ବନ୍ଧୁକ ଦେଖାଇ ଅପହରଣ ଘଟଣା: ୪ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ

ବଲାଙ୍ଗୀର ଅଫିସ,୧୯ା୭: ବନ୍ଧୁକ ଦେଖାଇ ଅପହରଣ ଓ ଡକାୟତି ଘଟଣାରେ ଟାଉନ ଥାନା ପୋଲିସ ୪ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରିଥିବା ସୂଚନା ଦେଇଛି। ଗିରଫ ଅଭିଯୁକ୍ତମାନେ ହେଲେ ମାଳପଡ଼ାର ସୋମ୍ୟରଞ୍ଜନ ଦାଶ, ସଞ୍ଜୀବ ମୁଗ୍ରୀ, ବିଶାଳ ସୁନା, ଆକାଶ ଷଣ୍ଢ । ମାଳପଡ଼ାର ପ୍ରଶାନ୍ତ କ୍ଷେତୀ ଅଭିଯୋଗ କରିଛନ୍ତି ଯେ, ତାଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ସୋମ୍ୟରଞ୍ଜନ ଦାଶ ଓ ତାଙ୍କ ୫ ସହଯୋଗୀ ଗତ ୧୬ ତାରିଖରେ ତାଙ୍କୁ ମାଳପଡ଼ା ରିଂରୋଡ୍‌ ନିକଟରୁ ଅପହରଣ କରିନେଇ ବଟଲିଂ ପ୍ଳାଣ୍ଟ ନିକଟ ଜଙ୍ଗଲ ଭିତରକୁ ନେଇ ୫୦ ହଜାର ଟଙ୍କା ଦେବାକୁ କହିଥିଲେ। ଟଙ୍କା ନାହିଁ ବୋଲି କହିବା ପରେ ନିସ୍ତୁକ ମାଡ଼ ମାରି ସୁନାଚେନ୍‌, ମୁଦି ଓ ନଗଦ ୭୫୦୦ ଟଙ୍କା ଲୁଟି ନେଇଥିଲେ। ରାତି ସାରା ପ୍ରଶାନ୍ତଙ୍କୁ ଜଙ୍ଗଲରେ ରଖି ସକାଳୁ ପଥରଚେପାରେ ଛାଡ଼ି ଦେଇଥିଲେ। ଏହା ପରେ ପ୍ରଶାନ୍ତ ଟାଉନ ଥାନାକୁ ଆସି ଘଟଣା ସମ୍ପର୍କରେ ଅଭିଯୋଗ କରିଥିଲେ। ପୋଲିସ ତଦନ୍ତ କରି ଅଭିଯୁକ୍ତ ସୋମ୍ୟରଞ୍ଜନ ଦାଶଙ୍କ ସହ ୩ ସହଯୋଗୀଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ୩ ବାଇକ୍‌, ଦୁଇଟି ଟାଙ୍ଗିଆ, ୫ ମୋବାଇଲ ଜବତ କରିଛି। ଅନ୍ୟ ଦୁଇ ଅଭିଯୁକ୍ତ ଫେରାର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri