ଟ୍ରିବ୍ୟୁନାଲ ତୁରନ୍ତ କାର୍ଯ୍ୟକ୍ଷମ କର

କଟକ ଅଫିସ,୭।୭: ଗଠନର ପ୍ରାୟ ଦେଢ଼ ବର୍ଷ ପରେ ମଧ୍ୟ ଅକାମୀ ହୋଇ ପଡ଼ିଛି ଓଡ଼ିଶା ରିୟଲ ଇଷ୍ଟେଟ୍‌ ଆପିଲେଟ୍‌ ଟ୍ରିବ୍ୟୁନାଲ୍‌ (ଓଆର୍‌ଇଏଟି)। ଏଯାବତ୍‌ ଗୃହ ଏବଂ ଜମିର କ୍ରେତା ଓ ବିକ୍ରେତାଙ୍କ ଗୋଟିଏ ବି ଅଭିଯୋଗର ଶୁଣାଣି କି ଫଇସଲା ହୋଇନାହିଁ। ଏନେଇ ଓଡ଼ିଶା ହାଇକୋର୍ଟ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହ ଟ୍ରିବ୍ୟୁନାଲ ତୁରନ୍ତ କାର୍ଯ୍ୟକ୍ଷମ କରିବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସରକାର କାର୍ଯ୍ୟକାରୀ କରିବାରେ ବିଫଳ ହେଲେ ଏହାକୁ କୋର୍ଟର ଅବମାନନା ଭାବେ ନେଇ ହାଇକୋର୍ଟ ନିଜଆଡୁ ମାମଲା ରୁଜୁ କରିବାକୁ ଚେତାବନୀ ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ଓଆର୍‌ଇଏଟି ଅକାମୀ ପଡ଼ିଥିବା ଯୋଗୁ ସେମାନଙ୍କ ଅଭିଯୋଗର ବିଚାର ହେଉ ନ ଥିବା ଦର୍ଶାଇ ଗୃହ କ୍ରେତା ବିମଳେନ୍ଦୁ ପ୍ରଧାନ ଏବଂ ଦୁଇଟି ବିଲଡର୍‌ ସଂସ୍ଥା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ବିଚାରପତି ଜଷ୍ଟିସ୍‌ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଏହି ୩ଟି ମାମଲାର ଏକସଙ୍ଗେ ଶୁଣାଣିକରି ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି।
ସରକାରୀ ଆଇନଜୀବୀ ପି.କେ. ମୁଦୁଲି କହିଥିଲେ ଯେ, ଆର୍ଥିକ ସ୍ବାଧୀନତା ମିଳି ନ ଥିବା ଓ ଆବଶ୍ୟକ ନିଯୁକ୍ତି ହୋଇ ନ ଥିବା ଯୋଗୁ ଟ୍ରିବ୍ୟୁନାଲ୍‌ ଠିକ୍‌ରେ କାର୍ଯ୍ୟକ୍ଷମ ହୋଇପାରୁ ନାହିଁ। ରାଜ୍ୟ ସରକାର ଏନେଇ ବିଚାର କରିବା ସହ ଟ୍ରିବ୍ୟୁନାଲ୍‌କୁ କାର୍ଯ୍ୟକ୍ଷମ କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେଉଛନ୍ତି। କିନ୍ତୁ କରୋନା ଯୋଗୁ ବିଳମ୍ବ ହେଉଛି ବୋଲି ଯୁକ୍ତି ଦର୍ଶାଇ ମହଲତ ଦେବା ପାଇଁ ସେ ନିବେଦନ କରିଥିଲେ। ଆବେଦନକାରୀ ଓ ସରକାରଙ୍କ ପକ୍ଷ ଶୁଣିବା ପରେ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ ଯେ, ଟ୍ରିବ୍ୟୁନାଲ୍‌ର କାର୍ଯ୍ୟକ୍ଷମ ପାଇଁ ସରକାର ଏକ ସ୍ବତନ୍ତ୍ର ବଜେଟ୍‌ ପ୍ରସ୍ତୁତ କରିବେ। ଏହାର ପରିଚାଳନା ପାଇଁ ରିୟଲ୍‌ ଇଷ୍ଟେଟ୍‌ ରେଗୁଲେଟୋରୀ ଫଣ୍ଡରୁ ପାଣ୍ଠି ଯୋଗାଇ ଦେବା ସହ ଆର୍ଥତ୍କ ସ୍ବାଧୀନତା ଦିଆଯାଉ। ଓଡ଼ିଶା ପ୍ରାଶାସନିକ ଟ୍ରିବ୍ୟୁନାଲ୍‌ର ଯେଉଁ ୧୯ ଜଣ କର୍ମଚାରୀ ନିଯୁକ୍ତି ପାଇଛନ୍ତି, ସେମାନଙ୍କ ଦରମା ଓ ଅନ୍ୟ ସୁବିଧା ନେଇ ନିଷ୍ପତ୍ତି ହେଉ। ନୂତନ ସ୍ଥାୟୀ ନିଯୁକ୍ତି ନେଇ ସରକାରଙ୍କ ଉଚ୍ଚସ୍ତରୀୟ କମିଟିରେ ହୋଇଥିବା ନିଷ୍ପତ୍ତି କାର୍ଯ୍ୟକ୍ଷମ କରାଯାଉ। ସ୍ଥାୟୀ କାର୍ଯ୍ୟାଳୟ ନିର୍ମାଣ ପର୍ଯ୍ୟନ୍ତ ଅସ୍ଥାୟୀ କାର୍ଯ୍ୟାଳୟକୁ ପ୍ରସ୍ତୁତ କରାଯିବ। ସ୍ଥାୟୀ କାର୍ଯ୍ୟାଳୟର ନିର୍ମାଣ ଶୀଘ୍ର ସାରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଗତ ୧ ତାରିଖରେ ମାମଲାର ଶୁଣାଣି ହୋଇଥିବା ବେଳେ ଏହାର ୧୫ ଦିନ ମଧ୍ୟରେ ନିର୍ଦ୍ଦେଶ କାର୍ଯ୍ୟକାରୀ କରିବା ପାଇଁ ନିର୍ଦ୍ଦେଶ ରହିଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ମୋହିତ ଅଗ୍ରୱାଲ, ଦେବାଶିଷ ନନ୍ଦ ଓ ଏସ୍‌. ମହାପାତ୍ର ମାମଲାର ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ

ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଯାଜପୁରରେ ରୁଦ୍ଧଦ୍ୱାର ବୈଠକ ପରେ ମୁହଁ ଖୋଲିଲେ ମୋକିମ୍‌: କହିଲେ…

ଯାଜପୁର,୨୩।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆରେ ବନ୍ଧୁମିଳନ ପରେ ପ୍ରତିକ୍ରିୟା ରଖିଲେ ମୋକିମ। କହିଲେ, କଂଗ୍ରେସରେ ଅନେକ ନେତା ଓ କର୍ମୀ...

ଚାଲିଗଲା ମା’ ଛେଉଣ୍ଡ ଛୁଆହାତୀ ଶମ୍ଭୁର ଜୀବନ

ବାରଙ୍ଗ,୨୩।୧୨(ଲିଙ୍ଗରାଜ ରାଉତ): ଚନ୍ଦକା ଜଙ୍ଗଲର କୁମାରଖୁଣ୍ଟିରେ ରହୁଥିବା ୬ମାସର ମା’ଛେଉଣ୍ଡ ହାତୀ ଛୁଆ ଶମ୍ଭୁ ମଙ୍ଗଳବାର ମୃତ୍ୟୁବରଣ କରିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri