ଭୁବନେଶ୍ୱର,୧୩ା୭(ବ୍ୟୁରୋ): କରୋନା ଛଡ଼ାଇ ନେଲା ଜୀବିକା। ଚାକିରି ଚାଲିଯିବା ପରେ ଅସହ୍ୟ ହୋଇଗଲା ଆର୍ଥିକ ସମସ୍ୟା। ଶେଷରେ ଅର୍ଥ ଓ ପେଟ ଚିନ୍ତାରେ ଜୀବନ ହାରିଦେଲେ ଯୁବକ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଖଣ୍ଡଗିରି ଥାନା ଅଞ୍ଚଳରେ। ଆତ୍ମହତ୍ୟା କରିଥିବା ଯୁବକ ଜଣକ ହେଲେ କେନ୍ଦ୍ରାପଡା ଜିଲା ରାଜନଗରର ଚନ୍ଦନ ଜେନା(୨୫)। ପୋଲିସ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ନିମନ୍ତେ କ୍ୟାପିଟାଲ ହସ୍ପିଟାଲକୁ ପଠାଇ ତଦନ୍ତ ଆରମ୍ଭ କରିଛି।
ସୂଚନାନୁଯାୟୀ, ଚନ୍ଦନ ଭୁବନେଶ୍ୱର ଭରତପୁରରେ ଘର ଭଡ଼ା ନେଇ ରହିବା ସହ ଏକ ଘରୋଇ ସଂସ୍ଥାରେ ଚାକିରି କରିଥିଲେ। ନିଜେ ଚଳି ଘରକୁ ଟଙ୍କା ଦେଉଥିଲେ। ଆର୍ଥିକ ସ୍ଥିତି ଭଲ ନ ଥିବାରୁ ତାଙ୍କ ରୋଜଗାର ଉପରେ ପରିବାର ଲୋକେ ନିର୍ଭର କରୁଥିଲେ। ହେଲେ କରୋନା ପାଇଁ ଲକ୍ଡାଉନ୍ ଓ ଶଟ୍ଡାଉନ୍ ଯୋଗୁ କମ୍ପାନୀ ବନ୍ଦ ହୋଇଗଲା। ହେଲେ କମ୍ପାନୀ ଖୋଲିବା ପରେ ତାଙ୍କ ସହ ଅନ୍ୟ କେତେଜଣଙ୍କୁ ଛଟେଇ କରାଗଲା। ବିନା ଦରମାରେ ଘର ଭଡ଼ା ଦେଇ ଚାକିରି ଖୋଜିଥିଲେ ମଧ୍ୟ ଆଉ ମିଳି ନ ଥିଲା। ଫଳରେ ତାଙ୍କ ଉପରେ ଆର୍ଥିକ ବୋଝ ବଢ଼ି ଚାଲିଥିଲା। ଏଥିପାଇଁ ସେ ସବୁବେଳେ ଚିନ୍ତାରେ ରହୁଥିଲେ। ଶନିବାର ବିଳମ୍ବିତ ରାତିରେ ସେ ବେକରେ ଗାମୁଛା ଲଗାଇ ରହୁଥିବା ଘରର ଫ୍ୟାନ୍ରେ ଝୁଲି ପଡିଥିଲେ। ସକାଳୁ ଜଣେ ସାଙ୍ଗ ଫୋନ୍ କରିଥିଲେ ମଧ୍ୟ ସେ ନ ଉଠାଇବାରୁ ତାଙ୍କ ଘରକୁ ଆସି କବାଟ ବନ୍ଦ ଥିବା ଦେଖିଥିଲେ। ପୋଲିସ ପହଞ୍ଚି ତାଲା ଭାଙ୍ଗି ମୃତଦେହ ଉଦ୍ଧାର କରିଥିଲା।
ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…
ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...
‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…
ନୂଆଦିଲ୍ଲୀ, ୨୭।୧୨: ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...
ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ
ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...
ରାସ୍ତାରେ ଟ୍ରକ୍ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…
ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍ ଗେଟ୍ ନିକଟରେ...
ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ
ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...
୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା
ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...
Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ
ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...
ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…
ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...
Archives


