Posted inଖେଳ

ହାମିଲଟନ ଦ୍ରୁତତମ

ବୁଦାପେଷ୍ଟ, ୧୭ା୭ (ଏପି)-ହଙ୍ଗେରିଆନ ଗ୍ରାଁ ପ୍ରିର ପ୍ରଥମ ପ୍ରାକ୍ଟିସ ସେସନରେ ଫର୍ମୁଲା ଓ୍ବାନ ଚାମ୍ପିୟନ ଲୁଇସ୍‌ ହାମିଲଟନ ଦ୍ରୁତତମ ବିବେଚିତ ହୋଇଛନ୍ତି। ହମିଲଟନ ତାଙ୍କ ମର୍ସିଡିଜ୍‌ ଟିମ୍‌ମେଟ୍‌ ଭାଲଟେରୀ ବୋଟାସ୍‌ଙ୍କଠାରୁ .୦୮୬ ସେକେଣ୍ଡ ସମୟ ବ୍ୟବଧାନରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ। ହାମିଲଟନ ଏବଂ ତୃତୀୟ ହୋଇଥିବା ରେସିଂ ପଏଣ୍ଟ ଡ୍ରାଇଭର ସର୍ଗିଓ ପେରେଜଙ୍କ ମଧ୍ୟରେ ସମୟ ବୃବଧାନ .୫୨୭ ସେକେଣ୍ଡ ରହିଥିଲା। ରେସିଂ ପଏଣ୍ଟର ଅନ୍ୟ ଜଣେ ଡ୍ରାଇଭର ଲାନ୍ସ ଷ୍ଟ୍ରୋଲ ଚତୁର୍ଥ ସ୍ଥାନ ଅଧିକାର କରିଥିଲେ।
ଫେରାରିର ସେବାଷ୍ଟିଆନ ଭେଟେଲ ଓ ଚାଲର୍‌ସ ଲେକ୍‌ରେକ୍‌ ଏବଂ ରେଡ୍‌ବୁଲ୍‌ର ମାକ୍ସ ଭର୍ଷ୍ଟାପେନଙ୍କୁ ପଛରେ ପକାଇ ରେନଲ୍ଟର ଡାନିଏଲ ରିକାର୍ଡୋ ୫ମ ସ୍ଥାନ ଅଧିକାର କରିଥିଲେ। ଏହି ସିଜନରେ ମର୍ସିଡିଜ୍‌ ଡ୍ରାଇଭରମାନେ ପୋଲ ପୋଜିଶନରୁ ଗୋଟିଏ ଲେଖାଏଁ ରେସ୍‌ ଜିତିଛନ୍ତି। ବୋଟାସ ସିଜନ ଆରମ୍ଭ ଅଷ୍ଟ୍ରିଆନ ଗ୍ରାଁ ପ୍ରି ଜିତିଥିବାବେଳେ ଗତ ରବିବାର ଅଷ୍ଟ୍ରିଆରେ ଷ୍ଟାଇରିଆନ ଗ୍ରଁାପ୍ରି ଟାଇଟଲ ହାସଲ କରିଛନ୍ତି ହାମିଲଟନ। ହାମିଲଟନଙ୍କର ଏହା ଥିଲା ୮୫ତମ ଫର୍ମୁଲା ଓ୍ବାନ ବିଜୟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଭାରତୀୟ ଦଳ ପାଇଁ ଖୁସିଖବର

ନୂଆଦିଲ୍ଲୀ,୭।୫: ଭାରତୀୟ କ୍ରିକେଟ ଦଳର କିଛି ଖେଳାଳି ଟି-୨୦ ବିଶ୍ୱକପ ଘୋଷଣା ପରେ ଫ୍ଲପ ହୋଇଥିବାର ନଜର ଆସିଥିଲେ। କିନ୍ତୁ ବର୍ତ୍ତମାନ ଦଳ ପାଇଁ ଏକ...

ପ୍ଲେ ଅଫ୍‌ ଯାଇପାରିବ କି ମୁମ୍ବାଇ ଇଣ୍ଡିଆନ୍ସ: ଜାଣନ୍ତୁ କ’ଣ କହୁଛି ସମୀକରଣ

ମୁମ୍ବାଇ,୭।୫: ମୁମ୍ବାଇ ଇଣ୍ଡିଆନ୍ସ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଆଇପିଏଲ ୨୦୨୪ର ଚତୁର୍ଥ ବିଜୟ ପଞ୍ଜିକରଣ କରିଛି। ସିଜିନର ୫୫ତମ ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକ ମୁମ୍ବାଇ...

ଟି-୨୦ ବିଶ୍ୱକପ୍‌ ପାଇଁ ଲଞ୍ଚ୍‌ ହେଲା ଟିମ୍‌ ଇଣ୍ଡିଆର ଜର୍ସି: ଏହି ଲୁକ୍‌ରେ ନଜର ଆସିବେ ଖେଳାଳି

ନୂଆଦିଲ୍ଲୀ,୭।୫: ଟି-୨୦ ବିଶ୍ୱକପକୁ ମାତ୍ର କିଛି ସପ୍ତାହ ବାକି ଅଛି ଏବଂ କିଛି ଘଣ୍ଟା ପୂର୍ବରୁ ଭାରତୀୟ ଦଳର ଜର୍ସି ଲଞ୍ଚ୍‌ ହୋଇଛି॥ ଭାରତୀୟ ଦଳର...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ କି ଟିମ୍‌ ଇଣ୍ଡିଆ? ବିସିସିଆଇ ନେଲା ଗୁରୁତ୍ୱପୂର୍ଣ୍ଣ ସୂଚନା

ନୂଆଦିଲ୍ଲୀ,୭।୫: ଆସନ୍ତା ବର୍ଷ ପାକିସ୍ତାନରେ ଚାମ୍ପିଅନ୍ସ ଟ୍ରଫି ଅନୁଷ୍ଠିତ ହେବ ଏବଂ ଏହି ଟୁର୍ନାମେଣ୍ଟ ପାଇଁ ଭାରତୀୟ ଦଳ ପାକିସ୍ତାନ ଯିବା ଉପରେ ସନ୍ଦେହ ରହିଛି।...

ଜୁନିୟର ମହିଳା ହକି ଦଳରେ ଓଡ଼ିଶାର ୪

ନୂଆଦିଲ୍ଲୀ,୭ା୫ (ପି.ଟି.): ମେ ୨୧ରୁ ୨୯ ପର୍ଯ୍ୟନ୍ତ ୟୁରୋପ ଟୁର୍‌ ପାଇଁ ହକି ଇଣ୍ଡିଆ ସୋମବାର ୨୨ଜଣିଆ ଭାରତୀୟ ମହିଳା ଦଳ ଘୋଷଣା କରିଛି। ଏଥିରେ...

ଧର୍ମଶାଳାରେ ଭାରତର ପ୍ରଥମ ହାଇବ୍ରିଡ ପିଚ୍‌

ଧର୍ମଶାଳା,୭।୫(ପି.ଟି.): ଭାରତର ସର୍ବପ୍ରଥମ ହାଇବ୍ରିଡ ପିଚ୍‌ ଧର୍ମଶାଳା କ୍ରିକେଟ ଷ୍ଟାଡିୟମରେ ଉଦ୍‌ଘାଟିତ ହୋଇଛି। ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ (ଏଚ୍‌ପିସିଏ) ପକ୍ଷରୁ ସୋମବାର ଏହି କାର୍ଯ୍ୟକ୍ରମ...

କ୍ୱାର୍ଟର ଫାଇନାଲରେ ସହିଦ ସ୍ପୋର୍ଟିଂ

ଭୁବନେଶ୍ୱର, ୭।୫ (ତପନ ସ୍ବାଇଁ): ପାରାମାଉଣ୍ଟ ସ୍ପୋର୍ଟିଂ ଆନୁକୂଲ୍ୟରେ ଏହାର ପଡ଼ିଆରେ ଚାଲିଥିବା ୬ଷ୍ଠ ଅରବିନ୍ଦ ସ୍ମାରକୀ ୧୬ ବର୍ଷରୁ କମ୍‌ ଜୁନିୟର କ୍ରିକେଟ ଟୁର୍ନାମେଣ୍ଟର...

ନୋରିସଙ୍କୁ ପ୍ରଥମ ଫର୍ମୁଲା ଓ୍ବାନ ସଫଳତା

ମାୟାମି ଗାର୍ଡେନ୍ସ, ୭ା୫: ବିଶ୍ୱ ଚାମ୍ପିୟନ ତଥା ରେଡ୍‌ବୁଲର ମାକ୍ସ ଭର୍ଷ୍ଟାପେନ୍‌ଙ୍କୁ ୭ ସେକେଣ୍ଡ ପଛରେ ପକାଇ ଲାଣ୍ଡୋ ନୋରିସ ଏଠାରେ ମାୟାମି ଗ୍ରଁା ପ୍ରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri