କରୋନା ପ୍ରତିଷେଧକ ଟୀକା ବାହାରିଲେ ସ୍କୁଲ ଯିବେ ପିଲା

ନୂଆଦିଲ୍ଲୀ,୬।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ ସମସ୍ତ ସ୍କୁଲ, କଲେଜକୁ ବନ୍ଦ କରି ଦିଆଯାଇଛି। ଏପରି ସ୍ଥଳେ ହୋଇଥିବା ଏକ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି ଯେ, ୬୦ ପ୍ରତିଶତ ଅଭିଭାବକ କରୋନା ପ୍ରତିଷେଧକ ଟୀକା ବାହାରିଲେ ସ୍କୁଲକୁ ପିଲାଙ୍କୁ ପଠାଇବା ପାଇଁ ରାଜି ଅଛନ୍ତି। ୭୧ ପ୍ରତିଶତ କରୋନା ସଂକ୍ରମଣ ନିୟନ୍ତ୍ରଣ ହେବା ପରେ ସ୍କୁଲ୍‌,କଲେଜ, ବିଶ୍ୱବିଦ୍ୟାଳୟ ଆଦି ଖୋଲିବା ଆବଶ୍ୟକ ବୋଲି ମତ ଦେଇଛନ୍ତି। ସେହିପରି ୫୬ ପ୍ରତିଶତ ଅଭିଭାବକ ସ୍କୁଲ ଖୋଲିଲେ ପିଲାଙ୍କୁ ଛାଡ଼ିବା ଆଣିବା କାର୍ଯ୍ୟ କରିବାକୁ ମତ ଦେଇଛନ୍ତି। ଅପରପକ୍ଷରେ ୫୩ ପ୍ରତିଶତ ସ୍କୁଲ ନ ଖୋଲିବାକୁ ମତ ଦେଇଛନ୍ତି। ଅନ୍‌ଲାଇନ୍‌ କ୍ଲାସ୍‌କୁ ସେମାନେ ପସନ୍ଦ କରିଛନ୍ତି। ୪୫ ପ୍ରତିଶତ ଅଭିଭାବକ ନବମରୁ ଦ୍ୱାଦଶ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ସମର୍ଥନ କରିଛନ୍ତି। ତେବେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ସେମାନେ ସମର୍ଥନ କରିଛନ୍ତି। ୫୬ ପ୍ରତିଶତ ସ୍କୁଲରେ ଖେଳକୁଦ ଏବଂ ଯୋଗ ସମୟରେ ସାମାଜିକ ଦୂରତା ଅବଲମ୍ବ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏନେଇ ଗଣମାଧ୍ୟମ ସଂସ୍ଥା ଦୈନିକ ଭାସ୍କର ପକ୍ଷରୁ ଜୁନ୍‌ ୨୧ରୁ ଜୁନ୍‌ ୨୮ ମଧ୍ୟରେ ଦେଶବ୍ୟାପୀ ସର୍ଭେ କରାଯାଇଥିଲା। ଏଥିରେ ୫୫ ହଜାରରୁ ଅଧିକ ପୁରୁଷ ଏବଂ ୧୭ ହଜାରରୁ ଅଧିକ ମହିଳାଙ୍କୁ ସାମିଲ୍‌ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri