ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ବିପାଶା ବସୁ କରନ ସିଂ ଗ୍ରୋଭରଙ୍କୁ ବିବାହ କରିବା ପରେ ଆଉ ଫିଲ୍ମ ଦୁନିଆରେ ଦେଖିବାକୁ ମିଳୁନାହାନ୍ତି। କିନ୍ତୁ ସୋସିଆଲ ମିଡିଆରେ ସେ ବେଶ୍ ସକ୍ରିୟ ରହୁଛନ୍ତି। ବିପାଶା ନିକଟରେ ସୋସିଆଲ ମିଡିଆରେ ନିଜର ବୋଲ୍ଡ ଏବଂ ଗ୍ଲାମର୍ସ ଫଟୋ ପୋଷ୍ଟ କରି ଚର୍ଚ୍ଚାକୁ ଆସିଛନ୍ତି। ଯାହାକୁ ଦେଖି ଲୋକେ ବିଭିନ୍ନ ପ୍ରକାର କମେଣ୍ଟ ଦେଉଛନ୍ତି। ନିଜର କିଛି ଫଟୋ ପୋଷ୍ଟ କରି ବିପାଶା ଲେଖିଛନ୍ତି, ‘ମୁଡ୍, ଅପ୍ନେ ଆପ୍କୋ ପ୍ୟାର କରୋ’ ଦ୍ୱିତୀୟ ଫଟୋରେ ଲେଖିଛନ୍ତି, ‘ମେଁ ଏକ୍ ଫୁଲ ନେହିଁ ବନୁଙ୍ଗି ଜୋ ଅପ୍ନୀ ସୁନ୍ଦରତା କୋ କୋଇ ତୋଡ୍ କେ ଲିଏ ଜାଏ ଔର ମୁର୍ଝାନେ କେ ବାଦ୍ ଛୋଡ୍ ଦିୟା ଜାଏ’। ଏହା ପୂର୍ବରୁ ମଧ୍ୟ ବିପାଶା ତାଙ୍କର କେତେକ ପୁରୁଣା ଫଟୋ ପୋଷ୍ଟ କରିଥିଲେ, ଯାହାକୁ ଫ୍ୟାନ୍ମାନେ ବେଶ୍ ପସନ୍ଦ କରିବା ସହ କମେଣ୍ଟ ମଧ୍ୟ କରିଥିଲେ। କିନ୍ତୁ ଏବେ ଯେଉଁ ଫଟୋ ପୋଷ୍ଟ କରିଛନ୍ତି, ସେଥିରେ ତାଙ୍କର ବୋଲ୍ଡ ଅବତାର ଦେଖିବାକୁ ମିଳିଛି। ଯାହାକୁ ଦେଖି ବିପାଶାଙ୍କ ଫ୍ୟାନ୍ମାନେ ପାଗଳ ହୋଇଯାଇଛନ୍ତି। ବିଭିନ୍ନ ପ୍ରକାର କମେଣ୍ଟ ମଧ୍ୟ ଦେଉଛନ୍ତି। ଜଣେ ଫ୍ୟାନ୍ ତ ଏମିତି ଲେଖିଛନ୍ତି ଯେ, ‘ମ୍ୟାଡାମ ଆପଣ କାହିଁକି ଏତେ ସୁନ୍ଦର’। ଏବେ ବଲିଉଡ୍ର ବ୍ଲାକ୍ ବିୟୁଟି ବିପାଶ ସ୍ବାମୀ କରନଙ୍କ ସହିତ ହୋମ୍ କ୍ୱାରାଣ୍ଟାଇନ୍ରେ ସମୟ ଅତିବାହିତ କରୁଛନ୍ତି।
ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….
ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...
ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର
ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...
ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….
କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...
ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ
ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...
ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ
ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...
୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର
ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...
ବାର୍ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼
ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...
ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…
ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...
Archives


