ଚଞ୍ଚକତା କରି ୮୮ଲକ୍ଷ ଟଙ୍କା ହଡ଼ପ: ବନ୍ଧା ହେଲେ ଏନ୍‌ଜିଓ ନିର୍ଦ୍ଦେଶକ, କୋଷାଧ୍ୟକ୍ଷ

ଢେଙ୍କାନାଳ ଅଫିସ, ୧୯।୭-ଚଞ୍ଚକତା କରି ୮୮ ଲକ୍ଷ ଟଙ୍କା ହଡ଼ପ କରିଥିବା ଅଭିଯୋଗରେ ଢେଙ୍କାନାଳ ଜିଲା ସଦର ଥାନା ମୂଳିସିଂହସ୍ଥିତ ସ୍ବେଚ୍ଛାସେବୀ ସଂସ୍ଥା ‘ଜନଜାଗରଣ କେନ୍ଦ୍ର’ର ନିର୍ଦ୍ଦେଶକ ରତିକାନ୍ତ ନାୟକ ଏବଂ କୋରିଅଁା ଅଞ୍ଚଳର କୋଷାଧ୍ୟକ୍ଷ ଉପେନ୍ଦ୍ର ନାୟକଙ୍କୁ ରବିବାର ଟାଉନ ଥାନା ପୋଲିସ ଗିରଫ କରିଛି। ଅଭିଯୋଗରୁ ଜଣାପଡିଛି, ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ମୂଳିସିଂହସ୍ଥିତ ଉକ୍ତ ସ୍ବେଚ୍ଛାସେବୀ ସଂସ୍ଥାର ଘର ଏବଂ ଜମି ଅଧିଗ୍ରହଣ ହୋଇଥିଲା। ଏଥିଲାଗି ଜାତୀୟ ରାଜପଥ ପ୍ରାଧିକରଣ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଢେଙ୍କାନାଳ ସହରରେ ଥିବା ସଂସ୍ଥାର ଏକ ବ୍ୟାଙ୍କ ଆକାଉଣ୍ଟକୁ ୮୮ଲକ୍ଷ ୧୬ହଜାର ଟଙ୍କା ପ୍ରଦାନ କରାଯାଇଥିଲା। ତେବେ ସଂସ୍ଥାର ନିର୍ଦ୍ଦେଶକ ଏବଂ କୋଷାଧ୍ୟକ୍ଷ ଏହାକୁ ହଡ଼ପ କରି ନେଇଥିବା ପୂର୍ବତନ କୋଷାଧ୍ୟକ୍ଷ ନିଗମାନନ୍ଦ ନନ୍ଦ ଅଭିଯୋଗ କରିଥିଲେ। ଏ ନେଇ ନଂ. ୬୬/୨୦, ଦଫା ୪୨୦, ୪୦୯, ୪୭୧, ୪୬୭ ଓ ୧୨୦ (ବି)ରେ ଏକ ମାମଲା ରୁଜୁ କରାଯାଇଥିବା ଏସ୍‌ଡିପିଓ ଶ୍ରୀହର୍ଷ ମିଶ୍ର ସୂଚନା ଦେଇଛନ୍ତି। ଟାଉନ ଥାନା ଏସ୍‌ଆଇ ସାବିତ୍ରୀ ପଣ୍ଡା ଘଟଣାର ତଦନ୍ତ କରୁଛନ୍ତି। ରତିକାନ୍ତ ଷ୍ଟେଶନରୋଡରେ ରହୁଥିବାବେଳେ ଉପେନ୍ଦ୍ରଙ୍କ ଘର କୋରିଅଁା ଅଞ୍ଚଳରେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡା ବିଜେଡି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିକାଶ ବ୍ୟବସ୍ଥା ସଂପୂର୍ଣ୍ଣ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ବଦଳିଯାଇଛି ରାଜନୀତିର ସଂସ୍କୃତି: ନଡ୍ଡା

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ...

ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ: ୪ ବର୍ଗଙ୍କୁ ଫୋକସ୍‌

ଭୁବନେଶ୍ୱର,୫।୫: ଆସନ୍ତା ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା...

ଓଡ଼ିଶାରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୫।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ରବିବାର ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ଭାଜପା ସଭାପତି ମନମୋହନ ସାମଲ, ଭୁବନେଶ୍ୱର ଏମ୍‌ପି ଅପରାଜିତତା ଷଡଙ୍ଗୀ ପ୍ରମୁଖ...

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ...

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।...

ନୀଳଗିରି ଆସନ ଲାଗି ପ୍ରାର୍ଥୀ ଘୋଷଣା, କଂଗ୍ରେସରୁ ଏହି ବରିଷ୍ଠ ନେତା ପାଇଲେ ଟିକେଟ୍‌…

ଭୁବନେଶ୍ୱର,୫।୫: ନୀଳଗିରି ବିଧାନସଭା ଆସନ ଲାଗି କଂଗ୍ରେସ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କୁ ଦଳ ପ୍ରାର୍ଥୀ କରିଛି। ୧୯୮୦ ଏବଂ...

ଭାଜପା ଟାର୍ଗେଟରେ ଓଡ଼ିଶା: ୮ରେ ଆସିବେ ରାଜନାଥ ସିଂ, ୧୨ରେ ଶାହା

ଭୁବନେଶ୍ୱର, ୫।୫: ଓଡ଼ିଶାରେ ସରକାର ଗଠନ କରିବା ଲକ୍ଷ୍ୟରେ ପୁରା ଜୋର ଲଗାଉଛନ୍ତି ଭାଜପା ନେତା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri