ମିଷ୍ଟର ଇଣ୍ଡିଆ ପ୍ରତଯୋଗିତାରେ ଜୟପୁରର ଶ୍ରୀଧର

ଜୟପୁର,୧୮ା୭(ନି.ପ୍ର.): ଜାତୀୟ ସ୍ତରର ବିଭିନ୍ନ ପ୍ରତିଯୋଗିତାରେ ଓଡ଼ିଆ ଝିଅପୁଅଙ୍କ ଅଂଶଗ୍ରହଣ କିଛି କମ୍‌ ନୁହେଁ। ନିକଟରେ ଜିରୋନ ପ୍ରଡକ୍ସନ ହାଉସ ପ୍ରସ୍ତୁତ ମିଷ୍ଟର ଏବଂ ମିସ୍‌ ଇଣ୍ଡିଆ-୨୦୨୦ର ସିଜନ-୨ ପ୍ରତିଯୋଗିତାର ସେମି ଫାଇନାଲକୁ ଉନ୍ନୀତ ହୋଇଥିଲେ କୋରାପୁଟ ଜିଲାର ଦୀପ୍ତିରାଣୀ। ଏବେ ସେହି ସଂସ୍ଥାର ମିଷ୍ଟର ଇଣ୍ଡିଆ ପ୍ରତିଯୋଗିତାରେ ସଫଳତା ସାଉଁଟିଛନ୍ତି କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକର ଶ୍ରୀଧର ମହାପାତ୍ର। ତାଙ୍କ ସଫଳତା ଜିଲା ପାଇଁ ପୁଣି ଏକ ଖୁସି ଖବର ଆଣିଦେଇଛି। ବୋରିଗୁମ୍ମା ବ୍ଲକ ପୋଡାପଦର ଗ୍ରାମର ଲୋକନାଥ ମହାପାତ୍ରଙ୍କ ପୁଅ ଶ୍ରୀଧର ଜିରୋନ ପ୍ରଡକ୍ସନର ମିଷ୍ଟର ଇଣ୍ଡିଆ ପ୍ରତିଯୋଗିତାରେ ସାମିଲ ହେବାପାଇଁ ଅନଲାଇନ ମାଧ୍ୟମରେ ପଞ୍ଜୀକରଣ କରିଥିଲେ। ଶତାଧିକ ପ୍ରତିଯୋଗୀଙ୍କୁ ପଛରେ ପକାଇ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ରାଉଣ୍ଡକୁ ଉନ୍ନୀତ
ହୋଇ ଏବେ ସେମି ଫାଇନାଲରେ ପହଞ୍ଚତ୍ଛନ୍ତି ଶ୍ରୀଧର। ଅଭିନୟ ଓ ମଡେଲିଂ କ୍ଷେତ୍ରରେ ରୁଚି ରଖିଥିବା ଶ୍ରୀଧର ଜାତୀୟ ସ୍ତରର ପ୍ରତିଯୋଗିତାରେ ସାମିଲ ପାଇଁ ପିଲାଦିନରୁ ଇଛା ରଖିଥିବା କହିଛନ୍ତି। ତାଙ୍କୁ ମିଳିଥିବା ଏହି ସୁଯୋଗକୁ ସମ୍ପୂର୍ଣ୍ଣ ଉପଯୋଗ କରି ଆଗାମୀ ଦିନରେ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିବେ ଏହି ଆଶା ରଖିଛନ୍ତି ସେ।


Enter your email to get our daily news in your inbox.

All Right Reserved By Dharitri.Com

ଠିକ୍‌ ଭାବେ ହେଉନି ଅଧିକାଂଶ ବିଭାଗର କାର୍ଯ୍ୟ: ସାଧାରଣ ଲୋକେ ହନ୍ତସନ୍ତ

ଥୁଆମୂଳ ରାମପୁର,୨୦ା୧୨(ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସଭାଗୃହରେ ଶୁକ୍ରବାର ୫ମ ମାସିକ ବୈଠକ ବିଡିଓ ଧ୍ରୁବଚରଣ ମୁଦୁଲିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ନୂଆ ବର୍ଷ ଆରମ୍ଭ ପୂର୍ବରୁ ବଡ଼ ଘୋଷଣା କରିଦେଲେ ଟ୍ରମ୍ପ, ସାଧାରଣ ଲୋକଙ୍କୁ ହେବ ଫାଇଦା

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଟାରିଫ୍‌ ଏବଂ ଟିକସ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଉତ୍ତର କାରୋଲିନାରେ ତାଙ୍କ ଭାଷଣ...

ମାଲାୟାଲମ୍ ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ପରଲୋକ, ୨୦୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ନୂଆଦିଲ୍ଲୀ,୨୦ା୧୨: ମାଲାୟାଲମ ସିନେମା ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ଦେହାନ୍ତ ହୋଇଛି । ସ୍ୱାସ୍ଥ୍ୟଗତ ସମସ୍ୟା ହେତୁ ସେ କିଛି ଦିନ ହେବ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ...

ଟେଷ୍ଟ କ୍ରିକେଟ୍‌ରେ ଏମିତି ବିଶ୍ୱରେକର୍ଡ: ପୂର୍ବରୁ କେବେ ହୋଇ ନ ଥିଲା…

ମାଉଣ୍ଟ ମାଉଙ୍ଗାନୁଇ,୨୦।୧୨: ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଟେଷ୍ଟ ଏକ ରୋମାଞ୍ଚକର ଘଟଣା ପାଲଟିଛି। ଆୟୋଜକ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନରେ...

ବଡ଼ ଦିନକୁ ଶାନ୍ତିଶୃଙ୍ଖଳା ସହ ପାଳନ କରିବା ପାଇଁ ପୋଲିସ ତରଫରୁ ବ୍ୟାପକ ପଦକ୍ଷେପ, ଗାଁ ଗାଁରେ ହେଲା…

ଜି.ଉଦୟଗିରି,୨୦।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସମସ୍ତ ଚର୍ଚ୍ଚଗୁଡ଼ିକରେ ପ୍ରାକ ବଡ଼ଦିନ ଉତ୍ସବ ପାଳନ ଚାଲିଥିବା ବେଳେ ବଡ଼ଦିନ ପାଇଁ ଅଞ୍ଚଳବାସୀ ଚର୍ଚ୍ଚ ଗୃହ...

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...

କାର୍‌ରେ ଗଞ୍ଜେଇ ଚାଲାଣ କରୁଥିଲେ ଦମ୍ପତି, ମାଡିବସିଲା ପୋଲିସ, ତା’ପରେ…

ମୋହନା,୨୦।୧୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ନଳାଘାଟ ଗାଁ ନିକଟରେ କାର୍‌ ସହ ୨୬ କିଲୋ ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ...

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri