Posted inଫୁରସତ

ଟିକ୍‌ଟକ୍‌ ବ୍ୟାନ୍‌କୁ ସହିପାରିଲେନି ଏହି ଯୁବତୀ, ନେଲେ ଏଭଳି ଚରମ ପଦକ୍ଷେପ

ଭାରତରୁ ଟିକ୍‌ଟକ୍‌ ବ୍ୟାନ୍‌ ହେବା ଖବର ଅନେକଙ୍କୁ ଆଘାତ ଦେଇଛି। ବିଶେଷକରି ଟିକ୍‌ଟକ ବ୍ୟବହାରକାରୀ ଏହାକୁ ସହଜରେ ଗ୍ରହଣ କରିପାରୁନାହାନ୍ତି। ଏହି ପ୍ଲାଟଫର୍ମ ଦ୍ୱାରା କିଛି ସାଧାରଣ ଚେହେରାରୁ ଷ୍ଟାର ପାଲଟିଥିଲେ। ହେଲେ ଏବେ ଟିକ୍‌ଟକ ବ୍ୟବହାର କରିବା ସେମାନଙ୍କପାଇଁ ସ୍ବପ୍ନ ପାଲଟିଛି। ଏହି ନିଷେଧାଦେଶକୁ ସହି ନ ପାରି ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ପଢ଼ୁଥିବା ଜଣେ ୧୮ ବର୍ଷୀୟ ଯୁବତୀ ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଇଛନ୍ତି।

ସେ ହେଲେ ଟିକ୍‌ଟକ୍‌ ଷ୍ଟାର ସନ୍ଧ୍ୟା ଚୌହାନ। ଦିଲ୍ଲୀର ଗ୍ରୀନ ପାର୍କରେ ସେ ରହୁଥିବା ବେଳେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ପଢ଼ୁଥିଲେ। ଟିକଟକରେ ଯୁବତୀଜଣଙ୍କର ଲକ୍ଷ ଲକ୍ଷ ଫଲୋଅର୍‌ ଥିଲେ। ହେଲେ ଏହା ବ୍ୟାନ୍‌ ହେବା ପରେ ସେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ହେଲେ ତାଙ୍କ ଘରୁ କୌଣସି ସୁଇସାଇଡ୍‌ ନୋଟ୍‌ ଜବତ ହୋଇନାହିଁ।

ସନ୍ଧ୍ୟା ଆତ୍ମହତ୍ୟା କରିଥିବା ତାଙ୍କର ଜଣେ ସମ୍ପର୍କୀୟ ଦେଖିବାକୁ ପାଇଥିଲେ। ପରେ ସେ ପୋଲିସକୁ ଖବର ଦେଇଥିଲେ। ସେ ୨ରୁ ୩ ମାସ ହେବ ଅବସାଦଗ୍ରସ୍ତ ଥିବା ପରିବାର ପକ୍ଷରୁ କୁହାଯାଉଛି।

ଗତ ମାସରେ ଅଭିନେତା ସୁଶାନ୍ତ ସିଂ ରାଜପୁତ ଏବଂ ଅନ୍ୟ ଜଣେ ଟିକ୍‌ଟକ୍‌ ଷ୍ଟାର ସିୟା କକ୍କର ଆତ୍ମହତ୍ୟା କରିବାକୁ ନେଇ ଚର୍ଚ୍ଚାରେ ରହିଥିଲେ। ଏବେ ପୁଣି ସନ୍ଧ୍ୟାଙ୍କ ଆତ୍ମହତ୍ୟା ସମସ୍ତଙ୍କୁ ଚକିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବିଶ୍ୱ ହସ ଦିବସ

ଶିଶୁଟିର କଅଁଳ ମୁହଁର ହସ କେବଳ ମା’ବାପାଙ୍କୁ ନୁହେଁ, ସମସ୍ତଙ୍କୁ ଖୁସି ଦିଏ। ହେଲେ ସେହି ଶିଶୁ ବଡ଼ ହେଲେ ତା’ ମୁହଁରୁ ହସ ଉଭେଇ...

ଶ୍ରେଣୀଗୃହ ପାଲଟିଲା ସୁଇମିଂପୁଲ୍‌

କନୌଜ: ଭାରତର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏଥିମଧ୍ୟରେ ପାଣିପାଗ ବିଭାଗ ତରଫରୁ କେତେକ...

ଏହି ମସିହାରେ ପୃଥିବୀରୁ ଅଦୃଶ୍ୟ ହୋଇଯିବେ ମନୁଷ୍ୟ: ବାବା ଭେଙ୍ଗାଙ୍କ ଲୋମଟାଙ୍କୁରା ଭବିଷ୍ୟବାଣୀ

ନୂଆଦିଲ୍ଲୀ,୩।୫: ବୁଲଗେରିଆରେ ରହୁଥିବା ବିଶ୍ୱର ପ୍ରସିଦ୍ଧ ଭବିଷ୍ୟବକ୍ତାମାନଙ୍କ ମଧ୍ୟରୁ ବାବା ଭେଙ୍ଗା ଅନ୍ୟତମ। ସେ ୧୯୧୧ରେ ଜନ୍ମଗ୍ରହଣ କରିଥିଲେ। ବାବା ଭେଙ୍ଗା ମାତ୍ର ୧୨ ବର୍ଷ...

ବିଶ୍ୱର ସବୁଠୁ ଉତ୍ତପ୍ତ ସ୍ଥାନ: ତାପମାତ୍ରା ଜାଣିଲେ ଉଡିଯିବ ହୋଶ୍‌

ଭାରତର ସବୁଠାରୁ ଗରମ ମାସ ହେଉଛି ମେ’ ଏବଂ ଜୁନ। ଦେଶର ଅନେକ ସ୍ଥାନରେ ପ୍ରବଳ ଗରମ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। କିନ୍ତୁ ବିଶ୍ୱରେ...

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ ପ୍ରତିବର୍ଷ ମେ’ ୩ରେ ସମଗ୍ର ବିଶ୍ୱରେ ପାଳନ କରାଯାଏ।  ଏହି ଦିନଟି ଭାରତ ତଥା ସମଗ୍ର ବିଶ୍ୱରେ ଗଣମାଧ୍ୟମର ଅବଦାନକୁ...

ଶାଶୁଘରେ ନିର୍ଯାତିତା ଝିଅଙ୍କୁ ଛାଡ଼ପତ୍ର ହେବା ପରେ ବାଜା ବଜାଇ ଘରକୁ ପାଛୋଟି ନେଲେ ବାପା, ଲୋକେ କହୁଛନ୍ତି ‘ବାପା ହେବ ତ ଏମିତି’

କାନପୁର: ଆଜିର ସମାଜରେ ନାରୀଟିଏ ଯେତେ ଆତ୍ମନିର୍ଭରଶୀଳ ହେଲେ ବି ଯୌତୁକ ପ୍ରଥାରୁ ନିଜକୁ ମୁକାଳି ପାରୁନାହିଁ। ଅନେକ କ୍ଷେତ୍ରରେ ଝିଅଟିଏ ମରିମରି ବଞ୍ଚିବା ଲାଗି...

୭୦ ବର୍ଷୀୟଙ୍କ ‘ଜୀବନସାଥୀ’ ବିଜ୍ଞାପନ

ୱାଶିଂଟନ୍‌: ମଣିଷର ବୟସ ବଢିବା ସହ ଏକାନ୍ତପଣ ମଧ୍ୟ ବଢ଼ିଥାଏ। ଏହି ସମୟରେ ଯଦି ନିଜ ପରିବାର ପାଖରେ ନଥାଏ, ତେବେ ଏକାନ୍ତପଣକୁ ସାମ୍‌ନା କରିବା...

୨୫୧ ଥର ଜେଲ ଯାଇଥିବା ପ୍ରାର୍ଥୀ

ଲକ୍ଷ୍ନୌ: ଲକ୍ଷ୍ନୌ ଲୋକ ସଭା ଆସନରୁ ସମାଜବାଦୀ ପାର୍ଟି(ଏସ୍‌ପି) ରବିଦାସ ମେହରୋତ୍ରାଙ୍କୁ ପ୍ରାର୍ଥୀ କରିଛି। ଚଳିତ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବହୁ ପୁରାତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri