ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ସିଇଓଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ: କରୋନା ଟିକା ପାଇଁ ଓଡ଼ିଶାକୁ ପ୍ରାଥମିକତା ଦେବାକୁ ଲୋଡ଼ିଲେ ସହଯୋଗ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ସେରମ୍‌ ଇନଷ୍ଟିଚ୍ୟୁଟ୍‌ର ସିଇଓ ଅଦର ପୁନାୱାଲାଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଥା ହୋଇଛନ୍ତି। କୋଭିଡ୍‌ ଟିକା ଅଗ୍ରଗତି ବିଷୟରେ ପୁନାଓ୍ବାଲାଙ୍କ ସହ ଭିଡିଓ କନ୍‌ଫରେନ୍ସିଂରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିବା ସୂଚନା ମିଳିଛି।

କୋଭିଡ ଟିକା ବିକାଶ ପାଇଁ ସେକ୍ସ ଇନଷ୍ଟିଚ୍ୟୁଟ୍‌ ଅକ୍ସଫୋର୍ଡ ୟୁନିଭରସିଟି ସହ ସହଭାଗୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିବା ସହ ଟିକାର ଅଗ୍ରଗତି ନେଇ ଅଭିନନ୍ଦନ ମଧ୍ୟ ଜଣାଇଛନ୍ତି। ଆବଶ୍ୟକ କ୍ଲିୟରାନ୍ସ ମିଳିବା ପରେ ଟୀକାକରଣ ପାଇଁ ଓଡିଶାକୁ ପ୍ରାଥମିକତା ଦେବା ପାଇଁ ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର ସେରମ୍‌ ପ୍ରତିଷ୍ଠାନ ସହ ଯୋଗାଯୋଗରେ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆଲୋଚନା ବେଳେ ପୁନାଓ୍ବାଲା କହିଛନ୍ତି, ପ୍ରଥମ ପର୍ଯ୍ୟାୟ ପରୀକ୍ଷଣରେ ଅକ୍ସଫୋର୍ଡ ୟୁନିଭରସିଟି ଟିକା ଆଶାବାଦୀ ଫଳାଫଳ ଦେଖାଇଛି। ଭାରତରେ ପରବର୍ତ୍ତୀ ପର୍ଯ୍ୟାୟ ପରୀକ୍ଷା ଅଗଷ୍ଟ ମଧ୍ୟଭାଗରୁ ଆରମ୍ଭ ହେବ ଏବଂ ଏହି ଟିକା ଚଳିତ ବର୍ଷ ଅକ୍ଟୋବର-ନଭେମ୍ବର ସୁଦ୍ଧା ପ୍ରସ୍ତୁତ ହେବ। ଟିକା ପାଇଁ ସେରମ-ରାଜ୍ୟ ସରକାର ଯୋଗାଯୋଗରେ ରହିବେ। ଏହାଛଡ଼ା ଟୀକାକରଣର ଅଗ୍ରଗତି ଏବଂ ଲାନସେଟ୍‌ରେ ପ୍ରକାଶିତ ଫଳାଫଳ ବିଷୟରେ ଜାଣିବା ପାଇଁ ସେରମ ପ୍ରତିଷ୍ଠାନ ସହିତ ଯୋଗାଯୋଗ କରିଥିବାରୁ ପୁନାୱାଲା ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କରିଥିଲେ।

ଏହି ଆଲୋଚନା ବେଳେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ, ସିଏମଓର ମୁଖ୍ୟ ପରାମର୍ଶଦାତା, ଏସିଏସ୍‌ ସ୍ବାସ୍ଥ୍ୟ ଏବଂ ୫-ଟି ସଚିବ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri