ରାଜ୍ୟରେ ୧୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୨୧।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୬୪୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।
କରୋନା ଯୋଗୁ ପ୍ରାଣ ହରାଇଥିବା ନୂଆ ୬ଜଣଙ୍କ ମଧ୍ୟରେ ୫ ବୃଦ୍ଧ ଥିବା ବେଳେ ଜଣେ ଯୁବତର ରହିଛନ୍ତି। ମୃତକମାନେ କେନ୍ଦ୍ରାପଡ଼ା, ଗଜପତି, ଖୋର୍ଦ୍ଧା, ରାୟଗଡ଼ା, ଜଗତ୍‌ସିଂହପୁର ଜିଲାର ହୋଇଥିବା ବେଳେ କଟକର ଜଣେ ଯୁବତୀ ଅଛନ୍ତି।
କନ୍ଦ୍ରୋପଡ଼ାର ମୃତକ ଜଣଙ୍କ ୬୩ ବର୍ଷୀୟ ବୃଦ୍ଧ ହୋଇଥିବା ବେଳେ ସେ ପୂର୍ବରୁ ଡାଇବେଟିସ ସମେତ ଅନ୍ୟାନ୍ୟ ରୋଗରେ ପୀଡିତ ଥିଲେ। ଗଜପତିର ମୃତକଜଣଙ୍କ ୬୮ ବର୍ଷୀୟ ବୃଦ୍ଧ। ସେ ଡାଇବେଟିସ ସମେତ ଅନ୍ୟ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ। ସେହିପରି ଜଗତ୍‌ସିଂହପୁରର ମୃତକ ୫୮ ବର୍ଷୀୟ ବୃଦ୍ଧ। ସେ ପୂର୍ବରୁ କ୍ୟାନ୍ସରେ ଆକ୍ରାନ୍ତ ଥିଲେ। ଖୋର୍ଦ୍ଧାର ମୃତକ ଜଣଙ୍କ ୭୫ ବର୍ଷୀୟ ବୃଦ୍ଧ ହୋଇଥିବା ବେଳେ ସେ ମଧ୍ୟ ଅନ୍ୟାନ୍ୟ ରୋଗରେ ପୀଡିତ ଥିଲେ। ରାୟଗଡ଼ାର ମୃତକ ୭୪ ବର୍ଷୀୟ ହୋଇଥିବା ବେଳେ ସେ ଅନ୍ୟ ରୋଗରେ ଆକ୍ରାନ୍ତ ଥିଲେ। ସେହିପରି କଟକର ମୃତକ ଜଣଙ୍କ ୨୬ ବର୍ଷୀୟା ମହିଳା ହୋଇଥିବା ବେଳେ ସେ ପୂର୍ବରୁ ଡାଇବେଟିସ ସମେତ ଅନ୍ୟ ରୋଗରେ ପୀଡିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷମତାକୁ ଆସିଲେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବ ଭାଜପା: ଜାଣନ୍ତୁ ଏଥିରେ ମହିଳାଙ୍କୁ କ’ଣ ମିଳିବ ଲାଭ

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ନିର୍ବାଚନୀ ଇସ୍ତାହାରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା।...

ଭାଜପା ସରକାର ଆସିଲେ ୫୭ ବର୍ଷର କାମ ୫ ବର୍ଷରେ କରିବୁ: ମନମୋହନ

ଭୁବନେଶ୍ୱର,୫।୫: ୨୦୨୪ ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରକୁ...

ଭାଜପାର ବଡ଼ ଘୋଷଣା: ସରକାରକୁ ଆସିଲେ ଖୋଲାଯିବ ରତ୍ନ ଭଣ୍ଡାର

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରରେ ଏକ ବଡ଼ ପ୍ରତିଶ୍ରୁତି ଦିଆଯାଇଛି। ଭାଜପା ସରକାରକୁ ଆସିଲେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି ଦଳର ରାଷ୍ଟ୍ରୀୟ ସଭାପତି...

ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡା ବିଜେଡି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିକାଶ ବ୍ୟବସ୍ଥା ସଂପୂର୍ଣ୍ଣ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ବଦଳିଯାଇଛି ରାଜନୀତିର ସଂସ୍କୃତି: ନଡ୍ଡା

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ...

ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ: ୪ ବର୍ଗଙ୍କୁ ଫୋକସ୍‌

ଭୁବନେଶ୍ୱର,୫।୫: ଆସନ୍ତା ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା...

ଓଡ଼ିଶାରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୫।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ରବିବାର ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ଭାଜପା ସଭାପତି ମନମୋହନ ସାମଲ, ଭୁବନେଶ୍ୱର ଏମ୍‌ପି ଅପରାଜିତତା ଷଡଙ୍ଗୀ ପ୍ରମୁଖ...

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri