Posted inଖେଳ

କ୍ୱାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ: ତଦନ୍ତ କିମିଟି ଗଠନ କଲା ସାଇ

ନୂଆଦିଲ୍ଲୀ, ୧୨ା୭ (ପି.ଟି.)-ପଟିଆଲାସ୍ଥିତ ନ୍ୟାଶନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ସ୍ପୋଟର୍‌ସ (ଏନ୍‌ଆଇଏସ୍‌)ଠାରେ ୩ଜଣ ବକ୍ସର କ୍ୱାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ଏଥିପାଇଁ ଶନିବାର ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ(ସାଇ) ଏକ ତଦନ୍ତ କମିଟି ଗଠନ କରିଛି। ସାଇ ସେକ୍ରେଟାରି ରୋହିତ ଭରଦ୍ୱାଜ ୪ ଜଣିଆ ସଦସ୍ୟବିଶିଷ୍ଟ ଏହି ତଦନ୍ତ ପ୍ୟାନେଲର ମୁଖ୍ୟ ଅଛନ୍ତି। ଅନ୍ୟମାନେ ହେଲେ ଟାର୍ଗେଟ୍‌ ଅଲିମ୍ପିକ ପୋଡିୟମ ସ୍କିମ୍‌ (ଟପ୍ସ)ର ସିଇଓ କମାଣ୍ଡର ରାଜେଶ ରାଜଗୋପାଳନ, ପୂର୍ବତନ ହକି କୋଚ୍‌ ଏ.କେ. ବଂଶଲ ଓ ସାଇ ଡେପୁଟି ଡାଇରେକ୍ଟର (ପର୍ସୋନେଲ) ଦଣ୍ଡପାଣି। ଖବର ଅନୁସାରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଓ ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ବିକାଶ କ୍ରିଷ୍ଣନ, ନୀରଜ ଗୋୟାତ ଏବଂ ଏସିଆନ ଗେମ୍ସ ବ୍ରୋଞ୍ଜ ବିଜେତା ସତୀଶ କୁମାର ଆଇସୋଲେଶନ ପିରିୟଡରେ କ୍ୱାରାଣ୍ଟାଇନ ନିୟମ ଉଲ୍ଲଂଘନ କରି ସେମାନଙ୍କ ସାଥୀ ଆଥଲେଟ୍‌ଙ୍କ ସହ ମିଳାମିଶା କରିଥିଲେ। ବିକାଶ (୬୯କେଜି) ଏବଂ ସତୀଶ (+୯୧କେଜି) ଉଭୟେ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। କେଉଁ ପରିସ୍ଥିତିରେ ଏହା ଘଟିଛି କମିଟି ତାହାର ତଦନ୍ତ କରି ଯଥା ଶୀଘ୍ର ରିପୋର୍ଟ ଉପସ୍ଥାପନ କରିବ। ଖବର ଅନୁସାରେ ଏହି ଘଟଣାରେ ଏନ୍‌ଆଇଏସ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ରାଜ ସିଂ ବିଷ୍ଣ୍ନୋଇଙ୍କ ସମ୍ପୃକ୍ତିକୁ ନେଇ ଯାଞ୍ଚ କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri