କାରଖାନା ପରିସରରେ ମହିଳା ଶ୍ରମିକଙ୍କୁ ହତ୍ୟା

ଓଡାପଡା,୬ା୭(ଡି.ଏନ.ଏ)- ଢେଙ୍କାନାଳ ଜିଲା କଣ୍ଟାବଣିଆ ଥାନା ଟାଟାଷ୍ଟିଲ ବିଏସ୍‌ଏଲ୍‌ କାରଖାନା ପରିସରରେ ମହିଳା ଠିକା ଶ୍ରମିକ ଜଲି ସାହୁ(୩୦)ଙ୍କୁ ସୋମବାର ହତ୍ୟା କରାଯାଇଛି। ଜଲିଙ୍କ ସହ ସମ୍ପର୍କ ରଖିଥିବା କେନ୍ଦୁଝର ଜିଲା ତେଲକୋଇ ଅଞ୍ଚଳର ଅଚ୍ୟୁତାନନ୍ଦ ଦାସ ଏହି ହତ୍ୟାକାଣ୍ଡ ଘଟାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ନଂ. ୬୬/୨୦, ଦଫା ୩୦୨ରେ ମାମଲା ରୁଜୁ ସହ ତଦନ୍ତ ଜାରି ରଖିଥିବା ଥାନା ଅଧିକାରୀ ନିରଞ୍ଜନ ସେଠୀ ସୂଚନା ଦେଇଛନ୍ତି। ରାତି ପ୍ରାୟ ୭ଟା ୪୫ରେ କାରଖାନାର ଗେଟ୍‌ ନଂ-୧ ଦେଇ ଖସି ପଳାଉଥିବା ବେଳେ ଅଭିଯୁକ୍ତ ଅଚ୍ୟୁତାନନ୍ଦଙ୍କୁ ନିରାପତ୍ତାରକ୍ଷୀମାନେ କାବୁକରି ପୋଲିସକୁ ହସ୍ତାନ୍ତର କରିଥିବା ଜଣାପଡ଼ିଛି।
ପୋଲିସ କହିଛି, ଜଲିଙ୍କ ଘର ଦେବଗଡ ଜିଲା ବାରକୋଟ ଥାନା ବଡମ୍‌ ଅଞ୍ଚଳରେ। ବିବାହ ବିଚ୍ଛେଦ ହୋଇଥିବା ଜଲିଙ୍କ ଏକ ପୁତ୍ର ସନ୍ତାନ ରହିଛି। କିଛି ମାସ ପୂର୍ବରୁ ଜଲି କାମଖୋଜି କଣ୍ଟାବଣିଆ ଆସିଥିଲେ। ସେଠାରେ ସେ ମେସର୍ସ ଦୁର୍ଗାଷ୍ଟିଲ ଇଣ୍ଡଷ୍ଟ୍ରିଜ୍‌ ନାମକ ଠିକାସଂସ୍ଥା ଅଧୀନରେ ହାଉସ୍‌ କିପିଂ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ଅଭିଯୁକ୍ତ ଅଚ୍ୟୁତାନନ୍ଦଙ୍କ ସହିତ ତାଙ୍କର ସମ୍ପର୍କ ଗଢ଼ି ଉଠିଥିଲା। ଅଚ୍ୟୁତାନନ୍ଦ ମଝିରେ ମଝିରେ ଜଲିଙ୍କ ଭଡାଘରକୁ ଆସିବା ସହ ମଦ୍ୟପାନ କରି ମାଡ଼ମାରି ଟଙ୍କା ଛଡାଇ ନେଉଥିଲେ। ପୂର୍ବରୁ ଏହି ଘଟଣା ଥାନା ଯାଏ ଯାଇଥିଲା। ହେଲେ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୨ଟାରେ ଜଲି କାରଖାନା ପରିସରରେ ଅନ୍ୟ ୩ଜଣ ମହିଳା ଶ୍ରମିକଙ୍କ ସହ ବିଶ୍ରାମ କରୁଥିବା ବେଳେ ଅଚ୍ୟୁତାନନ୍ଦ ଜଲିଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ଜଲିଙ୍କୁ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟ ପଠାଯାଇଥିବା ବେଳେ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ ବୋଲି ପୋଲିସ ପ୍ରକାଶ କରିଛି। ବିନା ଗେଟ୍‌ ପାସ୍‌ରେ ଅଭିଯୁକ୍ତ ଅଚ୍ୟୁତାନନ୍ଦ କିଭଳି କାରଖାନା ଭିତରକୁ ପ୍ରବେଶ କରି ଏଭଳି ଘଟଣା ଘଟାଇଲେ ତାହା ତଦନ୍ତ ସାପେକ୍ଷ।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri