Posted inଖେଳ

ତୃତୀୟ ଟେଷ୍ଟରୁ ବାଦ୍‌ ପଡ଼ିପାରନ୍ତି ଷ୍ଟୋକ୍ସ

ମାଞ୍ଚେଷ୍ଟର, ୨୩।୭(ପି.ଟି.)-  ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ କ୍ରିକେଟ ଟେଷ୍ଟ ଶୁକ୍ରବାରଠାରୁ ଆରମ୍ଭ ହେବ। ୩ ମ୍ୟାଚ ବିଶିଷ୍ଟ ସିରିଜ ଏବେ ୧-୧ ସ୍ଥିତିରେ ରହିଛି। ଓ୍ବେଷ୍ଟଇଣ୍ଡିଜ ସାଉଥାମ୍ପଟନ ଟେଷ୍ଟ ଜିତିଥିବାବେଳେ ଇଂଲଣ୍ଡ ମାଞ୍ଚେଷ୍ଟରରେ ବିଜୟ ହାସଲ କରିଛି। ତେଣୁ ତୃତୀୟ ଟେଷ୍ଟରେ ସିରିଜ ନିର୍ଣ୍ଣୟ ହେବ। ଇଂଲଣ୍ଡ ପାଇଁ ଚଳିତ ସିରିଜରେ ସବୁଠାରୁ ପ୍ରଭାବୀ ପ୍ରଦର୍ଶନ କରିଥିବା ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସ ତୃତୀୟ ଟେଷ୍ଟରୁ ବାଦ୍‌ ପଡ଼ିପାରନ୍ତି। ରୋଟେଶନ ପଦ୍ଧତିରେ ଷ୍ଟୋକ୍ସଙ୍କୁ ସାମିଲ କରାଯିବା ଯୋଜନା ରହିଥିବା ସୂଚନା ଦେଇଛନ୍ତି କୋଚ୍‌ କ୍ରିସ୍‌ ସିଲଭରଉଡ୍‌। ଷ୍ଟୋକ୍ସ ଦ୍ୱିତୀୟ ଟେଷ୍ଟର ଦୁଇ ଇନିଂସରେ ଯଥାକ୍ରମେ ୧୭୬ ଓ ୭୮* ରନ କରିଥିବାବେଳେ ୩ଟି ଉଇକେଟ ହାସଲ କରିଥିଲେ। ଏହି ମ୍ୟାଚରେ ଇଂଲଣ୍ଡର ୧୧୩ ରନରେ ବିଜୟରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ। ସାମ୍ପ୍ରତିକ ପ୍ରଦର୍ଶନ ତାଙ୍କୁ ଆଇସିସି ଅଲରାଉଣ୍ଡର ର଼୍ୟାଙ୍କିଙ୍ଗ୍‌ର ନମ୍ବରଓ୍ବାନ ସ୍ଥାନରେ ମଧ୍ୟ ପହଞ୍ଚାଇ ଦେଇଛି। ”ବର୍ତ୍ତମାନ ଷ୍ଟୋକ୍ସ କିପରି ପ୍ରଦର୍ଶନ କରୁଛନ୍ତି ତାହା ସମସ୍ତେ ଜାଣନ୍ତି। ମାତ୍ର ଆମେ ରୋଟେଶନ କଥା ଚିନ୍ତା କରୁଛୁ। ଗତ ମ୍ୟାଚ ଗୁଡ଼ିକରେ ସେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ସେ ଯଦି ସମ୍ପୂର୍ଣ୍ଣ ଫିଟ୍‌ ଓ ସୁସ୍ଥ ଥିବେ ତେବେ ଖେଳିବେ, ନଚେତ ଆମେ ରୋଟେଶନ କଥା ଚିନ୍ତା କରିବୁ“ ବୋଲି ସିଲଭରଉଡ୍‌ ପ୍ରକାଶ କରିଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୩ୟ ଟେଷ୍ଟ ପରେ ପାକିସ୍ତାନ ବିପକ୍ଷରେ ୩ ମ୍ୟାଚ ବିଶିଷ୍ଟ ସିରିଜ ଖେଳିବ ଇଂଲଣ୍ଡ। ଅଗଷ୍ଟ ୫ରୁ ଏହା ଆରମ୍ଭ ହେବ। ଇଂଲଣ୍ଡ ପ୍ରଥମ ଟେଷ୍ଟରେ ଜେମ୍ସ ଆଣ୍ଡରସନ, ଜୋଫ୍ରା ଆର୍ଚର ଓ ମାର୍କ ଉଡ୍‌ଙ୍କୁ ଖେଳାଇଥିବାବେଳେ ଦ୍ୱିତୀୟ ଟେଷ୍ଟ ପାଇଁ ଷ୍ଟୁଆର୍ଟ ବ୍ରଡ୍‌, କ୍ରିସ୍‌ ଓ୍ବକ୍ସ ଓ ସାମ୍‌ କୁରାନଙ୍କୁ ସାମିଲ କରିଥିଲା। ବର୍ତ୍ତମାନ ଦଳରେ ୬-୭ ଜଣ ଦ୍ରୁତ ବୋଲର ଥିବାରୁ ସିଲଭରଉଡ୍‌ ଚୟନ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି। ତେବେ ତୃତୀୟ ଟେଷ୍ଟ ପାଇଁ ଯେପରି ବୋଲିଂ ଆକ୍ରମଣ ଶକ୍ତିଶାଳୀ ହୋଇପାରିବ ତା ଉପରେ ଧ୍ୟାନ ଦିଆଯିବ ବୋଲି କୋଚ୍‌ କହିଛନ୍ତି। ଆଶାନୁରୂପ ପ୍ରଦର୍ଶନ କରିପାରି ନ ଥିବା ସତ୍ତ୍ୱେ ସ୍ପିନର ଡୋମିନିକ୍‌ ବେସ୍‌ ଓ ଉଇକେଟ କିପର ଜୋସ୍‌ ବଟଲର ତୃତୀୟ ଟେଷ୍ଟ ପାଇଁ ସ୍ଥାନ ବଜାୟ ରଖିବେ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri