କନ୍ଧମାଳରେ ଦୁର୍ବଳ ହେଉଛନ୍ତି ମାଓବାଦୀ: ଡିଜିପି

ଫୁଲବାଣୀ ଅଫିସ, ୨୪ା୭- କନ୍ଧମାଳ ଜିଲାରେ ଯବାନ-ମାଓବାଦୀଙ୍କ ମଧ୍ୟରେ ଗତ କିଛି ସପ୍ତାହ ହେବ ଗୁଳି ବିନିମୟ ଜାରି ରହିଛି। ପୂର୍ବରୁ ୫ ମାଓବାଦୀଙ୍କ ମୃତ୍ୟୁପରେ ଗୁରୁବାର ପୁଣି ୨ ଜଣଙ୍କର ମୃତ୍ୟୁ ହୋଇଛି। ଏହି ୨ ମାଓବାଦୀଙ୍କ ମୃତ୍ୟୁ ପରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ଶୁକ୍ରବାର ଫୁଲବାଣୀରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛନ୍ତି। ପ୍ରଥମେ ମାଓବାଦୀ ଅଭିଯାନରେ ସାମିଲ ଏସ୍‌ଓଜି ଯବାନଙ୍କୁ ସଫଳତା ପାଇଁ ଅଭିନନ୍ଦନ ଜଣାଇଥିଲେ। ପରେ ଜିଲା ପୋଲିସ କାର୍ଯ୍ୟାଳୟକୁ ଯାଇ ଖବରଦାତା ସମ୍ମିଳନୀ କରିଥିଲେ।
ମାତ୍ର ଏକ ମାସ ମଧ୍ୟରେ କନ୍ଧମାଳରେ ୨ଟି କୋମ୍ବିଂ ଅପରେଶନରେ ୭ କ୍ୟାଡର ମାଓବାଦୀ ନିହତ ହେଲେଣି, ଯାହା ଓଡ଼ିଶା ପୋଲିସର ବଡ ସଫଳତା। ମାଓବାଦୀ ଦମନ ଅଭିଯାନ ଯୋଗୁ ସେମାନଙ୍କ ସଙ୍ଗଠନ ଦୁର୍ବଳ ହୋଇ ପଡିଛି। ରାଜ୍ୟର ୫ ଜିଲା ଏବେ ମାଓବାଦୀ ମୁକ୍ତ ହୋଇ ସାରିଛି। ଖୁବ୍‌ଶୀଘ୍ର କନ୍ଧମାଳ ମଧ୍ୟ ମାଓବାଦୀ ମୁକ୍ତ ହେବ ବୋଲି ଡିପିଜି କହିଛନ୍ତି। ଏବେ ମାତ୍ର ୧୦ ପ୍ରତିଶତ ମାଓବାଦୀ ହିଁ ସକ୍ରିୟ ଅଛନ୍ତି। ରାଜ୍ୟ ସରକାର ସେମାନଙ୍କ ଥଇଥାନ ପାଇଁ ଭଲ ଯୋଜନା କରିଛନ୍ତି। ଏଥିଯୋଗୁ ଗତବର୍ଷ ୧୩ ମାଓବାଦୀ ଆତ୍ମସମର୍ପଣ କରିଥିଲେ। ଚଳିତ ବର୍ଷ ୧୯ ଜଣ ଆତ୍ମସମର୍ପଣ କରି ସାରିଲେଣି। ତେଣୁ ଅନ୍ୟ ମାଓବାଦୀମାନେ ମଧ୍ୟ ସମାନ ରାସ୍ତା ଆପଣାନ୍ତୁ, ନଚେତ୍‌ ପୋଲିସ୍‌ ସେମାନଙ୍କୁ ଛାଡିବ ନାହିଁ ବୋଲି ଡିଜିପି କହିଛନ୍ତି।
ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ଉପସ୍ଥିତ ରହି ଗୁରୁବାର ହୋଇଥିବା ଏନ୍‌କାଉଣ୍ଟର ସମ୍ପର୍କରେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୭ଦିନ ଜାରି ରହିବ ଶୀତ ଲହରି

ଭୁବନେଶ୍ୱର,୨୨ା୧୨(ବନ୍ଦନା ସେଠୀ): ରାଜ୍ୟରେ ଶୀତ ଲହରି ଜାରି ରହିବ। ଆସନ୍ତା ୭ଦିନ ପର୍ଯ୍ୟନ୍ତ ପାଣିପାଗର କୌଣସି ବିଶେଷ ପରିବର୍ତ୍ତନ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି: ଗୁରୁକୁଳ ଖୋଲିବା ସହ ଶୀତ ମହୋତ୍ସବ ହେବ ଆଡମ୍ବରପୂର୍ଣ୍ଣ

ଦାରିଙ୍ଗବାଡି, ୨୨।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସୋମବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗସ୍ତ କରିଛନ୍ତି। ସେ ସକାଳ...

ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ

ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

ବଡ଼ଦିନ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି, ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି…

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଆଉ ମାତ୍ର ୨ ଦିନର ଅପେକ୍ଷା ସାରା ବିଶ୍ୱରେ ଦେଖାଦେବ ଖୁସି ଓ ଆନନ୍ଦ। ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମ ନେବେ ଏଥିପାଇଁ ଚାରିଆଡ଼େ...

ପାର୍କରେ ବସିଥିଲେ ପ୍ରେମୀଯୁଗଳ, ହଠାତ୍‌ ଆସିଲେ ୨ ଯୁବକ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ଆଇଜି ପାର୍କରେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗୌରୀନଗରର ଆଶିଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri