୨ ଦିନ ହେଲା ଜଳ ଯୋଗାଣ ବନ୍ଦ

ଆରଡି, ୧୯ା୭, (ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଆରଡି ଅଞ୍ଚଳରେ ଏବେ ମେଗା ଜଳପ୍ରକଳ୍ପ ନିର୍ମାଣାଧୀନ କାର୍ଯ୍ୟକୁ ନେଇ ସଙ୍କଟ ଉପୁଜିଛି। ଆଖଣ୍ଡଳ ମଣି – ଭଦ୍ରକ, ଆଖଣ୍ଡଳମଣି-ଯାଜପୁର ରାସ୍ତା ପାର୍ଶ୍ୱ ଏବେ ଠିକାଦାର ନିଜ ଇଚ୍ଛା ଅନୁସାରେ ଖୋଳି ଚାଲିଛନ୍ତି। ଜେସିବି ଲଗାଇ ରାସ୍ତା ପାର୍ଶ୍ୱ ଖୋଳିବା ସହ ସେହି ମାଟିକୁ ରାସ୍ତା ଉପରେ ପକାଇ ରଖୁଛନ୍ତି। ପ୍ରାୟ ୧ କି.ମି. ଯାଏ ଖୋଳି ସାରିବା ପରେ ୨ରୁ ୩ ଦିନ ପରେ ସେଠାରେ ପାଇପ ବିଛାଣ କରାଯାଉଥିବା ସ୍ଥାନୀୟ ଲୋକମାନେ ଅଭିଯୋଗ କରିଛନ୍ତି। ଓଳଗ ପଞ୍ଚାୟତର ସାଠିବାଙ୍କୁଡା ନିକଟରେ ପୂର୍ବରୁ ଥିବା ପାନୀୟଜଳ ପ୍ରକଳ୍ପ ପାଇପ ରାସ୍ତା ପାର୍ଶ୍ୱ ଖୋଳାଯୋଗୁ ଫାଟି ଯାଇଛି। ଫଳରେ ଓଳଗ ଜଳ ପ୍ରକଳ୍ପ ଉପରେ ନିର୍ଭର କରୁଥିବା କୁଳେଇପଦା, ମଠଡିହ, ଅମୃତମଣୋହି, ସାଠିବାଙ୍କୁଡା ଆଦି ଗାଁର ଲୋକମାନେ ୨ଦିନ ହେଲା ପାଣି ପାଇପାରୁ ନାହାନ୍ତି।
ସେହିପରି ରାସ୍ତାରେ ମାଟି ପଡିଥିବାରୁ ବର୍ଷା ହେଲେ ବାଇକ ଓ ସାଇକେଲ ଚାଳକଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି ହୋଇଛି। ରାସ୍ତା ପାର୍ଶ୍ୱ ଖୋଳା ହୋଇଥିବା ଯୋଗୁ ଗାଈଗୋରୁ ବିଭିନ୍ନ ସମୟରେ ପଶିଯାଇ କ୍ଷତ ବିକ୍ଷତ ହେଉଛନ୍ତି। ଏଠାରେ କୋଭିଡ ନିୟମ ଊଲ୍ଲଂଘନ କରି ଠିକାଦାର ସ୍ଥାନୀୟ ଅଞ୍ଚଳର ଶ୍ରମିକଙ୍କୁ କାମରେ ନଲଗାଇ ବାହାର ସ୍ଥାନର ଶ୍ରମିକ ମାନଙ୍କୁ ନେଇ କାମ କରୁଛନ୍ତି। ଯାହାଦ୍ୱାରା କୋଭିଡ ବ୍ୟାପିବାର ସମ୍ଭାବନା ଦେଖାଦେଇଛି। ଏଥିରେ ଜିଲା ପ୍ରଶାସନ ହସ୍ତକ୍ଷେପ କରି ସେହି ଠିକାଦାରଙ୍କ ବିରୋଧରେ କାର୍ଯାନୁଷ୍ଠାନ ଗ୍ରହଣ କରିବାକୁ ସ୍ଥାନୀୟ ଅଞ୍ଚଳରେ ଦାବି କରାଯାଇଛି। ଏ ସମ୍ପର୍କରେ ଚାନ୍ଦବାଲି ତହସିଲଦାର ସୁଶାନ୍ତକୁମାର ସୁତାରଙ୍କୁ ପଚରିବାରୁ ମେଗା ଜଳପ୍ରକଳ୍ପ କାର୍ଯ୍ୟ ନିର୍ଦ୍ଦିଷ୍ଟ ନିୟମାନୁସାରେ ଚାଲିବା ଉଚିତ। ତେବେ ଏ ସମ୍ପର୍କରେ ସେ ଅବଗତ ନାହାନ୍ତି। ତଦନ୍ତ କରି କାର୍ଯାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri