Posted inଖେଳ

ଇଂଲଣ୍ଡ ଦଳରେ ଯୋଗ ଦେଲେ ଆର୍ଚର

ମାଞ୍ଚେଷ୍ଟର, ୨୨|୭ (ଏପି)-କରୋନା ଭାଇରସ୍‌ ପାଇଁ ଦ୍ୱିତୀୟ ଟେଷ୍ଟରେ ନେଗେଟିଭ୍‌ ଆସିପରେ ଫାଷ୍ଟ ବୋଲର ଜୋଫ୍ରା ଆର୍ଚର ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ତଥା ନିର୍ଣ୍ଣାୟକ ଟେଷ୍ଟ ପାଇଁ ଇଂଲଣ୍ଡ ଦଳରେ ଯୋଗ ଦେଇଛନ୍ତି। ଗତ ସପ୍ତାହରେ କର୍ତ୍ତୃପକ୍ଷଙ୍କ ବିନା ଅନୁମତିରେ ହୋଭ୍‌ସ୍ଥିତ ନିଜ ଘରକୁ ଚାଲିଯାଇଥିଲେ। ଏହାଦ୍ୱାରା ସେ ଜୈବସୁରକ୍ଷିତ ନିୟମ ଉଲ୍ଲଂଘନ କରିଥିବାରୁ ତାଙ୍କୁ ଦ୍ୱିତୀୟ ଟେଷ୍ଟ ପାଇଁ ଦଳରୁ ବାଦ୍‌ ଦିଆଯାଇଥିଲା। ଶୃଙ୍ଖଳା କମିଟି ଆର୍ଚରଙ୍କୁ ୧୫,୦୦୦ ପାଉଣ୍ଡ (୧୯,୦୦୦ ଆମେରିକୀୟ ଡଲାର) ଜରିମାନା କରିଛି। ଦଳରେ ଯୋଗଦାନ ପୂର୍ବରୁ ଏହି ଫାଷ୍ଟ ବୋଲରଙ୍କୁ ଓଲ୍ଡ ଟ୍ରାଫୋର୍ଡସ୍ଥି ଏକ ହୋଟେଲରେ ୫ ଦିନ କ୍ୱାରାଣ୍ଟାଇନରେ ରହିବାକୁ ପଡ଼ିଥିଲା। ସାଉଥାମ୍ପଟନ ଓ ମାଞ୍ଚେଷ୍ଟର ମଧ୍ୟରେ ଯାତ୍ରା ବେଳେ ଜଣେ ଅଜ୍ଞାତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବାରୁ ଆର୍ଚରଙ୍କ କରୋନା ଟେଷ୍ଟ ଜରୁରି ଥିଲା। ସେ ଦଳରେ ଯୋଗଦେବା ଦ୍ୱାରା ଶୁକ୍ରବାର ମାଞ୍ଚେଷ୍ଟରରେ ଆରମ୍ଭ ହେବାକୁଥିବା ସିରିଜର ନିର୍ଣ୍ଣାୟକ ମ୍ୟାଚ୍‌ ପାଇଁ ଇଂଲଣ୍ଡର ସମ୍ପୂର୍ଣ୍ଣ ୬ଜଣ ସିମ୍‌ ବୋଲର ଉପଲବ୍ଧ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ

ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...

IPL 2026 ପ୍ଲେଅଫରେ ପହଞ୍ଚିବ କେଉଁ ୪ଟି ଟିମ୍‌? ବଡ଼ ଭବିଷ୍ୟବାଣୀ କଲେ ପୂର୍ବତନ କ୍ରିକେଟର!

ନୂଆଦିଲ୍ଲୀ,୨୫।୧୨: IPL 2026 ଖେଳାଳିଙ୍କ ମିନି-ନିଲାମ ନିକଟରେ ଶେଷ ହୋଇଛି। ଡିସେମ୍ବର ୧୬ରେ ଆବୁଧାବିରେ IPL ମିନି-ନିଲାମ ହୋଇଥିଲା, ଯେଉଁଥିରେ ୨୯ ବିଦେଶୀ ଖେଳାଳିଙ୍କ ସମେତ...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri