Posted inRasifala

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୧ ତାରିଖ – Daily Horoscope

ମେଷ
ଶନିଙ୍କ ଦୃଷ୍ଟିରେ ରବି ଓ ଚନ୍ଦ୍ର ରହିଥିବାରୁ ନିଜର ଅନ୍ୟମନସ୍କ ଓ ଭୁଲ୍‌ ବୁଝାମଣା ଯୋଗୁ ପାରିବାରିକ ଶାନ୍ତି ନଷ୍ଟ ହୋଇପାରେ। କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ କିନ୍ତୁ କିଛିଟା ପ୍ରତିରୋଧର ସାମ୍‌ନା କରିବକୁ ପଡ଼ିବ। ସ୍ଥଗିତ କାମ ପାଇଁ ଉପରିସ୍ଥ ଅଧିକାରୀଙ୍କୁ କୈଫିୟତ୍‌ ଦେବାକୁ ପଡ଼ିବ।
ବୃଷ
ବୃଷ
ଶୁକ୍ର ଓ ଶନି ନିଜ ନିଜ ଗୃହରେ ଅବସ୍ଥାନ କରିଥିବାରୁ ସ୍ବାସ୍ଥ୍ୟ ସମସ୍ୟା ପୂର୍ବପରି ରହିଲେ ମଧ୍ୟ ସତର୍କ ରହିବା ଭଲ। କର୍ମକ୍ଷେତ୍ରରେ କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇପାରନ୍ତି। ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡିପାରେ। ପାରିବାରିକ କ୍ଷେତ୍ରରେ ନିଜର ପ୍ରାଧାନ୍ୟତା ଅକ୍ଷୁଣ୍ଣ ରହିବ।
ମିଥୁନ
ମିଥୁନ
ସମସ୍ୟା ଓ ପ୍ରତିବନ୍ଧକ ରହିଲେ ମଧ୍ୟ ରାହୁ ଓ ବୁଧ ଜନିତ କୌଶଳରେ କାମ ହାସଲ କରିବେ। ନିଜ ଜିହ୍ବାକୁ ନିୟନ୍ତ୍ରଣ ମଧ୍ୟରେ ନ ରଖିଲେ ପ୍ରତ୍ୟେକ କାମରେ କିଛିନା କିଛି ବ୍ୟତିକ୍ରମ ଲାଗି ରହିବ। ନିଜର ଫାଇଦା ହାସଲ ପାଇଁ ନିକଟ ସମ୍ପର୍କୀୟମାନେ ମନ ବଳାଇପାରନ୍ତି। ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି।
କର୍କଟ
କର୍କଟ
ସ୍ବଗୃହୀଚନ୍ଦ୍ର ଧନାଧିପ ଯୁକ୍ତ ହେତୁ ଅର୍ଥଲାଭ ସଙ୍ଗକୁ ମନୋରଞ୍ଜନ ପାଇଁ ଚେଷ୍ଟିତ ହେବେ। କିନ୍ତୁ ଆଜି ପାଇବେ ଯେତିକି ତାହାଠାରୁ ଅଧିକ କିଛି ଖର୍ଚ୍ଚାନ୍ତ ହେବାକୁ ପଡିପାରେ। କଠୋର ପରିଶ୍ରମଜନିତ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯିବ। ଆଜିର ପ୍ରତ୍ୟୁଷ ଯାତ୍ରା ସଙ୍ଗକୁ ଆନୁଷ୍ଠାନିକ କାମରୁ ଖୁସି ରହିବେ।
ସି˚ହ
ସି˚ହ
ଦୁଃସ୍ଥାନରେ ରବି ଓ ଚନ୍ଦ୍ର ସ୍ବାସ୍ଥ୍ୟସମସ୍ୟା,ଦୂରଯାତ୍ରାକୁ ନେଇ ଖର୍ଚ୍ଚାନ୍ତ କରାଇବ। ଅବଶ୍ୟ ସୁଚିନ୍ତିତ ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ତପତ୍ରତା ପ୍ରକାଶ କରିପାରନ୍ତି। ବନ୍ଧୁମାନଙ୍କର ଛଳନାପୂର୍ଣ୍ଣ କଥାକୁ ଠିକ୍‌ ଭାବେ ବୁଝିପାରିବେନି। ଉପରିସ୍ଥଙ୍କ ଆଦେଶାନୁସାରେ ଦୂରଯାତ୍ରା କରିବାକୁ ପଡିପାରେ।
କନ୍ୟା
ସପ୍ତମସ୍ଥ ମଙ୍ଗଳ ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ। ବାଣିଜ୍ୟ, ବ୍ୟବସାୟ, ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତା ସମସ୍ୟାବହୁଳ ରହିବ। ପାଖ,ପଡୋଶୀଙ୍କ ମୂଲ୍ୟହୀନ କଥାରେ ମୁଣ୍ଡ ପୂରାଇ ଶତ୍ରୁତାକୁ ନିମନ୍ତ୍ରଣ କରିପାରନ୍ତି। ପ୍ରଶାସନିକ ସ୍ତରରେ ସମସ୍ୟାର ଅନ୍ତ ଘଟିବାର ଆଶା ରହିଛି।
ତୁଳା
ତୁଳା
ବକ୍ରୀଶନିଙ୍କ ସ୍ଥିତିଜନିତ ଶାରୀରିକ ଅସୁସ୍ଥତା ସଙ୍ଗଙ୍କୁ ମାନସିକ ସ୍ଥିତି ମଧ୍ୟ ବିଗିଡିଯିବ। ଛୋଟ ଛୋଟ ଘଟଣାକୁ କେନ୍ଦ୍ରକରି ପରିବାରରେ ମନାନ୍ତର ସୃଷ୍ଟି ହୋଇପାରେ। ନିକଟରେ ରହୁଥିବା ବ୍ୟକ୍ତିମାନେ ଶତ୍ରୁତା ଆଚରଣ କରିପାରନ୍ତି। ଆଶା କରୁଥିବା ମୂଲ୍ୟବାନ ଦ୍ରବ୍ୟ ପାଇପାରିବେ।
ବିଛା
ବିଛା
ଶନିଙ୍କ ଦୃଷ୍ଟିଜନିତ ଆକସ୍ମିକ ସମସ୍ୟା ଦେଖାଦେବା କାରଣରୁ ଚେଷ୍ଟା କରୁଥିବା କାର୍ଯ୍ୟରେ ଗତି ମନ୍ଥର ହେବ। ପରିବାରରେ ସାବଧାନତା ହେତୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ସଭାସମିତି, ପ୍ରଶାସନ, ପ୍ରକାଶନ, ଆଇନ ଓ ଅଦାଲତ କ୍ଷେତ୍ରରେ ଆଶ୍ୱସ୍ତି ଲାଭ କରିବେ।
ଧନୁ
ଧନୁ
ଶନିଙ୍କ ଦୃଷ୍ଟିରେ ଉତ୍ତେଜକ ଗ୍ରହ କୌଣସି ବିଜାତୀୟବ୍ୟକ୍ତିଙ୍କ ସହ କଳହର କାରଣ ହୋଇପାରେ। ରାଗ ଶୁଝାଇବାକୁ ଯାଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ଅନ୍ୟର କଥାକୁ ସତ ମନେକରି ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ। ଆଲୋଚନା କାଳରେ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
ମକର
ମକର

ବିଭିନ୍ନ ପ୍ରକାରର ସମ୍ବେଦନଶୀଳ ପ୍ରସଙ୍ଗକୁ ନେଇ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ପାରିବାରିକ ସମସ୍ୟାର ସମାଧାନ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ପାଖକୁ ଆସିଥିବା ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିପାରେ। ଜମିଜମା କାରବାରରେ ସମସ୍ୟାମୁକ୍ତ ରହିବେ।

କୁମ୍ଭ
କୁମ୍ଭ
ପାପଗ୍ରହ ମଧ୍ୟସ୍ଥ ଶୁକ୍ର ପ୍ରଭାବରେ ପାରିବାରିକ କ୍ଷେତ୍ର ବିବାଦ ବହୁଳ ରହିବ। ସୁଯୋଗ ପାଇଲେ ମଧ୍ୟ ମନୋରଞ୍ଜନ କାର୍ଯ୍ୟକ୍ରମ ଉପଭୋଗ୍ୟ ନ ହୋଇପାରେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ ହୋଇପାରନ୍ତି।
ମୀନମୀନ

କର୍ମକ୍ଷେତ୍ରରେ ବାରମ୍ବାର ପ୍ରତିବନ୍ଧକ ଦେଖାଦେଲେ ମଧ୍ୟ ଚେଷ୍ଟା ଅବ୍ୟାହତ ରଖିପାରିଲେ ଉପକୃତ ହେବେ। ଅଂଶୀଦାର ବ୍ୟବସାୟୀଙ୍କ ସହ ତର୍କ,ବିତର୍କ ହେତୁକ ମାନମନାନ୍ତର ଦେଖାଦେଇପାରେ। ପରିବାରର ଆବଶ୍ୟକତା ଉପଲବ୍ଧତ୍ କରି ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର , ଏପ୍ରିଲ ୩୦ ତାରିଖ – Daily Horoscope

ମେଷ ଆପଣ ସାଧାରଣ ସ୍ଥିତିରୁ ଅସାଧାରଣ ସ୍ଥିତିରେ ଉପନୀତ ହେବାର ସୁଯୋଗ ପ୍ରାପ୍ତ କରିବେ। ଏପରିକି ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ...

ରାଶିଫଳ: ସୋମବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ ଆଜି ନବମସ୍ଥ ଚନ୍ଦ୍ର ହେତୁ ପଡ଼ୋଶୀ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହ ଆମତ୍ୀୟତା ବେଶ୍‌ ଜମିବ। ବନ୍ଧୁଙ୍କ ସହ ଧାରକରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ...

ରାଶିଫଳ: ରବିବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ଆଜି ନିଜ ରାଶି ଓ ଦ୍ୱାଦଶ ସ୍ଥାନରେ ଏକାଧିକ ଗ୍ରହ ଅବସ୍ଥାନ କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ରହିବ। ଅଫିସ୍‌ କାମରୁ ଜମା ଫୁରୁସତ୍‌...

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri