ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଆରମ୍ଭ ହେଲା ସ୍ବାବ୍‌ ଟେଷ୍ଟ

ପୁରୁଷୋତ୍ତମପୁର, ୧୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମହାମାରୀ କରୋନା ଦିନକୁ ଦିନ ଉଗ୍ର ରୂପ ଧାରଣ କରିବାରେ ଲାଗିଛି। ଏହି କ୍ରମରେ ପୁରୁଷୋତ୍ତମପୁର ଅଞ୍ଚଳରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଶୁକ୍ରବାର ଏନ୍‌ଏସିର ବିଭିନ୍ନ ୱାର୍ଡରୁ ୨୫ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୮ଜଣ ମହିଳା ଥିବାବେଳେ ୧୭ ପୁରୁଷ ରହିଛନ୍ତି। ତେବେ ବ୍ଲକର ବିଭିନ୍ନ ପଞ୍ଚାୟତରୁ ୧୨୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୮ଜଣ ମହିଳା ରହିଥିବା ବେଳେ ୭୩ ପୁରୁଷ ରହିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ସମୁଦାୟ ଏନ୍‌ଏସି ଓ ବ୍ଲକ ଅଞ୍ଚଳରୁ ୧୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪୪ ଜଣ ଚିକିତ୍ସାଧିନ ରହିଛନ୍ତି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାବ୍‌ ଟେଷ୍ଟ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ହୃଷିକେଶ ମହନ୍ତ ଓ ଭାଟକୁମରଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ବି କ୍ରିଷ୍ଣା, ବିପିଏମ୍‌ ରାଧାକୃଷ୍ଟ ସାବତ, ଡାକ୍ତର ଅସ୍ମିତା ପାତ୍ରଙ୍କ ତତ୍ତ୍ୱାବଧାନ ୧୦ ଜଣିଆ ଟିମ୍‌ ଉପସ୍ଥିତ ରହି ସ୍ବାବ୍‌ ସଂଗ୍ରହ କରିବାରେ ଲାଗିଛନ୍ତି। ପ୍ରଥମ ଦିନରେ ୧୨ ଜଣ ନାମ ପଞ୍ଜୀକରଣ କରିଥିବା ସ୍ବାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଟି-୨୦ ବିଶ୍ୱକପ ପାଇଁ ଏହି ଦିନ ଘୋଷଣା ହେବ ଟିମ ଇଣ୍ଡିଆ, ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଫେବୃଆରୀରେ ଭାରତ ଏବଂ ଶ୍ରୀଲଙ୍କାରେ ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଟିମ ଇଣ୍ଡିଆ କେବେ ଏବଂ...

କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି….

ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ...

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି।...

ମଧୁମେହରେ ପ୍ରତି ୯ ସେକେଣ୍ଡରେ ଜଣଙ୍କର ମୃତ୍ୟୁ, 2050 ମସିହା ସୁଦ୍ଧା…

ନୂଆଦିଲ୍ଲୀ,୧୯ା୧୨: ଭାରତ ସମେତ ଅନେକ ପ୍ରମୁଖ ଦେଶ ପାଇଁ ମଧୁମେହ ଏକ ପ୍ରମୁଖ ସମସ୍ୟା ହେବାରେ ଲାଗିଛି । ଭାରତରେ ଏହି ରୋଗ ଏତେ ଦ୍ରୁତ...

୪୧ ବର୍ଷରେ ପୁଣି ମା’ ହେଲେ ଭାରତୀ: ଶୁଟିଂ ଯିବା ପୂର୍ବରୁ…

କମେଡିଆନ ଭାରତୀ ସିଂହ ପୁଣି ଥରେ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଭାରତୀ ତାଙ୍କର ଲୋକପ୍ରିୟ ଟିଭି ଶୋ ‘ଲାଫଟର୍‌...

ପ୍ରାଇଭେଟ୍‌ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି।...

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri