କଣ୍ଟେନମେଣ୍ଟକୁ ନେଇ ବଢ଼ୁଛି ସମସ୍ୟା, ମିଳୁନି ଅତ୍ୟାବଶ୍ୟକ ସାମଗ୍ରୀ

ରାଇକିଆ,୨୨।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ସହର ସମେତ ୧୩ଟି ଗ୍ରାମରେ ଗତ ୧୨ ଦିନ ହେଲା ଅଚଳାବସ୍ଥା ଦେଖାଦେଇଛି । ଜୁଲାଇ ୧୦ରେ ରାଇକିଆ ଅଞ୍ଚଳରୁ ୨ ଜଣ ପଜିଟିଭ୍‌ ଚିହ୍ନଟ ପରେ କଣ୍ଟେନମେଣ୍ଟ ଘୋଷଣା କରାଯାଇଥିଲା। ମାତ୍ର ଏ ନେଇ ଦିନକୁ ଦିନ ଲୋକଙ୍କ ସମସ୍ୟା ବଢିବାରେ ଲାଗିଛି । ରାସନ ସାମଗ୍ରୀଠାରୁ ଆରମ୍ଭ କରି ଔଷଧ ଦୋକାନ ସବୁ ବନ୍ଦ ରହିଛି । ପାଖାପାଖି ୧୩ ହଜାର ଲୋକ ଏହି କଣ୍ଟେନମେଣ୍ଟ ଭିତରେ ରହିଛନ୍ତି ।
ସେହିପରି ବଫର ଜୋନରେ ଥିବା ୧୭ଟି ଗ୍ରାମ ପ୍ରତ୍ୟେକ କ୍ଷେତ୍ରରେ ରାଇକିଆ ଉପରେ ନିର୍ଭର କରୁଥିବାରୁ ସେମାନେ ମଧ୍ୟ ସମାନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହାର ସିଧା ପ୍ରଭାବ ଗ୍ରାମାଞ୍ଚଳ ଉପରେ ପଡୁଛି। ଚାଷକାର୍ଯ୍ୟ ଜୋର୍‌ରେ ଚାଲିଥିବା ବେଳେ ଆବଶ୍ୟକୀୟ ସାର, ବିହନ ମଧ୍ୟ ମିଳି ପାରୁ ନାହିଁ । ଔଷଧ ନ ପାଇ ରୋଗୀ ନିରାଶରେ ଫେରୁଛନ୍ତି । ମାଲବାହୀ ଟ୍ରକ ଆସୁ ନ ଥିବାରୁ ଔଷଧ ଆସୁ ନ ଥିବା ଉତ୍ତର ମିଳୁଛି। ଜିଲାକୁ ଅତ୍ୟାବଶ୍ୟକ ସାମଗ୍ରୀ ଗଞ୍ଜାମ ଜିଲାରୁ ଆସୁଥିବା ବେଳେ କଟକଣା ଯୋଗୁ ତାହା ମଧ୍ୟ ବନ୍ଦ ହୋଇ ଯାଇଛି । କଣ୍ଟେନମେଣ୍ଟ ଉଠାଇବାକୁ ନେଇ ବିଡିଓ ପ୍ରବୀଣ କୁମାର ବାଣୁଆ କହିଛନ୍ତି, ବର୍ତମାନ କୌଣସି ନିଷ୍ପତ୍ତି ହୋଇ ନାହିଁ, ପରିସ୍ଥିତି କୁ ଦେଖି ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନବରଙ୍ଗପୁରରେ ନବୀନଙ୍କ ହାଇଭୋଲଟେଜ ପ୍ରଚାର

ନବରଙ୍ଗପୁର,୪।୫: ନବରଙ୍ଗପୁର ମାଝୀଗୁଡ଼ାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଇଭୋଲଟେଜ ପ୍ରଚାର। ଦକ୍ଷିଣ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ଲାଗି ବ୍ୟାକ୍‌ ଟୁ...

ନବରଙ୍ଗପୁରରେ ମାରାଥନ ପ୍ରଚାର: ସଭାରେ ଲୋକଙ୍କୁ ପ୍ରଶ୍ନ ପଚାରିଲେ ପାଣ୍ଡିଆନ

ନବରଙ୍ଗପୁର,୪।୫: ଜୟପୁର ପରେ ନବରଙ୍ଗପୁରରେ ଜୋରଦାର ପ୍ରଚାର କରିଛନ୍ତି ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନ । ଏଠାରେ ଆୟୋଜିତ ବିଶାଳ ଜନସଭାକୁ...

ନିର୍ବାଚନ ତଦାରଖ ପାଇଁ ବରଗଡ଼ରେ ପହଞ୍ଚିଲେ ପର୍ଯ୍ୟବେକ୍ଷକ

ବରଗଡ଼,୪।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଆସନ୍ତା ୨୦ତାରିଖରେ ବରଗଡ଼ ସଂସଦୀୟ କ୍ଷେତ୍ରରେ ମତଦାନ ଗ୍ରହଣ ହେବ। ମତଦାନକୁ ଅବାଧ ଓ ନିରପେକ୍ଷ ତଥା ସ୍ବଚ୍ଛ,...

ସରପଞ୍ଚଙ୍କ ପରିବାରରେ ୩ ଶ୍ରମିକ

ନାଉଗାଁ,୪ା୫(ସୁଧା ବେହୁରା) ଶ୍ରମିକମାନଙ୍କୁ ଦାଦନ ଖଟିବାରେ ରୋକ ଲଗାଇବା ସହ ନିଜ ଅଞ୍ଚଳରେ କାର୍ଯ୍ୟ ଯୋଗାଇ ଦେବାର ଲକ୍ଷ୍ୟ ନେଇ କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌...

କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍‌

କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର...

୬ରେ ବ୍ରହ୍ମପୁର ଆସିବେ ପ୍ରଧାନମନ୍ତ୍ରୀ: ସଭାକୁ ଆସୁଥିବା ଲୋକଙ୍କ ଉପରେ ରହିବ କଡା ନଜର

ବ୍ରହ୍ମପୁର,୪ା୫(ସ୍ମୃତି ରଞ୍ଜନ ମହାଲିକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୬ ତାରିଖରେ ବ୍ରହ୍ମପୁର ଆସି ଜାତୀୟ ରାଜପଥ ପାର୍ଶ୍ୱସ୍ଥ କନିିଷିଠାରେ ସାଧାରଣ ସଭାରେ ଯୋଗ ଦେବେ।...

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri