କୋଭିଡ୍‌ ନିୟମ ଉଲ୍ଲଂଘନ କରି ମନ୍ଦିର ପ୍ରତିଷ୍ଠା ଘଟଣା: ନାଏବ ସରପଞ୍ଚଙ୍କ ସମେତ ୧୧ ଗିରଫ

ପୋଲସରା,୧୧ା୭(ଡି.ଏନ.ଏ.)- ରାଜ୍ୟରେ ଗଞ୍ଜାମ ଜିଲା ଏବେ କରୋନା ହଟ୍‌ସ୍ପଟ୍‌ ପାଲଟିଛି। ମାତ୍ର କୋଭିଡ୍‌ ନିୟମ ଉଲ୍ଲଂଘନ କରି ପୋଲସରା ବ୍ଲକ ଜା.ଡ଼େଙ୍ଗାପଦର ପଞ୍ଚାୟତ ମର୍ଦ୍ଦରାଜପୁର ଗ୍ରାମରେ ଏକ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏନେଇ ପୋଲସରା ବିଡିଓ ଶମ୍ଭୁନାଥ ନନ୍ଦି ଶନିବାର ଥାନାରେ ଏତଲା ଦେବାପରେ ମାମଲା (ନଂ.୧୭୧/୨୦) ରୁଜୁକରି ନାଏବ ସରପଞ୍ଚ କୃଷ୍ଣଚନ୍ଦ୍ର ଜେନା ଓ ପୁରୋହିତଙ୍କ ସମେତ ୧୧ଜଣଙ୍କୁ ଗିରଫ କରାଯାଇଛି।
ପ୍ରକାଶ ଯେ, ମର୍ଦ୍ଦରାଜପୁର ଗ୍ରାମରେ ୭ଦିନ (ଗତ ୨ରୁ ୮ ତାରିଖ)ଧରି ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏନେଇ ଅନୁଷ୍ଠିତ କଳସ ଶୋଭାଯାତ୍ରାରେ ପ୍ରାୟ ୫ ଶହରୁ ଊର୍ଦ୍ଧ୍ୱ ମହିଳା, ପୁରୁଷ ଓ ଶିଶୁ ଏକାଠି ହୋଇ ନଦୀଘାଟକୁ ଯାଇଥିଲେ। ସାମାଜିକ ଦୂରତା ଓ ମାସ୍କ ପିନ୍ଧିବା ଭଳି ନିୟମକୁ କେହି ମାନି ନ ଥିଲେ। ଗ୍ରାମର ଜଣେ ବ୍ୟକ୍ତି ଆକୁଳ ସ୍ବାଇଁ ଏହାର ପ୍ରତିବାଦ କରିବାରୁ ସରପଞ୍ଚ ସୂର୍ଯ୍ୟ ଜେନାଙ୍କ ପୁଅ ନାଏବ ସରପଞ୍ଚ କୃଷ୍ଣଚନ୍ଦ୍ର ତାଙ୍କୁ ଆକ୍ରମଣ କରିଥିଲେ। ଆକୁଳ ଏନେଇ ପୋଲସରା ଥାନାରେ ମଧ୍ୟ ଲିଖିତ ଅଭିଯୋଗ କରିଥିଲେ। ନଂ.୧୬୭/୨୦ରେ ମାମଲା ରୁଜୁ କରି ଥାନା ଅଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକ ତଦନ୍ତ ଚଳାଇଥିଲେ। ଇତିମଧ୍ୟରେ ସାମାଜିକ ଗଣମାଧ୍ୟମରେ ଭିଡିଓ ଭାଇରାଲ ପରେ ବିଡିଓ ନନ୍ଦି ନାଏବ ସରପଞ୍ଚଙ୍କ ବିରୋଧରେ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ ନେଇ ଥାନାରେ ଏତଲା ଦେଇଥିଲେ। ସନ୍ଧ୍ୟାରେ ପୋଲିସ ଗଁାରେ ପହଞ୍ଚତ୍ ନାଏବ ସରପଞ୍ଚ ଓ ପୁରୋହିତଙ୍କ ସମେତ ୧୧ ଜଣଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri