ଗଞ୍ଜାମ ପାଇଁ ନୂଆ ରଣକୌଶଳ ଆପଣାଇଲେ ସରକାର

ଭୁବନେଶ୍ୱର,୧୮।୭(ବ୍ୟୁରୋ)-ଗଞ୍ଜାମରେ କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ନୂତନ ରଣ କୌଶଳ ଗ୍ରହଣ କରିଛନ୍ତି। ବିଶେଷ କରି ଭିତ୍ତିଭୂମି ସମ୍ପ୍ରସାରଣ, ଟେଲି ମେଡିସିନ ଓ ସଚେତନତା ଉପରେ ଗୁରୁତ୍ୱ ଦିଆଯାଇଛି। ଲୋକସେବା ଭବନରେ ଶନିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତି ନିଆଯାଇଛି।
ନିଷ୍ପତି ଅନୁଯାୟୀ, ବ୍ରହ୍ମପୁର ମେଡିକାଲ କଲେଜରେ ଜଣେ ଅତିରିକ୍ତ ସୁପରିଣ୍ଟେଣ୍ଡେଣ୍ଟ ନିଯୁକ୍ତି କରାଯିବ। କୋଭିଡ୍‌ ପରିଚାଳନାରେ ସେ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ସହାୟତା କରିବେ। ଏମ୍‌କେସିଜିର ଶିଶୁ ରୋଗ ଓ୍ବାର୍ଡକୁ ୧୦୦ ଶଯ୍ୟାବିଶିଷ୍ଟ କୋଭିଡ୍‌ କେୟାର ସେଣ୍ଟରରେ ପରିଣତ କରାଯିବ। ଏହା ଜିଲାପାଳଙ୍କ ତତ୍ତ୍ୱାବଧାନରେ ରହିବ। ସେହିପରି ବିଦ୍ୟୁତ୍‌ପୁରରେ ୧୫୦ ଶଯ୍ୟାବିଶିଷ୍ଟ କୋଭିଡ୍‌ କେୟାର ସେଣ୍ଟର କରାଯିବ। ବ୍ରହ୍ମପୁର ମହାନଗର ନିଗମ ପରିସରରେ ଥିବା ଶିଶୁମନ୍ଦିରରେ ୧୫୦ ଶଯ୍ୟାବିଶିଷ୍ଟ କୋଭିଡ୍‌ କେୟାର ସେଣ୍ଟର କରାଯିବ। ଏହା ବ୍ରହ୍ମପୁର ମହାନଗର ନିଗମ ଦ୍ୱାରା ପରିଚାଳିତ ହେବ। ସିଟି ହସ୍ପିଟାଲ କୋଭିଡ୍‌ ରୋଗୀଙ୍କୁ ଚିକିତ୍ସା ସୁବିଧା ଯୋଗାଇବ। ଅମ୍ଳଜାନ ସ୍ତର କମ୍‌ ଥାଇ ବିଳମ୍ବରେ ଚିକିତ୍ସା ପାଇଁ ଆସୁଥିବା ରୋଗୀମାନଙ୍କ ସକାଶେ ପ୍ରତ୍ୟେକ କୋଭିଡ୍‌ କେୟାର ସେଣ୍ଟର ଓ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ୧୦ ପ୍ରତିଶତ ଶଯ୍ୟା ସଂରକ୍ଷିତ ରହିବ ବୋଲି ନିଷ୍ପତି ହୋଇଛି। ସେହିପରି ହୋମ୍‌ ଆଇସୋଲେଶନ୍‌ରେ ଥିବା ରୋଗୀମାନଙ୍କୁ ମେଡିସିନ, ଟିକା ଯୋଗାଇ ଦେବା ସହିତ ଓଡ଼ଆରେ ଔଷଧ ଖାଇବା ସୂଚନା ଦିଆଯିବ। ରୋଗୀଙ୍କ ଯତ୍ନ ନେଉଥିବା ବ୍ୟକ୍ତି ଏବଂ ସେମାନଙ୍କ ପରିବାରକୁ ଆବଶ୍ୟକ ଉପଦେଶ ସହିତ ଆଇସି ସାମଗ୍ରୀ ଯୋଗାଇ ଦିଆଯିବ। ବ୍ରହ୍ମପୁର, ଗୋପାଳପୁରରେ ଥିବା ହୋଟେଲଗୁଡିକୁ ଜିଲାପାଳ କୋଭିଡ୍‌ ଯୁଦ୍ଧରେ ଆଗରେ ଥିବା ଡାକ୍ତର ଓ ଅନ୍ୟମାନଙ୍କ ରହଣି ନିମନ୍ତେ ସଂରକ୍ଷିତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri