ରିଲାଏନ୍ସ -ସାଉଦି ଆରାମ୍‌କୋ ଡିଲ୍‌ ଅଟକିଲା

ନୂଆଦିଲ୍ଲୀ,୧୬।୭: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌(ଆର୍‌ଆଇଏଲ୍‌) ଏହାର ଅଏଲ୍‌ ଟୁ କେମିକାଲ (ଓଟୁସି) କାରବାରର ୨୦% ଅଂଶଧନ ସାଉଦି ଆରାମ୍‌କୋ ନାମକ କମ୍ପାନୀକୁ ବିକ୍ରି କରିବାକୁ ଯୋଜନା ରଖାଯାଇଥିଲା। ଏ ନେଇ ଦୁଇ କମ୍ପାନୀ ମଧ୍ୟରେ ଆଲୋଚନା ଜାରି ରହିଥିଲା। ହେଲେ ଏହି ଡିଲ୍‌ ବର୍ତ୍ତମାନ ଅଟକିଯାଇଥିବା ଜଣାପଡିଛି। ପ୍ରକ୍ରିୟା ସହ ଜଡ଼ିତ ୪ ବରିଷ୍ଟ ଅଧିକାରୀ ରଏଟର୍ସକୁ କହିଛନ୍ତି ଯେ, କୋଭିଡ୍‌ କାରଣରୁ ଏନର୍ଜି ମାର୍କେଟ ଉପରେ ବଡ଼ ପ୍ରଭାବ ପଡିଛି। ଏଥିଲାଗି ଡିଲ୍‌ ଲାଗି ଆଲୋଚନା ଆଗକୁ ନ ବଢ଼ିପାରି ଅଟକିଯାଇଛି। ଅନ୍ୟ ଏକ ସୂତ୍ର ମୁତାବକ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହ୍ରାସ ହେବା ଯୋଗୁ ଅଏଲ ଆସେଟ୍‌ସ ଗ୍ଲୋବାଲ ଭାଲ୍ୟୁଏଶନରେ ହ୍ରାସ ଦେଖାଯାଇଛି। ଏଭଳି ସ୍ଥିତିରେ ରିଲାଏନ୍ସ ଡିଲ୍‌କୁ ନେଇ ପୁଣି ଥରେ ତର୍ଜମା କରୁ ବୋଲି ସାଉଦି ଆରାମ୍‌କୋ ଚାହୁଁଛି। ଅନ୍ୟ ଜଣେ ଅଧିକାରୀ କହିଛନ୍ତି ଯେ, ଡିଲ୍‌କୁ ପୁନଃ ଭାଲ୍ୟୁଏଶନ କରିବା ଲାଗି ସାଉଦି ଆରାମ୍‌କୋ ଇଚ୍ଛା ପ୍ରକଟ କରିଛି। ଯଦି ଏପରି ହୁଏ ତେବେ ଏହା ରିଲାଏନ୍ସ ପାଇଁ ଝଟକା ସଦୃଶ ହେବ ବୋଲି କୁହାଯାଉଛି। ଏହି ଡିଲ୍‌ ୧୫ ବିଲିୟନ ଡଲାର ବିଶିଷ୍ଟ ହେବ ବୋଲି ଗତବର୍ଷ ନିଷ୍ପତ୍ତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଲାବାରର ଅକ୍ଷୟ ତୃତୀୟା କଲେକ୍ସନ

ଭୁବନେଶ୍ୱର,୪।୫: ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା କଲେକ୍ସନ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶହୀଦ ନଗରସ୍ଥିତ ମାଲାବାରର ଏକ୍ସକ୍ଲୁସିଭ...

ଲାକ୍‌ମୀ ଏକାଡେମୀର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୪।୫: ଲାକ୍‌ମୀ ଏକାଡେମୀର ୨ୟ ବାର୍ଷିକ ଉତ୍ସବ ଶୁକ୍ରବାର ଶହୀଦ ନଗରସ୍ଥିତ ଏକାଡେମୀ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ଓଲିଉଡ୍‌ ଅଭିନେତ୍ରୀ ଶୀତଲ ପାତ୍ର...

ଖିମ୍‌ଜୀ ଜୁଏଲର୍ସର ଗ୍ରେଟ୍‌ ଅକ୍ଷୟ ତୃତୀୟା ସେଲ୍‌

ଭୁବନେଶ୍ୱର,୪।୫ (ଅଭୟ ଦାଶ): ରାଜ୍ୟର ସର୍ବପୁରାତନ ତଥା ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ‘ଖିମ୍‌ଜୀ ଜୁଏଲର୍ସ’ର ବହୁ ପ୍ରତୀକ୍ଷିତ ଗ୍ରେଟ୍‌ ଅକ୍ଷୟ ତୃତୀୟା ସେଲ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି।...

ରଣଜିତ ମାଝିଙ୍କୁ ୧୧ତମ ଶାମ୍ଭବୀ ପୁରସ୍କାର

ଭୁବନେଶ୍ୱର,୪।୫: ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେଶନ (ବିଆଇପିଏଫ୍‌) ପକ୍ଷରୁ ଶୁକ୍ରବାର ଆୟୋଜିତ ୧୧ତମ ଶାମ୍ଭବୀ ପୁରସ୍କାର ବିତରଣ ଉତ୍ସବ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି...

ୟୁକୋ ବ୍ୟାଙ୍କର ବାର୍ଷିକ ଆର୍ଥିକ ଫଳାଫଳ

ଭୁବନେଶ୍ୱର,୪।୫: ୟୁକୋ ବ୍ୟାଙ୍କର ବାର୍ଷିକ ଆର୍ଥିକ ଫଳାଫଳ ନିକଟରେ ପ୍ରକାଶ ପାଇଛି। ବ୍ୟାଙ୍କର ଗ୍ରସ୍‌ ଅଗ୍ରିମ ୧୫.୬୨% ବୃଦ୍ଧି ପାଇ ୧,୮୬,୮୭୭ କୋଟି ଟଙ୍କାରେ ପହଞ୍ଚତ୍ଛି।...

ଏସ୍‌ଆର୍‌ଏମ୍‌-ସିସିଟିଆର୍‌ ସହ ପତଞ୍ଜଳିର ଚୁକ୍ତି

ଭୁବନେଶ୍ୱର,୪।୫(ଅନୁରାଧା ମହାରଣା): ପତଞ୍ଜଳି ରିସର୍ଚ୍ଚ ଫାଉଣ୍ଡେଶନ (ପିଆର୍‌ଏଫ୍‌) ଏବଂ ଚେନ୍ନାଇର ଏସ୍‌ଆର୍‌ଏମ୍‌ ସେଣ୍ଟର ଫର୍‌ କ୍ଲିନିକାଲ ଟ୍ରାଏଲ ଆଣ୍ଡ ରିସର୍ଚ୍ଚ ବା ଏସ୍‌ଆର୍‌ଏମ୍‌-ସିସିଟିଆର୍‌ ମଧ୍ୟରେ ଏକ...

କମିଲା ଅଶୋଧିତ ତୈଳ ଦର: ରୁଷିଆରୁ ଅଶୋଧିତ ତୈଳ ଆମଦାନୀ

ଭୁବନେଶ୍ୱର,୪।୫ (ଅନୁରାଧା ମହାରଣା): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟ ବ୍ୟାରେଲ ପିଛା ୮୦ ଡଲାରରୁ ତଳକୁ ଖସିଛି। ଡବ୍ଲ୍ୟୁଟିଆଇ ଅଶୋଧିତ ତୈଳ ବ୍ୟାରେଲ ପିଛା ୭୮.୯୯...

ରେକର୍ଡ ପରିମାଣର ବିଦ୍ୟୁତ୍‌ ଚାହିଦା ପୂରଣ

ଭୁବନେଶ୍ୱର,୪।୫: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ‘ଟିପିସିଓଡିଏଲ୍‌’ ଚଳିତ ବର୍ଷ ଏପ୍ରିଲରେ ୨୧୪୦ ମେଗାୱାଟ୍‌ର ରେକର୍ଡ ସର୍ବୋଚ୍ଚ ବିଦ୍ୟୁତ୍‌ ଚାହିଦାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri