ଆଉ ନାହାନ୍ତି ବିଜୟ ମହାନ୍ତି

ଭୁବନେଶ୍ୱର,୨୦।୭(ବ୍ୟୁରୋ)ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଆଉ ନାହାନ୍ତି। ଦୀର୍ଘ ମାସର ଅସୁସ୍ଥତା ପରେ ସୋମବାର ରାତିରେ ବିଜୟ ଆଖି ବୁଜିଛନ୍ତି। ସନ୍ଧ୍ୟାରେ ଗୁରୁତର ଅବସ୍ଥାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହେବାପରେ କିଛି ସମୟରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କ ପତ୍ନି ତନ୍ଦ୍ରା ରାୟ ଏବଂ ଝିଅ ଉପସ୍ଥିତ ଥିଲେ। ମଧୁମେହରେ ଆକ୍ରାନ୍ତ ଥିବା ମହାନ୍ତି ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଚିକିତ୍ସା ଲାଗି ତାଙ୍କୁ ଗତ ମେ’ ମାସରେ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ଡାକ୍ତର ତାଙ୍କୁ ଆଇସିୟୁ ସ୍ଥାନାନ୍ତର କରିଥିଲେ। ସାମାନ୍ୟ ସୁସ୍ଥ ହେବାପରେ ଓଡ଼ିଶା ଆସିବାକୁ ବଳାଇବାରୁ ଗତ ଜୁନ୍‌ ୧୪ ତାରିଖରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ହାଇଦ୍ରାବାଦରୁ ଭୁବନେଶ୍ୱର ଅଣାଯାଇଥିଲା। ଏଠାରେ ସେ ଏକ ଘରୋଇ ହସ୍ପିଟାଲ ଏବଂ ପରେ ଭୁବନେଶ୍ୱରସ୍ଥିତ ବାସଭବନରେ ରହି ଚିକିତ୍ସିତ ହେଉଥିଲେ। ତେବେ ସ୍ବାସ୍ଥ୍ୟବସ୍ଥା ପୁଣିଥରେ ବିଗିଡ଼ିବାରୁ ଓ ନିଃଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ଅନୁଭବ କରିବାରୁ ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା।
ଓଡ଼ିଆ ଫିଲ୍ମ ଜଗତର ଏହି ପ୍ରତିଷ୍ଠିତ କଳାକାରଙ୍କ ଅବସାନ ସହ ଓଡ଼ିଆ ଫିଲ୍ମର ଏକ ଯୁଗର ଅବସାନ ଘଟିଛି। ୧୯୫୦ ମସିହା ଏପ୍ରିଲ ୮ ତାରିଖରେ ବିଜୟ କେନ୍ଦ୍ରପଡ଼ା ଜିଲାର ପାଣ୍ଡିରି ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ୨୦୦ରୁ ଊର୍ଦ୍ଧ୍ୱ ଓଡ଼ିଆ ଚଳଚ୍ଚିତ୍ରରେ ଅଭିନୟ କରି ଦର୍ଶକଙ୍କ ହୃଦୟ ଜିଣିଥିଲେ। ନାୟକ, ଖଳନାୟକ ଓ ଚରିତ୍ର ଅଭିନେତା ଭଳି ବିଭିନ୍ନ ଭୂମିକାରେ ଅବତୀର୍ଣ୍ଣ ହୋଇଥିଲେ। ଦିଲ୍ଲୀ ନ୍ୟାସନାଲ ସ୍କୁଲ୍‌ ଅଫ୍‌ ଡ୍ରାମାରୁ ଶିକ୍ଷାଗ୍ରହଣ କରିଥିବା ବିଜୟ ୧୯୭୬ ମସିହାରେ ‘ନାଗଫାଶ’ ଚଳଚ୍ଚିତ୍ରରେ ଅଭିନୟ କରି ଚର୍ଚ୍ଚାକୁ ଆସିଥିଲେ। ‘ଚିଲିକା ତୀରେ’, ‘ଚକା ଚକା ଭଉଁରୀ’, ‘ଲକ୍ଷେ ଶିବ ପୂଜି ପାଇଛି ପୁଅ’, ‘ଛାତିରେ ଲେଖିଛି ତୋରି ନାଁ’, ‘ନାରୀ ନୁହେଁ ତୁ ନାରାୟଣୀ’, ‘ଧର୍ମର ହେବ ଜୟ’, ‘ସିନ୍ଦୂର ନୁହେଁ ଖେଳଘର’, ‘କିଏ ପୋଛିବ ମା’ ଆଖିର ଲୁହ’, ‘ମନ ରହିଗଲା ତୁମରି ଠାରେ’, ‘ପଞ୍ଚୁପାଣ୍ତବ’, ‘ସମୟ ବଡ଼ ବଳବାନ’, ‘ଦଣ୍ଡା ବାଳୁଙ୍ଗା’, ‘କୃଷ୍ଣା କାବେରୀ’, ‘ବୋଉ’, ‘ସନ୍ତାନ’ ଭଳି ଫିଲ୍ମରେ ତାଙ୍କର ବଳିଷ୍ଠ ଅଭିନୟ ଦର୍ଶକଙ୍କ ହୃଦୟ ଜିଣିଥିଲା। ଉତ୍କୃଷ୍ଠ ଅଭିନୟ ଲାଗି ସେ ଏକାଧିକ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଜିତିଥିବା ବେଳେ ଜୀବନବ୍ୟାପୀ ସାଧନା ପାଇଁ ଓଡ଼ିଆ ଚଳଚ୍ଚିତ୍ରର ସର୍ବୋଚ୍ଚ ସମ୍ମାନ ‘ଜୟଦେବ ପୁରସ୍କାର’ ପାଇଥିଲେ। ପ୍ରତି ଓଡ଼ିଆଙ୍କ ଘରେ ଘରେ ପରିଚିତ ଥିବା ଏହି ବରିଷ୍ଠ ଅଭିନେତା ଏକାଧାରାରେ ଜଣେ ଅଭିନେତା, ନିର୍ଦ୍ଦେଶକ ଓ ନାଟ୍ୟକାର ଥିଲେ। କ୍ୟାରିୟର ଆରମ୍ଭରୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଥିଲେ। ଚଳଚ୍ଚିତ୍ରରେ ଅଭିନୟ ସହ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ନାଟକ ବିଭାଗର ଅଧ୍ୟାପକ ଓ ଅଧ୍ୟକ୍ଷଭାବେ ମଧ୍ୟ ସେ କାର୍ଯ୍ୟ କରିଥିଲେ। ଅଭିନେତ୍ରୀ ତନ୍ଦ୍ରା ରାୟଙ୍କୁ ବିବାହ କରିଥିବା ବିଜୟଙ୍କର ଗୋଟିଏ ଝିଅ ଥିବାବେଳେ ଗତ କିଛିବର୍ଷ ହେବ ହାଇଦ୍ରାବାଦରେ ସେ ନିଜ ଝିଅ ସହ ରହୁଥିଲେ। ତାଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତ ସହ ରାଜନୈତିକ ଜଗତର ପ୍ରମୁଖ ବ୍ୟକ୍ତିବିଶେଷ ଏବଂ ମନ୍ତ୍ରୀନେତାମାନେ ଶୋକବ୍ୟକ୍ତ କରିଛନ୍ତି। ମଙ୍ଗଳବାର ରାଷ୍ଟ୍ରୀୟ ସମ୍ମାନ ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri