କରୋନାରେ ଖବରଦାତାଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚା

ହିଞ୍ଜିଳିକାଟୁ,୧୧ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପ୍ରେସ୍‌ କ୍ଲବର ସଭାପତି ତଥା ଖବରଦାତା ପ୍ରିୟଦର୍ଶୀ ପଟ୍ଟନାୟକଙ୍କ ଶନିବାର ପୂର୍ବାହ୍ନରେ ଭୁବନେଶ୍ୱରସ୍ଥିତ କିମ୍ସ କୋଭିଡ୍‌ ହସ୍ପିଟାଲରେ ପରଲୋକ ଘଟିଛି। ସ୍ବର୍ଗତ ପଟ୍ଟନାୟକ ଖବରଦାତା ସହ ହିଞ୍ଜିଳିକାଟୁ ଭାଗବତ କଥାବିତରଣ ପରିଷଦର ସମ୍ପାଦକ ଥିଲେ। ୯ ଦିନ ତଳେ ତାଙ୍କର କରୋନା ପଜିଟିଭ୍‌ ଚିହ୍ନଟ ପରେ ତାଙ୍କୁ ପ୍ରଥମେ ବ୍ରହ୍ମପୁର ଶିତଳାପଲ୍ଲୀ କୋଭିଡ୍‌ ହସ୍ପିଟାଲ ଓ ପରେ ଭୁବନେଶ୍ୱର କିମ୍‌ସ କୋଭିଡ୍‌ କେୟାରରେ ଚିକିତ୍ସିତ କରାଯାଉଥିଲା। ଗତ ୭ଦିନ ଧରି ସେ ଭେଣ୍ଟିଲେଟରରେ ଥିଲେ ବୋଲି ତାଙ୍କର ପରିବାର ସୂତ୍ରରୁ ପ୍ରକାଶ। ତେବେ କରୋନାରେ ଖବରଦାତାଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଚାଲିଛି। ଏ ସମ୍ପର୍କରେ ଜିଲା ପ୍ରଶାସନ କିମ୍ବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ।

ସୂଚନାଯୋଗ୍ୟ, ସେ ମଧୁମେହ ରୋଗରେ ମଧ୍ୟ ପୀଡ଼ିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri