ବାଲୁଗାଁ ମାଛ ମାର୍କେଟ ୭ଦିନ ଶଟ୍‌ଡାଉନ: ୨ ମାଛ ଗୋଦାମ, ୩ ବରଫ କଳ ସିଲ୍‌

ଖୋର୍ଦ୍ଧା ଅଫିସ/ବାଲୁଗାଁ ,୧୮ା୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁର ଜଣେ ମତ୍ସ୍ୟ ବ୍ୟବସାୟୀ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଶନିବାର ଜିଲାପାଳ ଶୀତାଂଶୁ କୁମାର ରାଉତ ବାଲୁଗାଁ ମାଛ ମାର୍କେଟକୁ ୭ଦିନ ଲାଗି ଶଟ୍‌ଡାଉନ ଘୋଷଣା କରିଛନ୍ତି। ଶନିବାର ଠାରୁ ଆସନ୍ତା ୨୪ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। ଆକ୍ରାନ୍ତ ମତ୍ସ୍ୟ ବ୍ୟବସାୟୀଙ୍କ ଗୋଦାମରେ ଥିବା ୧କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଚିଙ୍ଗୁଡି ନଷ୍ଟ କରାଯାଇଛି। ଏହା ସହିତ ତାଙ୍କର ୨ଟି ମାଛ ଗୋଦାମ ଓ ୩ଟି ବରଫ କଳକୁ ସିଲ୍‌ କରାଯାଇଛି। ମାଛ ମାର୍କେଟ ଅଞ୍ଚଳକୁ ସାନିଟାଇଜ୍‌ କରାଯାଇଛି। ସମ୍ପୃକ୍ତ ବ୍ୟକ୍ତିଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯିବା ସହ ତାଙ୍କ ପରିବାରବର୍ଗଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ସୂଚନାଥାଉ କି, ଶୁକ୍ରବାର ସମ୍ପୃକ୍ତ ମତ୍ସ୍ୟ ବ୍ୟବସାୟୀଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଣାପଡ଼ିଥିଲା। ଶନିବାର ଜିଲାପାଳ ଶୀତାଂଶୁ ରାଉତ, ଏସ୍‌ପି ଅଜୟ ପ୍ରତାପ ସ୍ବାଇଁ, ଉପଜିଲାପାଳ ଅଶୋକ ବେଉରିଆ, ଡିଏସ୍‌ପି ସତୀଶ ପାଢୀ, ଚିଲିକା ତହସିଲଦାର ପୁନମ ମହାପାତ୍ର, ବାଲୁଗାଁ ଏସ୍‌ଡିପିଓ ସୁରେଶ କୁମାର ଦାଶ, ଆଇଆଇସି ରମାକାନ୍ତ ମାହାଳିକ, ଏନ୍‌ଏସି କାର୍ଯନିର୍ବାହୀ ଅଧିକାରୀ ଆକୃତି ଗୋଏଙ୍କା ପ୍ରମୁଖ ବାଲୁଗାଁ ମାଛ ମାର୍କେଟରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ଗୋଦାମ ସିଲ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri