Posted inଖେଳ

ଅଲିମ୍ପିକ ହକିରେ ଭାରତ ପ୍ରଥମେ ନ୍ୟୁଜିଲାଣ୍ଡକୁ ଭେଟିବ

ଲାଉସାନେ, ୧୮ା୭ (ପି.ଟି.)-ଟୋକିଓ ଅଲିମ୍ପିକ୍ସରେ ଆସନ୍ତା ବର୍ଷ ଜୁଲାଇ ୨୪ରେ ଭାରତୀୟ ପୁରୁଷ ହକି ଦଳ ଏହାର ପ୍ରଥମ ମ୍ୟାଚ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳିବ। ଅନ୍ୟପକ୍ଷରେ ସେହିଦିନ ମହିଳା ଦଳ ଶକ୍ତିଶାଳୀ ନେଦରଲାଣ୍ଡ୍ସକୁ ଭେଟିବ। ୮ଥର ଚାମ୍ପିୟନ ଭାରତ କଷ୍ଟସାଧ୍ୟ ପୁଲ୍‌-ଏ’ରେ ଅଷ୍ଟ୍ରେଲିଆ, ଆର୍ଜେଣ୍ଟିନା, ସ୍ପେନ, ନ୍ୟୁଜିଲାଣ୍ଡ ଏବଂ ଆୟୋଜକ ଜାପାନ ସହ ସ୍ଥାନ ପାଇଛି। ପୁଲ୍‌-ବି’ରେ ବେଲଜିୟମ, ନେଦରଲାଣ୍ଡ୍ସ, ଜର୍ମାନୀ, ଗ୍ରେଟବ୍ରିଟେନ, କାନାଡା ଓ ଦକ୍ଷିଣ ଆଫ୍ରିକା ରହିଛନ୍ତି। ୧୯୮୦ରେ ଏହାର ୮ମ ଅଲିମ୍ପିକ ସ୍ବର୍ଣ୍ଣ ପଦକ ଜିତିଥିବା ଭାରତୀୟ ପୁରୁଷ ଦଳ ଜୁଲାଇ ୨୫ରେ ଅଷ୍ଟ୍ରେଲିଆକୁ ଭେଟିବ। ଦଳ ଏହାର ପରବର୍ତ୍ତୀ ମ୍ୟାଚଗୁଡ଼ିକ ଯଥାକ୍ରମେ ସ୍ପେନ (ଜୁଲାଇ ୧୭), ଗତଥର ଚାମ୍ପିୟନ ଆର୍ଜେଣ୍ଟିନା (ଜୁଲାଇ ୨୯) ଓ ଜାପାନ (ଜୁଲାଇ ୩୦)କୁ ଭେଟିବ। ସେହିପରି ମହିଳା ପ୍ରତିଯୋଗିତାରେ ଭାରତ ପୁଲ୍‌-ଏ’ରେ ନେଦରଲାଣ୍ଡ୍ସ, ଜର୍ମାନୀ, ଗ୍ରେଟ୍‌ବ୍ରିଟେନ, ଆୟର୍ଲାଣ୍ଡ ଓ ଦକ୍ଷିଣ ଆଫ୍ରିକା ସହ ରହିଛି। ଅନ୍ୟପକ୍ଷରେ ପୁଲ୍‌-ବି’ରେ ଅଷ୍ଟ୍ରେଲିଆ, ଆର୍ଜେଣ୍ଟିନା, ନ୍ୟୁଜିଲାଣ୍ଡ, ସ୍ପେନ, ଚାଇନା ଓ ଜାପାନ ସ୍ଥାନ ପାଇଛନ୍ତି। ମହିଳା ଦଳ ଜୁଲାଇ ୨୪ରେ ଏହାର ଓପନିଂ ମ୍ୟାଚ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବା ପରେ ଯଥାକ୍ରମେ ଜର୍ମାନୀ (ଜୁଲାଇ ୨୬), ଗ୍ରେଟ୍‌ବ୍ରିଟେନ (ଜୁଲାଇ ୨୮), ଆର୍ଜେଣ୍ଟିନା (ଜୁଲାଇ ୨୯) ଓ ଜାପାନ (ଜୁଲାଇ ୩୦)କୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ

ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...

IPL 2026 ପ୍ଲେଅଫରେ ପହଞ୍ଚିବ କେଉଁ ୪ଟି ଟିମ୍‌? ବଡ଼ ଭବିଷ୍ୟବାଣୀ କଲେ ପୂର୍ବତନ କ୍ରିକେଟର!

ନୂଆଦିଲ୍ଲୀ,୨୫।୧୨: IPL 2026 ଖେଳାଳିଙ୍କ ମିନି-ନିଲାମ ନିକଟରେ ଶେଷ ହୋଇଛି। ଡିସେମ୍ବର ୧୬ରେ ଆବୁଧାବିରେ IPL ମିନି-ନିଲାମ ହୋଇଥିଲା, ଯେଉଁଥିରେ ୨୯ ବିଦେଶୀ ଖେଳାଳିଙ୍କ ସମେତ...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri