Posted inଅପରାଧ

ବାଇକରେ ଷ୍ଟଣ୍ଟ କରିବାକୁ ବାରଣ କରିବାରୁ ଯୁବକଙ୍କୁ ହତ୍ୟା

ନୂଆଦିଲ୍ଲୀ, ୧୩।୭: ଜନ ଗହଳିପୂର୍ଣ୍ଣ ସ୍ଥାନରେ ବାଇକରେ ଷ୍ଟଣ୍ଟ କରୁଥିବା କିଛି ଯୁବକଙ୍କୁ ଏପରି ନ କରିବା ପାଇଁ ବାରଣ କରିବା ଜଣେ ବ୍ୟକ୍ତିଙ୍କ ପାଇଁ ମହଙ୍ଗା ପଡ଼ିଛି। ଯାହାର ଫଳସ୍ବରୂପ ଯୁବକମାନେ ରାଗିଯାଇ ସେହି ବ୍ୟକ୍ତିଙ୍କୁ ଛୁରୀ ଭୁସି ହତ୍ୟା କରିଛନ୍ତି। ଏଭଳି ଏକ ଘଟଣା ପଶ୍ଚିମ ଦିଲ୍ଲୀର ରଘୁବୀର ନଗରରେ ଘଟିଯାଇଛି। ସ୍ଥାନୀୟ ଅଞ୍ଚଳର ମନୀଷ ନାମକ ଜଣେ ବ୍ୟକ୍ତି ପେଶାରେ ଜଣେ କାର ଚାଳକ ଥିଲେ। ଗତ ସପ୍ତାହରେ ୧୭ ବର୍ଷୀୟ ଜଣେ ନାବାଳକ ଏବଂ ତାଙ୍କର ଦୁଇଜଣ ସାଙ୍ଗ ଜନଗହଳିପୂର୍ଣ୍ଣ ରାସ୍ତା ବିପଦପୂର୍ଣ୍ଣ ଭାବେ ବାଇକ୍‌ରେ ଷ୍ଟଣ୍ଟ କରି ଯାଉଥିଲେ। ମନୀଷ ସେମାନଙ୍କୁ ଅଟକାଇ ଏପରି ନ କରିବା ପାଇଁ ପରାମର୍ଶ ଦେଇଥିଲେ। ଏହାକୁ ନେଇ ଉଭୟ ପକ୍ଷ ମଧ୍ୟରେ କଥା କଟାକଟି ହୋଇଥିଲା। ଶେଷରେ ମୁଖ୍ୟ ଅଭିଯୁକ୍ତ ନାବାଳକଙ୍କ ସମେତ ତାଙ୍କର ୨ ସାଙ୍ଗ ଛୁରୀରେ ମନୀଷଙ୍କୁ ମରଣାନ୍ତକ ଆକ୍ରମଣ କରି ଫେରାର ହୋଇଯାଇଥିଲେ। ଏହାପରେ ସ୍ଥାନୀୟ ଲୋକ ମନୀଷଙ୍କୁ ଉଦ୍ଧାର କରି ହସ୍ପିଟାଲ ନେଇଥିଲେ ମଧ୍ୟ ସେତେବେଳକୁ ତାଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା। ଅଭିଯୁକ୍ତମାନେ ମନୀଷଙ୍କ ଶରୀରକୁ ଛୁରୀରେ ୨୮ଥର ଆକ୍ରମଣ କରିଥିବା ଜଣାପଡ଼ିଛି। ଏହି ଘଟଣାରେ ପୋଲିସ ସ୍ଥାନୀୟ ଅଞ୍ଚଳରେ ଲାଗିଥିବା ସିସିଟିଭିକୁ ଯାଞ୍ଚ କରି ୩ ଅଭିଯୁକ୍ତଙ୍କୁ ଗରିଫ କରିବାରେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri