କାସ୍‌ ପକ୍ଷରୁ ଉତ୍ସବକାଳୀନ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ...

ବେଦାନ୍ତ କାର୍ଯ୍ୟ ପରିସର ଅଞ୍ଚଳରେ ପ୍ରକଳ୍ପ ପଞ୍ଛିର ବିସ୍ତାର

ଭୁବନେଶ୍ୱର,୧।୫: ବେଦାନ୍ତ ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ତଥା ବେଦାନ୍ତ ଆଲୁମିନିୟମର ଅଭିନବ କାର୍ଯ୍ୟକ୍ରମ ‘ପ୍ରକଳ୍ପ ପଞ୍ଛି’ର ବିସ୍ତାର ସମ୍ପର୍କରେ ଘୋଷଣା କରାଯାଇଛି। କମ୍ପାନୀର ଓଡ଼ିଶା ୟୁନିଟ୍‌...

ପତଞ୍ଜଳିର ୧୪ ପ୍ରଡକ୍ଟର ଲାଇସେନ୍ସ ହେଲା ସସପେଣ୍ଡ, ନିତିଦିନ କରୁଛନ୍ତି ବ୍ୟବହାର, ଦେଖନ୍ତୁ ଲିଷ୍ଟ

ଡେରାଡୁନ,୩୦।୪: ବିଭ୍ରାନ୍ତିକର ବିଜ୍ଞାପନ ପ୍ରସଙ୍ଗରେ ପତଞ୍ଜଳିର ସମସ୍ୟା ହ୍ରାସ ହେବାର ଦେଖାଯାଉ ନାହିଁ। ଏକ ବଡ କାର୍ଯ୍ୟାନୁଷ୍ଠାନ ମାଧ୍ୟମରେ ଉତ୍ତରାଖଣ୍ଡ ଡ୍ରଗ ବିଭାଗର ଲାଇସେନ୍ସ ପ୍ରାଧିକରଣ...

ବଜାରରେ ମହିନ୍ଦ୍ରାର ‘ଅଲ୍‌ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’

ଭୁବନେଶ୍ୱର,୩୦।୪ (ଅଭୟ ଦାଶ): ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ)...

ବେଆଇନ ଭାବେ ଡାଲି ମହଜୁଦ ରଖିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୦।୪, (ଅନୁରାଧା ମହାରଣା): ଡାଲି ବେଆଇନ ଭାବେ ମହଜୁଦ ରଖୁଥିବା ବ୍ୟବସାୟୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଗତ କିଛି ଦିନ ଧରି କେତେକ ରାଜ୍ୟରେ...

ଇଆଇପିଏଲ୍‌ ସହ ଏଚ୍‌ଡିଏଫ୍‌ସି କ୍ୟାପିଟାଲର ସହଭାଗିତା

ଭୁବନେଶ୍ୱର,୩୦।୪: ଏଚ୍‌ଡିଏଫ୍‌ସି କ୍ୟାପିଟାଲ ଆଡଭାଇଜର୍ସ ଲିମିଟେଡ ଏବଂ ଏଲଡେକୋ ଇନ୍‌ଫ୍ରାଷ୍ଟ୍ରକଚର ଆଣ୍ଡ ପ୍ରପର୍ଟିଜ ଲିମିଟେଡ (ଇଆଇପିଏଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ସ୍ଥାପନ ହୋଇଛି। ଏପରିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri