Posted inଖେଳ

୧୪୩ ବର୍ଷ ଇତିହାସରେ ଖେଳାଯାଇଛି ଏମିତି ଏକ ଟେଷ୍ଟ ମ୍ୟାଚ୍‌

ଲଣ୍ଡନ, ୮।୭- ଘରୋଇ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଟେଷ୍ଟ ବୁଧବାରଠାରୁ ସ୍ଥାନୀୟ ସାଉଥମ୍ପଟନର ଦି ରସ୍‌ ବାଉଲ୍‌ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଫଳରେ ଦୀର୍ଘ ୧୧୭ ଦିନର ବ୍ୟବଧାନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌ ପ୍ରତ୍ୟାବର୍ତ୍ତନ କରିଛି। ମହାମାରୀ କରୋନା ଭାଇରସ୍‌ ଲାଗି ପାଖାପାଖି ୪ ମାସ ହେବ କୌଣସି ଅନ୍ତର୍ଜାତୀୟ ମ୍ୟାଚ୍‌ ଅନୁଷ୍ଠିତ ହୋଇ ନ ଥିଲା। ଶେଷଥର ପାଇଁ ମାର୍ଚ୍ଚ ୧୫ରେ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ସିଡ୍‌ନୀରେ ଏକ ଦିନିକିଆ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ପଡ଼ିଆକୁ କ୍ରିକେଟ୍‌ ପ୍ରତ୍ୟାବର୍ତ୍ତନ କରିଥିଲେ ମଧ୍ୟ କ୍ରିକେଟ୍‌ର ସର୍ବୋଚ୍ଚ ସଂସ୍ଥା ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) କେତେକ କଟକଣା ଜାରି କରିଛି। କରୋନା ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି ବିନା ଦର୍ଶକରେ ମ୍ୟାଚ୍‌ ଅନୁଷ୍ଠିତ ହେବ। ଫଳରେ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଆରମ୍ଭ ହୋଇଥିବା ଏହି ଟେଷ୍ଟ ମ୍ୟାଚ୍‌ରେ କୌଣସି ଦର୍ଶକଙ୍କୁ ଦେଖିବାକୁ ମିଳିବ ନାହିଁ। ଟେଷ୍ଟ କ୍ରିକେଟ୍‌ର ୧୪୩ ବର୍ଷର ଇତିହାସରେ ପ୍ରଥମ ଥର ଲାଗି ଏମିତି ଏକ ମ୍ୟାଚ୍‌ ଅନୁଷ୍ଠିତ ହୋଇଛି ଯେଉଁଠି ଷ୍ଟାଡିୟମ ଦର୍ଶକ ଶୂନ୍ୟ ରହିଛି। ଫଳରେ ଖେଳାଳିଙ୍କୁ ସ୍ବାଗତ କରିବାକୁ କିମ୍ବା ମ୍ୟାଚ୍‌ ମଝିରେ ଉତ୍ସାହ ବଢ଼ାଇବା ଲାଗି ଦର୍ଶକଙ୍କ ଅନୁପସ୍ଥିତିକୁ ଖେଳାଳି ଅନୁଭବ କରିବେ। ସେହିଭଳି କରୋନା ଲାଗି ଆଇସିସି ଜାରି କରିଥିବା ଆଉ କିଛି କଟକଣା ମଧ୍ୟରେ ବୋଲରମାନେ ବଲ୍‌ରେ ଚମକ ଆଣିବା ପାଇଁ ଲାଳର ବ୍ୟବହାର କରିପାରିବେ ନାହିଁ। ଯଦି କୌଣସି ଖେଳାଳି ବାରମ୍ବାର ଏଭଳି କରନ୍ତି ତେବେ ଅମ୍ପାୟର ୨ଥର ଚେତାବନୀ ଦେବେ ଏବଂ ପରେ ୩ୟ ଥର ପେନାଲ୍ଟି ଆକାରରେ ସେହି ଦଳର ୫ ରନ କାଟିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri