ଝରକା ଡେଇଁ ହସ୍ପିଟାଲରୁ ପଳାଇଲେ କରୋନା ଆକ୍ରାନ୍ତ ମହିଳା

ପୁନେ, ୯।୭- ଭାରତରେ କରୋନା ଭାଇରସଜନିତ ସ୍ଥିତି ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ କିଛିଦିନ ହେବ ୨୦ ହଜାରରୁ ଊର୍ଦ୍ଧ୍ୱ ରହୁଛି, ଯାହାକି ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ତେବେ ଏଭଳି ଏକ ପରିସ୍ଥିତିରେ ପୁନେରେ ଜଣେ କରୋନା ଆକ୍ରାନ୍ତ ମହିଳା ହସ୍ପିଟାଲ ଝରକା ଡେଇଁ ଫେରାର ହୋଇଯାଇଥିବା ରିପୋର୍ଟ ପ୍ରକାଶ ପାଇଛି। ଏହି ଘଟଣା ପୁନେର ଏକ ମେଡିକାଲ କଲେଜରେ ଘଟିଛି। ଜୁଲାଇରେ ୩ରେ ଏଠାକୁ ଜଣେ ୪୫ ବର୍ଷୀୟା ମହିଳା କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେବାକୁ ଆସିଥିଲେ। ସେ ହସ୍ପିଟାଲର ୨ୟ ମହଲାରେ ରହି ଚିକିତ୍ସିତ ହେଉଥିଲେ। କିନ୍ତୁ କୌଣସି କାରଣରୁ ମହିଳା ଜଣଙ୍କ ହସ୍ପିଟାଲରୁ ପଳାଇବାକୁ ନିଷ୍ପତ୍ତି ନେଇଥିଲେ। ଏହାପରେ ସେ ତଳ ମହଲାକୁ ଆସିଥିଲେ ମଧ୍ୟ କଡ଼ା ସିକ୍ୟୁରିଟି ଦେଖି ଫେରି ଯାଇଥିଲେ। ଏହାପରେ ପ୍ରଥମ ମହଲାକୁ ଯାଇ ଏକ ଝରକା ଡେଇଁ ଫେରାର ହୋଇଯାଇଥିଲେ। ହସ୍ପିଟାଲ କର୍ତ୍ତୃପକ୍ଷ ଏହା ଜାଣିପାରି ମହିଳାଙ୍କୁ ଖୋଜି ଥିଲେ ମଧ୍ୟ ତାଙ୍କର କୌଣସି ପତ୍ତା ମିଳି ନ ଥିଲା। ତେବେ ଆଶ୍ଚର୍ଯ୍ୟଜନକ ଭାବେ ୨ ଘଣ୍ଟା ପରେ ମହିଳାଜଣଙ୍କ ପୁଣିଥରେ ହସ୍ପିଟାଲକୁ ଫେରି ଆସିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri