ଛତ୍ରପୁରରେ କରୋନା ସ୍ଥିତି ଅସମ୍ଭାଳ: ୩ ଦିନରେ ଚିହ୍ନଟ ହେଲେଣି ୮୭ ପଜିଟିଭ୍‌

ଛତ୍ରପୁର,୨୦ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସହର ଓ ବ୍ଲକ ଅଧୀନ ଗ୍ରାମାଞ୍ଚଳରେ କରୋନା ପରିସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଜିଲା ହେଡକ୍ୱାର୍ଟରରେ ଦିନକୁ ଦିନ କରୋନା ପଜିଟିଭ୍‌ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଫଳରେ ପ୍ରଶାସନ ପାଇଁ ଏହା ଚିନ୍ତାର କାରଣ ପାଲଟିଛି। ଏଥିସହ ଛତ୍ରପୁରବାସୀ ଭୟରେ ଜୀବନ ବିତାଉଛନ୍ତି।
ସୋମବାର ପ୍ରଶାସନ ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁସାରେ ଛତ୍ରପୁରରେ ୨୯ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ସେଥିରେ ଜଣେ କରୋନା ଯୋଦ୍ଧା ଏବଂ ୨୮ ଜଣ ଆକ୍ଟିଭ କଣ୍ଟାକ୍ଟ ଅଛନ୍ତି। ଗତ ୩ ଦିନ ମଧ୍ୟରେ ଛତ୍ରପୁର ସହର ଓ ଗ୍ରାମାଞ୍ଚଳରେ ମୋଟ୍‌ ୮୭ ଜଣ ପଜିଟିଭ୍‌ ଚି଼ହ୍ନଟ ହୋଇଥିବାରୁ ପରିସ୍ଥିତି ଏକପ୍ରକାର ଅଣାୟତ୍ତ ଆଡକୁ ଗତି କରୁଥିବା ଜଣାଯାଇଛି। ଅପରପକ୍ଷରେ ଦୁଇଦିନ ହେଲା ଛତ୍ରପୁର ଏନ୍‌ଏସିରେ ଘର ଦୁଆରକୁ ଯାଇ ପରିବାର ସଦସ୍ୟଙ୍କ ଡାକ୍ତରୀ ଟିମ୍‌ ଦାରା ସ୍ବାସ୍ଥ୍ୟ ସ୍କ୍ରିନିଂ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri