ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ଖୋଲିଲା ‘ଆହାର’

ଢେଙ୍କାନାଳ ଅଫିସ, ୧୧ା୭ – ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଶୁକ୍ରବାର ନୂତନ ଆହାର କେନ୍ଦ୍ରରେ ଶୁକ୍ରବାର ନୂତନ ଆହାର କେନ୍ଦ୍ର ଲୋକାର୍ପିତ ହୋଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଦିନବେଳା ୧୦ନଂ. ୱାର୍ଡର ଲକ୍ଷ୍ମୀଶ୍ରୀ ଏସ୍‌ଏଚ୍‌ଜି ଏବଂ ରାତିରେ ୧୧ନଂ. ୱାର୍ଡର ଜୟ ମା’ ଗାୟତ୍ରୀ ଏସ୍‌ଏଚ୍‌ଜି ଆହାର କେନ୍ଦ୍ର ପରିଚାଳନା ଦାୟିତ୍ୱ ତୁଲାଇବେ। ଏହାର ଭିତ୍ତିଭୂମି ବିକାଶ ଲାଗି ୩୨ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। କାର୍ଯ୍ୟକ୍ରମରେ ପିଡି ଡିଆର୍‌ଡିଏ ନରୋତ୍ତମ ବେହେରା, ଏଡିଏମ୍‌ଓ ଡା. ନମିତା ପଟ୍ଟନାୟକ, ପୌର ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ, ଯନ୍ତ୍ରୀ ରଶ୍ମିତା ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।
ଅନ୍ୟପକ୍ଷରେ ଢେଙ୍କାନାଳ ଜିଲାରେ କରୋନା ମୁକାବିଲାକୁ ଆହୁରି ଜୋର୍‌ଦାର କରିବାକୁ ପ୍ରଶାସନ ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଛି। ଏଥିଲାଗି ସ୍ଥାନୀୟ କୋଭିଡ୍‌ ହେଲ୍‌ଥ ସେଣ୍ଟରକୁ କୋଭିଡ୍‌ ହସ୍ପିଟାଲରେ ପରିବର୍ତ୍ତିତ କରାଯାଇଛି। ପୂର୍ବରୁ ଏଠାରେ ୧୦୦ ଶଯ୍ୟା ଥିବାବେଳେ ଏହାକୁ ୨୫୦କୁ ବୃଦ୍ଧି କରାଯାଇଛି। ଏଠାରେ ୬ଟି ଆଇସିୟୁ ମଧ୍ୟ କାର୍ଯ୍ୟକ୍ଷମ ହେଉଛି। କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ଗତ ଏପ୍ରିଲ ୧୩ରେ ବାଜିଚୌକସ୍ଥିତ ପୁରୁଣା ଜିଲା ଚିକିତ୍ସାଳୟରେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହେଲଥ ସେଣ୍ଟର କାର୍ଯ୍ୟକ୍ଷମ ହୋଇଥିଲା। ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହାର ଶଯ୍ୟା ସଂଖ୍ୟାରେ ବୃଦ୍ଧି କରାଯିବା ସହ ଏହାକୁ କୋଭିଡ୍‌ ହସ୍ପିଟାଲରେ ପରିଣତ କରାଯାଇଥିବା ଜିଲାପାଳ ସୂଚନା ଦେଇଛନ୍ତି।
ଏହି ଅବସରରେ ପୌରାଞ୍ଚଳର ବିଭିନ୍ନ ଓ୍ବାର୍ଡ ବୁଲି ଆବର୍ଜନା ଉଠାଇବାକୁ ପରୀକ୍ଷାମୂଳକ ଭାବେ ୩ ବ୍ୟାଟେରି ଚାଳିତ ଗାଡ଼ିକୁ ଜିଲାପାଳ ଶୁଭାରମ୍ଭ କରିଥିଲେ। ଆଗାମୀ ଦିନରେ ଏଭଳି ୧୦ ଗାଡ଼ି ଆଣିବା ଲାଗି ପ୍ରସ୍ତାବ ରହିଛି। ଗାଡ଼ିଗୁଡ଼ିକୁ ମହିଳାମାନେ ଚଳାଇବେ ବୋଲି ପୌରସଂସ୍ଥା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri