‘ପ୍ରତିଷ୍ଠା ହେଉ ସାମୁଦ୍ରିକ ଜୀବ ଗବେଷଣା କେନ୍ଦ୍ର’

ବାଲେଶ୍ୱର ଅଫିସ,୨୧।୭- ବାଲେଶ୍ୱର ଜିଲାରେ ସାମୁଦ୍ରିକ ଜୀବ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ପାଇଁ ବୁଦ୍ଧିଜୀବୀ ଏକାଠି ହୋଇଛନ୍ତି। ସୋମବାର ପୂର୍ବାହ୍ନରେ ସହରର ଚାନ୍ଦମାରି ପଡ଼ିଆ ସ୍ଥିତ ବରିଷ୍ଠ ସମାଜସେବୀ ଗୌରାଙ୍ଗ ପାଣିଗ୍ରାହୀଙ୍କ ବାସଭବନରେ ସେମାନେ ଏକତ୍ରିତ ହୋଇ ବିରଳ ନୀଳରକ୍ତ କଙ୍କଡ଼ାର ସୁରକ୍ଷା ଏବଂ ଜିଲାରେ ସାମୁଦ୍ରିକ ଜୀବମାନଙ୍କର ସୁରକ୍ଷା ନିମନ୍ତେ ଆଲୋଚନା କରି ଦାବି ଉଠାଇଛନ୍ତି। ନୀଳରକ୍ତ କଙ୍କଡ଼ା ଉପରେ ବିଦେଶରେ ବହୁ ଗବେଷଣା ଓ ଗବେଷଣାଲବ୍ଧ ଜ୍ଞାନକୁ ଉପଯୋଗ କରି ସ୍ବାସ୍ଥ୍ୟସେବା ଦିଗରେ ବିନିଯୋଗ କରାଯାଉଥିବା ବେଳେ ରାଜ୍ୟ ଓ ଦେଶରେ ସରକାରୀ ପ୍ରୋତ୍ସାହନ ଅଭାବରୁ ଅଧିକ କିଛି କରାଯାଇ ପାରିନାହିଁ। ଜିଲାର ଚାନ୍ଦିପୁରଠାରୁ ତାଳସାରି ପର୍ଯ୍ୟନ୍ତ ସମୁଦ୍ର ଉପକୂଳରେ ଏହି କଙ୍କଡ଼ା ପ୍ରାୟ ପ୍ରତିମାସର ଅମାବାସ୍ୟା ଓ ପୂର୍ଣ୍ଣିମା ସମୟରେ ଦେଖାଯାଆନ୍ତି। ଏମାନଙ୍କ ସୁରକ୍ଷା ପାଇଁ ଧ୍ୟାନ ଦିଆ ନ ଯିବାରୁ ସ୍ଥାନୀୟ ପଶୁପକ୍ଷୀ ଓ ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ି ମୃତ୍ୟୁବରଣ କରନ୍ତି। ଗତ କିଛିବର୍ଷ ପୂର୍ବରୁ ଏହି ବିରଳ ପ୍ରଜାତି କଙ୍କଡ଼ାର ବଂଶବୃଦ୍ଧି ପାଇଁ ଫକୀରମୋହନ ବିଶ୍ୱବିଦ୍ୟାଳୟରେ ଏକ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଥିଲା। ମାତ୍ର ତାହା ସୀମିତ ସମୟପରେ ବନ୍ଦ ହୋଇଯାଇଛି। ଏହାକୁ କାର୍ଯ୍ୟକ୍ଷମ କରି ଜିଲାରେ ଏକ ସାମୁଦ୍ରିକ ଜୀବ ଗବେଷଣା କେନ୍ଦ୍ରର ବହୁ ମହତ୍ତ୍ୱ ରହିଛି।
ନୀଳରକ୍ତ କଙ୍କଡ଼ା ଉପରେ ଉପାଧ୍ୟୁତ୍ତୋର ଗବେଷଣା କରିଥିବା ଡ.ଗୋବିନ୍ଦଚନ୍ଦ୍ର ବିଶ୍ୱାଳ ଏବଂ ଡ. ସିଦ୍ଧାର୍ଥ ପତି ବୈଠକରେ ଯୋଗଦେଇ ନୀଳରକ୍ତ କଙ୍କଡ଼ାରୁ ପ୍ରସ୍ତୁତ ଔଷଧଗୁଡ଼ିକ ମାନବସମାଜ ପାଇଁ କିପରି ଦୁରାରୋଗ ଚିହ୍ନଟ ଓ ଉପଶମ କରିବାରେ ବୈଜ୍ଞାନିକମାନେ ବିଦେଶରେ ସଫଳ ହୋଇଛନ୍ତି ତାହାର ଦୃଷ୍ଟାନ୍ତ ଦେଇଥିଲେ। ଦୀର୍ଘ ଆଲୋଚନା ପରେ ‘ସାମୁଦ୍ରିକ ଜୀବ ଗବେଷଣା କେନ୍ଦ୍ର ପ୍ରତିଷ୍ଠା କମିଟି’ ନାମରେ ଏକ ସଂଗଠନ ଗଠନ ପାଇଁ ପ୍ରସ୍ତାବ ଗୃହୀତ ହୋଇଥିଲା। ଜିଲାରେ ଏହି ଗବେଷଣାକେନ୍ଦ୍ର ପ୍ରତିଷ୍ଠା ହୋଇପାରିଲେ ନୀଳରକ୍ତ କଙ୍କଡ଼ା ସମେତ ଅନ୍ୟସବୁ ସାମୁଦ୍ରିକ ଜୀବଙ୍କ ଉପରେ ବୈଜ୍ଞାନିକମାନେ ଗବେଷଣା କରିବାର ସୁଯୋଗ ପାଇବେ ବୋଲି ବୈଠକରେ ମତପ୍ରକାଶ ପାଇଥିଲା। ଏ ସମ୍ପର୍କରେ ଏକ ପରିବର୍ଦ୍ଧିତ ବୈଠକ ଆହ୍ବାନ କରିବାକୁ ଆବାହକ ଭାବେ ସମାଜସେବୀ ପାଣିଗ୍ରାହୀ, ଶିଳ୍ପୀ କେଶୁ ଦାସ ଓ ସାମାଜିକକର୍ମୀ ଗୋବିନ୍ଦ ବଲ୍ଲଭ ଦଳାଇଙ୍କୁ ମନୋନୀତ କରାଯାଇଛି। ବୈଠକରେ ବାଲେଶ୍ୱର ସରକାରୀ ମେଡିକାଲ୍‌ କଲେଜ ପ୍ରତିଷ୍ଠା କ୍ରିୟାନୁଷ୍ଠାନ କମିଟିର ସାଧାରଣ ସମ୍ପାଦକ ନିରଞ୍ଜନ ପରିଡ଼ା, ବରିଷ୍ଠ ଆଇନଜୀବୀ ମନୋଜ ନାୟକ ଓ ଗଣତାନ୍ତ୍ରିକ ଅଧିକାର ସୁରକ୍ଷା ସଂଗଠନର ଜିଲା ସମ୍ପାଦକ ଇଂ. କୁମାର କାର୍ତ୍ତିକ ପ୍ରମୁଖ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri