ବାପାଙ୍କ ମୃତଦେହ ଛୁଇଁ ପାରିଲେନି କରୋନା ଯୋଦ୍ଧା

ପାତ୍ରପୁର,୧୨ା୭(ଡି.ଏନ୍‌.ଏ.)- ବାପାଙ୍କ ମୃତଦେହ ଛୁଇଁ ପାରିଲେନି କରୋନା ସଂକ୍ରମିତ ଝିଅ। କୋଭିଡ୍‌ ହସ୍‌ପିଟାଲରୁ ଆସି କେବଳ ଶେଷ ଦର୍ଶନ କଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ଗ୍ରାମରେ।
ଉକ୍ତ ଗ୍ରାମରେ କିଛିବର୍ଷ ହେଲା ପରିବାର ସହ ରହୁଥିଲେ କେ. ଲକ୍ଷ୍ମଣମୂର୍ତ୍ତୀ (୫୮)। ତାଙ୍କର ୪ ଝିଅ। ବଡ ମଝିଆ ଝିଅ ଜଣେ ଏଏନ୍‌ଏମ୍‌ ଓ ସେ କିଛିଦିନ ତଳେ କରୋନା ସଂକ୍ରମିତ ଜଣାପଡିବା ପରେ ଶୀତଳାପଲ୍ଲି କୋଭିଡ୍‌ ହସ୍‌ପିଟାଲରେ ଚିକିତ୍ସିତ ହେଉଛନ୍ତି। ଶନିବାର ଏକ ଦୁର୍ଘଟଣାରେ ଲକ୍ଷ୍ମଣ ଆହତ ହୋଇ ବ୍ରହ୍ମପୁର ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ। ରାତି ପ୍ରାୟ ୨ଟାରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ଝିଅମାନେ ମେଡିକାଲରେ ପହଞ୍ଚତ୍ଥିଲେ। ବଡ ମଝିଆ ଝିଅ ମଧ୍ୟ କୋଭିଡ୍‌ ହସ୍‌ପିଟାଲରୁ ସ୍ବତନ୍ତ୍ର ଆମ୍ବୁଲାନ୍ସରେ ଆସି ପହଞ୍ଚତ୍ଥିଲେ। ୩ ଭଉଣୀ ବାପାଙ୍କ ମୃତଦେହ ନିକଟରେ କାନ୍ଦୁଥିଲେ ମଧ୍ୟ ସେ ପାଖକୁ ଯାଇ ପାରି ନ ଥିଲେ। ପରେ ମୃତଦେହ ଗ୍ରାମକୁ ଅଣାଯାଇଥିଲା। ଦୁଇଝିଅ, ଜ୍ୱାଇଁ ଓ ସାନ ଭାଇ ଗ୍ରାମବାସୀଙ୍କ ସହଯୋଗରେ ସଂସ୍କାର କରିଥିଲେ। ପରେ ବଡ ମଝିଆ ଝିଅ ପୁଣି କୋଭିଡ୍‌ ହସ୍‌ପିଟାଲକୁ ଫେରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri