ଅତିରିକ୍ତ ତହସିଲଦାରଙ୍କୁ ଦୁର୍ବ୍ୟବହାର : ଭାଜପାର ପୂର୍ବତନ ଜିଲା ସଭାପତିଙ୍କ ନାମରେ ଏତଲା

ବାରିପଦା ଅଫିସ/ରାସଗୋବିନ୍ଦପୁର,୧୦ା୭(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ତହସିଲ କାର୍ଯ୍ୟାଳୟରେ ପଶି ଅତିରିକ୍ତ ତହସିଲଦାରଙ୍କୁ ଧମକ ଦେଇଥିବା ଅଭିଯୋଗରେ ଭାଜପାର ପୂର୍ବତନ ଜିଲା ସଭାପତି କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ନାମରେ ଥାନାରେ ଅଭିଯୋଗ ହୋଇଛି। ରାସଗୋବିନ୍ଦପୁର ପୋଲିସ ଏନେଇ ଏକ ମାମଲା(ନଂ.୧୨୩/୨୦୨୦) ରୁଜୁ କରି ତଦନ୍ତ ଜାରି ରଖିଛି।
ପୋଲିସ ସୂଚନା ଅନୁସାରେ, ମଙ୍ଗଳବାର ଅପରାହ୍ନ ୪ଟାରେ କୃଷ୍ଣଚନ୍ଦ୍ର ତହସିଲ କାର୍ଯ୍ୟାଳୟକୁ ଯାଇ ତହସିଲଦାର ଦାୟିତ୍ୱରେ ଥିବା ଅତିରିକ୍ତ ତହସିଲଦାର ପ୍ରଭାତ କୁମାର ମହାପାତ୍ରଙ୍କ ଚ୍ୟାମ୍ପରରେ ପଶିଥିଲେ। ନିଜ କର୍ମୀମାନଙ୍କ ସହିତ କାର୍ଯ୍ୟାଳୟରେ ଲାଗିଥିତ୍ବା ସିସିଟିଭି କ୍ୟାମେରାକୁ ବନ୍ଦ କରିବା ସହିତ ଗାଳି କରିଥିଲେ। ବେଆଇନ ବାଲି ଚାଲାଣ ଅଭିଯୋଗରେ ଜବତ କରାଯାଇଥିବା ବଡ଼ମାପୁରର ଦିଲୀପ ନାୟକଙ୍କ ୨ଟି ଗାଡ଼ିକୁ ଛାଡ଼ି ଦେବା ପାଇଁ ଧମକ ଦେଇଥିଲେ। ଅନ୍ୟପକ୍ଷେ କୃଷ୍ଣଚନ୍ଦ୍ର ଆରଟିଆଇ ତଥ୍ୟ ମାଗିବାକୁ ଯାଇଥିବା ବେଳେ ଅତିରିକ୍ତ ତହସିଲଦାର ତଥ୍ୟ ନ ଦେଇ ତାଙ୍କ ନାମରେ ମିଥ୍ୟା ଅଭିଯୋଗ କରିଥିବା ଜିଲା ଭାଜପା ପକ୍ଷରୁ ପ୍ରେସ୍‌ ବିବୃତିରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri