ରଥ ସଂରକ୍ଷଣ ନେଇ କେହି ଆଲୋଚନା କରିନାହାନ୍ତି: ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ,୨୪ା୭: ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ଗୁରୁବାର ଶ୍ରୀମନ୍ଦିର ଦଇତାପତି ସେବକମାନେ ସାକ୍ଷାତ କରିଛନ୍ତି। ଅପରାହ୍ନରେ ଦଇତାପତି ସେବକମାନେ ମଠକୁ ଯାଇ ଶଙ୍କରାଚାର୍ଯ୍ୟଙ୍କୁ ଚିତାଲାଗି ଆଳତି ଭୋଗ ପ୍ରଦାନ କରିବା ସହ ରଥଯାତ୍ରା ସମ୍ପର୍କରେ ଆଲୋଚନା କରିଥିଲେ। କରୋନା ବିଭୀଷିକା ମଧ୍ୟରେ ବିନା ଭକ୍ତରେ ଏଥର ରଥଯାତ୍ରା ଶୃଙ୍ଖଳିତ ଭାବେ ସରିଥିବାରୁ ଦଇତାପତି ସେବକମାନେ ଗୁରୁଜୀଙ୍କୁ କୃତଜ୍ଞତା ଜଣାଇଥିଲେ। ଦଇତାପତି ନିଯୋଗ ସଭାପତି ରବୀନ୍ଦ୍ର ଦାସମହାପାତ୍ର, ସମ୍ପାଦକ ଦୁର୍ଗା ଦାସ ମହାପାତ୍ର, ବରିଷ୍ଠ ଦଇତାପତି ସେବକ ଗଣେଶ ଦାସ ମହାପାତ୍ର ପ୍ରମୁଖ ଏଥିରେ ସାମିଲ ଥିଲେ। ଏହି ଅବସରରେ ଶଙ୍କରାଚାର୍ଯ୍ୟ ଗଣମାଧ୍ୟମକୁ ବିଭିନ୍ନ ପ୍ରସଙ୍ଗରେ ଆଶୀର୍ବଚନ ପ୍ରଦାନ କରିଥିଲେ। ଏଥର ତିନିରଥ ଭଙ୍ଗା ନ ଯାଇ ସଂରକ୍ଷଣ କରି ରଖାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ନେଇଥିବା ନିଷ୍ପତ୍ତି ସମ୍ପର୍କରେ ଗୁରୁଜୀ କହିଥିଲେ, ଏ ନେଇ ତାଙ୍କ ସହିତ କେହି ଆଲୋଚନା କରିନାହାନ୍ତି। ଯଦି କେହି ଏହି ପ୍ରସଙ୍ଗରେ ତାଙ୍କ ପାଖକୁ ଆସନ୍ତି ତେବେ ଶାସ୍ତ୍ରୀୟ ବିଧିବିଧାନ କ’ଣ ରହିଛି ତାହା ସେ ଅବଗତ କରାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ନିର୍ବାଚନ କ୍ଷେତ୍ର କଣ୍ଟାବାଞ୍ଜିରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟାକ ଗୁରୁବାର କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପ୍ରାଥିପତ୍ର ଦାଖଲ କରିବେ ବୋଲି ଖବର ରହିଛି। ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର।...

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri