ମୃତଦେହ ସଂସ୍କାର ପରେ ରିପୋର୍ଟ ପଜିଟିଭ: ଚିନ୍ତାରେ ଶବବାହକ, ପରିବାର ଲୋକେ

ଭଞ୍ଜନଗର,୨୨।୭(ଡି.ଏନ.ଏ)- ସ୍ବାବ୍‌ ସଂଗ୍ରହର ୧୦ ଦିନ ପରେ ରିପୋର୍ଟ ପଜିଟିଭ ଆସିଲା। ସେତେବେଳକୁ ସମ୍ପୃକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟି ସାରିଥିଲା। ପରିବାର ଲୋକେ ଓ ସମ୍ପର୍କୀୟ ସଂସ୍କାର କରିଦେଇଥିଲେ। ଏହାର କିଛି ଘଣ୍ଟା ପରେ ପ୍ରଶାସନ ପକ୍ଷରୁ କରୋନା ପଜିଟିଭ ନେଇ ପରିବାର ଲୋକଙ୍କୁ ସୂଚନା ଦିଆଗଲା। ଖବର ଶୁଣି ଶବବାହକ ଓ ପରିବାର ଲୋକଙ୍କ ମଧ୍ୟରେ ଆତଙ୍କ ଖେଳି ଯାଇଛି। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସି ଅଞ୍ଚଳରେ। ମୃତ ବ୍ୟକ୍ତି ଜଣେ ସରକାରୀ କର୍ମଚାରୀ ଓ ସେ ଚଳିତ ମାସ ୩୧ ତାରିଖରେ ଅବସର ନେଇଥାନ୍ତେ।
ପ୍ରକାଶ ଯେ, ଗତ ୧୨ ତାରିଖରେ ସମ୍ପୃକ୍ତ ସରକାରୀ କର୍ମଚାରୀଙ୍କୁ ଜ୍ୱର ହୋଇଥିବାରୁ ଭଞ୍ଜନଗରରେ ହୋଇଥିବା ସେଣ୍ଟରରେ ସ୍ବାବ୍‌ ଦେଇଥିଲେ। ତାଙ୍କର ଅନ୍ୟ ରୋଗ ଥିବାରୁ ସେ ଶନିବାର ରାତିରେ ଅସୁସ୍ଥ ହୋଇ ପଡିଥିଲେ। ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ୧୦ଦିନ ପରେ ୨୧ ତାରିଖ ରାତିରେ ରିପୋର୍ଟ ପଜିଟିଭ ଆସିଥିଲା। ସେହି ରାତିରେ ତାଙ୍କର ବ୍ରହ୍ମପୁରର ବଡ ମେଡିକାଲରେ ମୃତ୍ୟୁ ଘଟିଥିଲା। ମୃତଦେହ ୨୨ ତାରିଖ (ବୁଧବାର) ସକାଳେ ଗଁାରେ ପହଞ୍ଚତ୍ବା ପରେ ଜାମପଲ୍ଲୀ ଶ୍ମଶାନରେ ସଂସ୍କାର କରାଯାଇଥିଲା। ଏହାର କିଛିସମୟ ପରେ ପ୍ରଶାସନ ପକ୍ଷରୁ ରିପୋର୍ଟ ପଜିଟିଭ ନେଇ ପରିବାର ଲୋକଙ୍କୁ ସୂଚନା ଦିଆଯାଇଥିଲା। ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ କହିଥିଲେ। ସେ ଚାକିରି କରିଥିବା ଅଫିସର କର୍ମଚାରୀ ମୃତଦେହ ସଂସ୍କାରବେଳେ ଉପସ୍ଥିତ ଥିବାରୁ ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରହିବାକୁ ବିଭାଗୀୟ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି। ରିପୋର୍ଟ ଆସିବା ସଙ୍ଗେ ସଙ୍ଗେ ପ୍ରଶାସନ ଜଣାଇଥିଲେ ଏତେ ସମସ୍ୟା ହୋଇ ନଥାନ୍ତା ବୋଲି ପରିବାର ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri