Posted inଖେଳ

୨୦୧୯ ବିଶ୍ୱକପ୍‌ ବିପର୍ଯ୍ୟୟ ଦୁଃଖଦ ଥିଲା: ଜାଡେଜା

ନୂଆଦିଲ୍ଳୀ,୧୦।୭: ଇଂଲଣ୍ଡରେ ଅନୁଷ୍ଠିତ ୨୦୧୯ ବିଶ୍ୱକପ୍‌ରେ ଭାରତ ସେମି ଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇ ବିଦାୟ ନେଇଥିଲା। ଏହି ବିପର୍ଯ୍ୟୟ ସବୁଠୁ ଦୁଃଖଦ ଥିଲା ବୋଲି ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା କହିଛନ୍ତି। ଗତବର୍ଷ ଆଜିର ଦିନରେ ଭାରତ ଏହି ମହା ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା ଓ ସାରା ଦେଶ ଦୁଃଖରେ ଭାଙ୍ଗିପଡିଥିଲା। ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଖେଳାଯାଇଥିବା ଏହି ନିର୍ଣ୍ଣାୟକ ମ୍ୟାଚ୍‌ରେ ଭାରତ ୧୮ ରନରେ ପରାସ୍ତ ହୋଇଥିଲା। ବର୍ଷାବାଧାପ୍ରାପ୍ତ ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୮ ଉଇକେଟ ହରାଇ ୨୩୯ ରନ ସଂଗ୍ରହ କରିଥିଲା। ଜବାବରେ ବ୍ୟାଟିଂ ଆରମ୍ଭ କରି ଭାରତ ୨୨୧ ରନରେ ସୀମିତ ରହି ପରାସ୍ତ ହୋଇଥିଲା। ଫାଇନାଲରେ ନ୍ୟୁଜିଲାଣ୍ଡକୁ ହରାଇ ଇଂଲଣ୍ଡ ପ୍ରଥମଥର ପାଇଁ ବିଶ୍ୱକପ୍‌ ଟାଇଟଲ ହାସଲ କରିଥିଲା। ପାରୁ ପର୍ଯ୍ୟନ୍ତ ପ୍ରୟାସ କରିଥିଲେ ମଧ୍ୟ ଆମେ ବିଜୟ ଲକ୍ଷ୍ୟଠାରୁ ଦୂରରେ ରହିଯାଇଥିଲୁ ଓ ଜୀବନର ଅନ୍ୟତମ ଦୁଃଖଦ ଦିନ ଥିଲା ବୋଲି ଜାଡେଜା ଟୁଇଟ କରି ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri