ମାସ୍କ ନ ପିନ୍ଧି ଗଣିଲେ ୧ ଲକ୍ଷ ଟଙ୍କାରୁ ଅଧିକ ତଣ୍ଡ

ବ୍ରହ୍ମପୁର ଅଫିସ,୨୨।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ କଟକଣାକୁ ଜୋରଦାର କରିଛନ୍ତି । ଜିଲାରେ ଜାରି ହୋଇଥିବା ଏହି କଟକଣା ସମୟରେ ବ୍ରହ୍ମପୁର ପୋଲିସ ଅଯଥାରେ ଘୁରି ବୁଲୁଥିବା ଅମାନିଆଙ୍କୁ ଅଟକାଇ ଯାଞ୍ଚ କରିବା ସହ ସେମାନଙ୍କଠାରୁ ଜରିମାନା ଆଦାୟ କରୁଛି । ଏପରିକି ଜନସାଧାରଣଙ୍କୁ ମାସ୍କ ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯିବା ସହ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏଭଳି କଡା ନିର୍ଦ୍ଦେଶ ସତ୍ତ୍ୱେ ଲୋକମାନେ ନିୟମ ଉଲ୍ଲଂଘନ କରି ସହରରେ ବୁଲୁଛନ୍ତି । ଏ ନେଇ ପୋଲିସ ଜରିମାନା ଆଦାୟ କରୁଛି।
ମଙ୍ଗଳବାର ସକାଳ ୬ ଟା ରୁ ବୁଧବାର ସକାଳ ୬ଟା ସୁଦ୍ଧା ବ୍ରହ୍ମପୁର ପୋଲିସ ପକ୍ଷରୁ ବିଭିନ୍ନ ଛକ ମାନଙ୍କରେ ଯାଞ୍ଚ କରାଯାଇ ମାସ୍କ ପିନ୍ଧି ନ ଥିବା ୫୩୫ ଜଣ ଲୋକଙ୍କଠାରୁ ୧ଲକ୍ଷ ୭ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି । ସେହିପରି ଟ୍ରାଫିକ ନିୟମ ଉଲ୍ଲଂଘନ କରିଥିବା ୧୨୬ ଜଣ ଅମାନିଆ ଗାଡି ଚାଳକଙ୍କୁ ୬୩ ହଜାର ଟଙ୍କା ଜରିମାନା ଧାର୍ଯ୍ୟ କରାଯାଇଛି । ସେହିପରି ନିୟମ ଉଲ୍ଲଂଘନ କରି ବେଆଇନ ଭାବେ ମଦ ବିକ୍ରି କରୁଥିବା ବେଳେ ପୋଲିସ ପୃଥକ ଭାବେ ୩ ଗୋଟି ଅବକାରୀ ମାମଲାରେ ୩ ଜଣଙ୍କୁ ଗିରଫ କରିଛି । ସେମାନଙ୍କଠାରୁ ୭୦ ଲିଟର ମଦ ଜବତ କରାଯାଇଛି । ଏନେଇ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଟୁଇଟ କରି ସୂଚନା ଦେଇଛନ୍ତି ।

Without wearing a mask, he was fined more than Rs 1 lakh


Enter your email to get our daily news in your inbox.

All Right Reserved By Dharitri.Com

RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ

ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

IPL 2026 ପ୍ଲେଅଫରେ ପହଞ୍ଚିବ କେଉଁ ୪ଟି ଟିମ୍‌? ବଡ଼ ଭବିଷ୍ୟବାଣୀ କଲେ ପୂର୍ବତନ କ୍ରିକେଟର!

ନୂଆଦିଲ୍ଲୀ,୨୫।୧୨: IPL 2026 ଖେଳାଳିଙ୍କ ମିନି-ନିଲାମ ନିକଟରେ ଶେଷ ହୋଇଛି। ଡିସେମ୍ବର ୧୬ରେ ଆବୁଧାବିରେ IPL ମିନି-ନିଲାମ ହୋଇଥିଲା, ଯେଉଁଥିରେ ୨୯ ବିଦେଶୀ ଖେଳାଳିଙ୍କ ସମେତ...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri