ବଅଁରପାଳ, ୧୭।୭(ଡି.ଏନ.ଏ)
ଯୌତୁକ ଲୋଭ ପୁଣି ନେଇଛି ଜୀବନ। ମାତ୍ର ଦେଢ଼ବର୍ଷର ଜଣେ ନବବଧୂଙ୍କୁ ଶାଶୁଘର ଲୋକେ କିରୋସିନ ଢାଳି ପୋଡ଼ି ଦେଇଥିବା ଅଭିଯୋଗ ହୋଇଛି। ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡସନ୍ତ୍ରୀ ଗ୍ରାମରେ ଘଟିଥିବା ଏହି ଘଟଣା ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ଥାନାରେ ଏତଲା ପରେ ପୋଲିସ ନଂ. ୧୯୧/୨୦ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ପୋଲିସ ସୂଚନା ମୁତାବକ, ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଦୁଦୁରକୋଟ ଗ୍ରାମର ଦାମୋଦର ଭଞ୍ଜଙ୍କ ଝିଅ ପ୍ରିୟା ଗଡ଼ନାୟକ ୨୦୧୯ ଫେବୃୟାରୀ ୨୦ରେ ଗଡ଼ସନ୍ତ୍ରୀ ଗ୍ରାମର ଆଶୁତୋଷ ଗଡ଼ନାୟକଙ୍କୁ ବିବାହ କରିଥିଲେ। ହେଲେ କିଛି ଦିନ ପରେ ତାଙ୍କ ଉପରେ ନିର୍ଯାତନା ଆରମ୍ଭ ହୋଇଯାଇଥିଲା। ସ୍ବାମୀ ଆଶୁତୋଷଙ୍କ ସମେତ ଶାଶୁ ପ୍ରେମଲତା ଓ ନଣନ୍ଦ ସିନାରାଣୀ ସାମଲ ଅଧିକ ଯୌତୁକ ଦାବିରେ ନିର୍ଯାତନା ସହ ହତ୍ୟା ଧମକ ଦେଉଥିଲେ। ଗତ ୧୫ ତାରିଖରେ ସେମାନେ ପ୍ରିୟାଙ୍କ ଉପରେ କିରୋସିନି ପକାଇ ନିଆଁ ଲଗାଇ ଦେଇଥିବା ତାଙ୍କ ବାପା ଦାମୋଦର ଭଞ୍ଜ ଅଭିଯୋଗରେ ଦର୍ଶାଇଛନ୍ତି। ଗୁରୁତର ପ୍ରିୟାଙ୍କୁ ଅନୁଗୋଳ ଡାକ୍ତରଖାନା ନିଆଯାଇଥିଲେ ହେଁ ସେଠାରେ ମୃତ୍ୟୁ ଘଟିଥିଲା। ଅଭିଯୋଗ ପରେ ଥାନା ଅଧିକାରୀ ସୁନୀଲ କର, ତଦନ୍ତ କରିବା ସହ ସ୍ବାମୀ ଆଶୁତୋଷଙ୍କୁ ଅଟକ ରଖିଛନ୍ତି। ଅଧିକ ତଦନ୍ତ ପରେ ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ ବୋଲି ଥାନା ଅଧିକାରୀ କହିଛନ୍ତି। ଅପରପକ୍ଷରେ ପ୍ରିୟାଙ୍କ ଶାଶୁଘର ଲୋକେ ପୋଡ଼ି ମାରିଦେବା ଅଭିଯୋଗକୁ ଖଣ୍ଡନ କରିଛନ୍ତି। ପାରିବାରିକ କହଳ ଯୋଗୁ ପ୍ରିୟା ଆତ୍ମହତ୍ୟା କରିଥିବା ସେମାନେ ସଫେଇ ଦେଇଛନ୍ତି।
ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…
ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...
ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…
ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...
ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ
ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...
ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା
ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...
ଆଉଘରକୁ ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍ ସହ ହେଲା…
ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...
ଗଛରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...
ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ
ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...
ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି
ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ...
Archives


