ମାନୁଫାକ୍‌ଚରିଂକୁ ମିଳିବ ଅଧିକ ପ୍ରୋତ୍ସାହନ

ନୂଆଦିଲ୍ଲୀ,୨୪।୭: ଘରୋଇ ମାନୁଫାକ୍‌ଚରିଂକୁ ଉତ୍ସାହିତ କରିବା ଲାଗି ସରକାର ଅଧିକ କ୍ଷେତ୍ରକୁ ପ୍ରୋତ୍ସାହିତ କରିବାକୁ ଯୋଜନା କରୁଛି। ଏହି କ୍ଷେତ୍ରଗୁଡ଼ିକୁ ଉତ୍ପାଦନ ସଂଯୋଗୀ ପ୍ରୋତ୍ସାହନ ସୁବିଧା କରାଯିବାକୁ ଲକ୍ଷ୍ୟ ରଖାଯାଇଛି। କରୋନା ଭାଇରସ୍‌ ଦ୍ୱାରା ଦେଶର ଅର୍ଥ ବ୍ୟବସ୍ଥା ପ୍ରଭାବିତ ହୋଇଥିବାରୁ ନୂଆ ନିବେଶ ଆକୃଷ୍ଟ କରିବା ଲାଗି ସରକାର ଏଭଳି ଯୋଜନା ହାତକୁ ନେଇଥିବା ଅର୍ଥ ମନ୍ତ୍ରଣାଳୟର ଜଣେ ବରିଷ୍ଟ ଅଧିକାରୀ ସୂଚନା ଦେଇଛନ୍ତି। ଏସିଆର ତୃତୀୟ ବୃହତ୍‌ ଅର୍ଥ ବ୍ୟବସ୍ଥା ଭାବେ ପରିଗଣିତ ଭାରତର ଜିଡିପି ଚଳିତ ବର୍ଷ ପ୍ରାୟ ୧୦% ଖସିବା ନେଇ ଅନ୍ତର୍ଜାତୀୟ ଏଜେନ୍ସିଗୁଡିକ ପୂର୍ବାନୁମାନ କରିଛନ୍ତି। ବର୍ତ୍ତମାନ ବଜାରରେ ଚାହିଦା ଏବଂ ଯୋଗାଣ ପ୍ରଭାବିତ ହୋଇ ରହିଛି। କଳକାରଖାନାର କାର୍ଯ୍ୟ ଟ୍ରାକ୍‌କୁ ଫେରିପାରିନାହିଁ। ପୂର୍ବରୁ ଭାରତୀୟ ଅର୍ଥ ବ୍ୟବସ୍ଥା ୬% ଅଭିବୃଦ୍ଧି ହାସଲ କରିବ ବୋଲି କୁହାଯାଇଥିଲା।
କରୋନା ମହାମାରୀ ପ୍ରଭାବକୁ କମ୍‌ କରିବା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ଏମ୍‌ଏସ୍‌ଏମ୍‌ଇଗୁଡ଼ିକୁ ୩ ଲକ୍ଷ କୋଟି ଟଙ୍କାର ଋଣ ଯୋଗାଣ କରିବା ନେଇ ମଧ୍ୟ ଘୋଷଣା କରାଯାଇଛି। ବର୍ତ୍ତମାନ କ୍ଷତିଗ୍ରସ୍ତ ହୋଇଥିବା କ୍ଷୁଦ୍ରଶିଳ୍ପକୁ ଉତ୍ସାହିତ କରିବା ଲାଗି ସରକାର ମାନୁଫାକ୍‌ଚରିଂକୁ ଗୁରୁତ୍ୱ ଦେବେ ବୋଲି ଅର୍ଥନୈତିକ ବ୍ୟାପାର ସଚିବ ତରୁଣ ବଜାଜ୍‌ ଏକ ଭର୍ଚୁଆଲ କନ୍‌ଫରେନ୍ସରେ ସୂଚନା ଦେଇଛନ୍ତି। କେଉଁ କ୍ଷେତ୍ରଗୁଡ଼ିକ ଏହା ଦ୍ୱାରା ଲାଭବାନ୍‌ ହେବେ ସେ ନେଇ ସରକାର କୌଣସି ସ୍ପଷ୍ଟ ସୂଚନା ଦେଇନାହାନ୍ତି।
ବୃହତ୍‌ ଆକାରରେ ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ ଉତ୍ପାଦନ କରୁଥିବା କମ୍ପାନୀଗୁଡ଼ିକୁ ୫ ବର୍ଷ ପାଇଁ ପ୍ରୋତ୍ସାହନ ରାଶି ଯୋଗାଣ ଲାଗି ସରକାର ବ୍ୟବସ୍ଥା କରିଛନ୍ତି। ଏହାଦ୍ୱାରା ମୋବାଇଲ ଫୋନ ଏବଂ ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ ଉତ୍ପାଦନ କରୁଥିବା କମ୍ପାନୀ ଲାଭବାନ୍‌ ହୋଇପାରିଛନ୍ତି। ଫାର୍ମା କମ୍ପାନୀଗୁଡ଼ିକୁ ଏହି ଯୋଜନାରେ ମଧ୍ୟ ସାମିଲ କରାଯାଇଛି। ଅଟୋ ସେକ୍ଟରକୁ ଏହି ଯୋଜନା ପରିସରକୁ ଆଣିଲେ ଭାରତରୁ ଯାନ ଏବଂ ଯନ୍ତ୍ରାଂଶ ରପ୍ତାନି ୨ ଗୁଣା ବୃଦ୍ଧି ଘଟିବ ବୋଲି ରଏଟର୍ସ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଥିଲା। ବୟନ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ପ୍ରୋତ୍ସାହନ ଯୋଜନା ପରିସରଭୁକ୍ତ ହୋଇପାରେ ବୋଲି ପ୍ରକ୍ରିୟା ସହ ଜଡ଼ିତ ଅନ୍ୟ ଜଣେ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

ଖଣ୍ଡଗିରିରେ ‘ସଲିଟେୟାର’ ପ୍ରକଳ୍ପର ଅନାବରଣ

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ହର୍ଷପ୍ରିୟା ଗ୍ରୁପ୍‌ ଏବଂ ନୀଳାଚଳ ହୋମ୍ସର ମିଳିତ ସହଯୋଗରେ ଗଠିତ ଯୌଥ ଉଦ୍ୟୋଗ ହର୍ଷପ୍ରିୟା ନୀଳାଚଳ ଗ୍ରୁପ୍‌ର...

ହିନ୍ଦୀର ବ୍ୟବହାର ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୭।୪: ନାଲ୍‌କୋ ଅଧ୍ୟକ୍ଷତାରେ ଆୟୋଜିତ ଭୁବନେଶ୍ୱର ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍‌ (ଉପକ୍ରମ)ର ୧୯ତମ ଷାଣ୍ମାସିକ ବୈଠକ ନାଲ୍‌କୋ କର୍ପୋରେଟ କାର୍ଯ୍ୟାଳୟଠାରେ ଶୁକ୍ରବାର...

ଦିନିକିଆ କେୟାର କନେକ୍ଟ କର୍ମଶାଳା

ଭୁବନେଶ୍ୱର,୨୭।୪: କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଦିନିକିଆ କେୟାର କନେକ୍ଟ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି...

ଚାନ୍ଦି ଭଣ୍ଡାରରେ ଅକ୍ଷୟତୃତୀୟା ମହୋତ୍ସବ

ଭୁବନେଶ୍ୱର,୨୭ା୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚାନ୍ଦି ଭଣ୍ଡାର ପକ୍ଷରୁ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ କରାଯାଉଛି। ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶହୀଦନଗରଠାରେ...

ଉତ୍କଳରେ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri