ଗଞ୍ଜାମ ଜିଲାପାଳଙ୍କ ପ୍ରଶ୍ନ: କରୋନା ଲକ୍ଷଣ ଲୁଚାଇ, ବିନା ଡାକ୍ତର ପରାମର୍ଶରେ ପାରାସିଟାମଲ ଖାଉଛନ୍ତି କି?

ଛତ୍ରପୁର,୧୨।୭(ଡି.ଏନ୍‌.ଏ.): କରୋନାକୁ ପ୍ରତିହତ କରିବା ପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଜିଲାର ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି। କରୋନା ଲକ୍ଷଣ ନ ଲୁଚାଇବାକୁ ବାରମ୍ବାର କୁହାଯାଇଥିଲେ ସୁଦ୍ଧା ଲୋକେ ପାରାସିଟାମଲ ଖାଉଛନ୍ତି। ଯେଉଁ ମାନଙ୍କୁ ଥଣ୍ଡା, କାଶ, ଜ୍ବର ହେଉଛି ସେମାନେ ଲକ୍ଷଣମାନ ନ ଲୁଚାଇ ଡାକ୍ତରଙ୍କ ପରାମର୍ଶ ଘେନି ଔଷଧ ଖାଇବାକୁ ଜିଲାପାଳ କହିଛନ୍ତି। ଡାକ୍ତରଙ୍କ ବିନା ପରାମର୍ଶରେ ପାରାସିଟାମୋଲ ଖାଇବାକୁ ସେ ବାରଣ କରିଛନ୍ତି। ବିନା ପରାମର୍ଶରେ ପାରାସିଟାମୋଲ ଖାଇଲେ ଜ୍ବର କମିଯିବ ମାତ୍ର କରୋନା ଭୂତାଣୁ ନାଶ ହେବ ନାହିଁ । ପରବର୍ତ୍ତୀ ପର୍ଯ୍ୟାୟରେ ଏହା ବଡ଼ ରୂପ ନେବ ଯାହା ଫଳରେ ଜୀବନ ପ୍ରତି ବିପଦ ରହିଛି । ତେଣୁ ଏଥିପ୍ରତି ସତର୍କ ରହିବାକୁ ଜିଲାପାଳ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି । କରୋନା ଲକ୍ଷଣ ଥିଲେ ସେ ସମ୍ପର୍କରେ ଆଶା କର୍ମୀ, ଅଙ୍ଗନଓ୍ବାଡି କର୍ମୀ କିମ୍ବା ସରପଞ୍ଚଙ୍କୁ ଜଣାନ୍ତୁ, ଆଇସୋଲଶନରେ ରଖାଯିବ। ଏଥିପାଇଁ ଜିଲାର ପ୍ରତି ପଞ୍ଚାୟତ ଓ ସହରାଞ୍ଚଳରେ କୋଭିଡ କେୟାର ହୋମ ବ୍ୟବସ୍ଥା ହୋଇଛି। ସେଠାରେ ଖାଦ୍ୟ, ପାଣି, ପରିମଳ, ଔଷଧ ବ୍ୟବସ୍ଥା ସହ ମେଡିକାଲ ଟିମ୍‌ ରହିଛନ୍ତି କରୋନାକୁ ଯେମିତି ହେଲେ ରୋକିବାକୁ ପଡିବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri