ନୀଳଗିରି ବିଧାୟକଙ୍କୁ କରୋନା

ବାଲେଶ୍ୱର ଅଫିସ, ୬।୭-ବାଲେଶ୍ୱର ଜିଲା ନୀଳଗିରି ବିଧାୟକ ଇଂ. ସୁକାନ୍ତ ନାୟକ କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ବିଧାୟକ ନାୟକ ଗତ ୧ତାରିଖରେ କୌଣସି କାର୍ଯ୍ୟରେ ଭୁବନେଶ୍ୱର ଯାଇଥିଲେ। ପରେ ସେଠାରୁ ଆସି ୨ତାରିଖରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ସହ ମିଶି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ୩ ତାରିଖରେ ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କ ଏକାଦଶାହ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏହାପରେ ତାଙ୍କ ଦେହ ଅସୁସ୍ଥ ଲାଗିବାରୁ ସେ ଉକ୍ତ ଦିନ କରୋନା ଟେଷ୍ଟ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାବ୍‌ ଦେଇଥିଲେ। ସୋମବାର ରିପୋର୍ଟ ପଜିଟିଭ୍‌ ଆସିଥିବା ଜଣାପଡ଼ିଛି। ବିଧାୟକ ପ୍ରତ୍ୟହ ଗାଁଠାରୁ ସହର ପର୍ଯ୍ୟନ୍ତ ଲୋକମାନଙ୍କୁ ମାସ୍କ ପିନ୍ଧାଇ କରୋନା ସମ୍ପର୍କରେ ସଚେତନତା କରାଇ ହଜାର ହଜାର ମାସ୍କ ବଣ୍ଟନ କରିଥିଲେ। ବିଭିନ୍ନ ସରକାରୀ ଓ ବେସରକାରୀ ବୈଠକରେ ସେ ଯୋଗଦେଇଛନ୍ତି। ତାଙ୍କର କଣ୍ଟାକ୍ଟ ଟ୍ରେସିଂ ବାହାର କରିବା କଷ୍ଟସାଧ୍ୟ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନ ପକ୍ଷରୁ ତାଙ୍କୁ କୋଭିଡ୍‌-୧୯ ହସ୍‌ପିଟାଲର ଚିକିତ୍ସା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଉଥିବା ଜିଲା ମୁଖ୍ୟ ଚିକିତ୍ସାଳୟର ଡିପିଏମ୍‌ ଅନୀଲ କୁମାର ମହାନ୍ତି ସୂଚନା ଦେଇଛନ୍ତି।
ବିଧାୟକଙ୍କ ବ୍ୟତୀତ ବାଲେଶ୍ୱର ଜିଲାରେ ସୋମବାର ଆଉ ୧୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌, ଜଣେ କ୍ୱାରାଣ୍ଟାଇନ୍‌ ସେଣ୍ଟର ହୋଇଥିବା ବେଳେ ୧୧ ଲୋକାଲ କେସ୍‌ ଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ୩ଜଣ ତାମିଲନାଡୁ, ଦିଲ୍ଲୀ ଓ ମୁମ୍ବାଇ ଫେରନ୍ତା ବୋଲି ଜିଲା ମାଜିଷ୍ଟ୍ରେଟ୍‌ ବାଲେଶ୍ୱର ଟ୍ବିଟ୍‌ କରି ଜଣାଇଛନ୍ତି। ଜିଲାରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୨ରେ ପହଞ୍ଚତ୍ଛି। ଅନ୍ୟପକ୍ଷରେ ଜିଲାରେ ସୋମବାର ଆଉ ୩ଜଣ ସୁସ୍ଥ ହୋଇଥିବାରୁ ମୋଟ ସୁସ୍ଥ ସଂଖ୍ୟା ୩୨୪ରେ ପହଞ୍ଚତ୍ଛି। ଅନ୍ୟ ୮୬ ଜଣ ବିଭିନ୍ନ କୋଭିଡ୍‌-୧୯ ହସ୍‌ପିଟାଲରେ ଚିକିତ୍ସାଧୀନ ରହିଥିବା ବେଳେ ୨ଜଣଙ୍କର ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri