Posted inଅପରାଧ

କିନ୍ନରଙ୍କୁ ବିବାହ କରି ସନ୍ତାନ ନ ହେବାରୁ କଲେ ଅପହରଣ

ଜୟପୁର, ୨୪।୭: ରାଜସ୍ଥାନର ଜୟପୁରରେ ଶିଶୁ କନ୍ୟା ଅପହରଣ ମାମଲରେ ଶୁକ୍ରବାର ପୋଲିସ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ତେବେ ଅପହରଣର କାରଣ ଯେତେବେଳେ ପୋଲିସ ଜାଣିଲା ସେତେବେଳେ ଚକିତ ହୋଇଯାଇଥିଲା। ପୋଲିସର କହିବା ଅନୁଯାୟୀ ଏହି ଯୁବକ ଜଣଙ୍କ ୫ ବର୍ଷ ତଳେ ଜଣେ କିନ୍ନରଙ୍କୁ ବିବାହ କରିଥିଲେ। କିନ୍ତୁ ତାଙ୍କ ସାଥୀଙ୍କ କାରଣରୁ ଯୁବକଙ୍କର କୌଣସି ସନ୍ତାନ ନ ଥିବାରୁ ସେ ଦୁଃଖିତ ଥିଲେ। ଏହି କଥାକୁ ଯୁବକଜଣଙ୍କ ତାଙ୍କର ୨ ସାଙ୍ଗଙ୍କୁ ଜଣାଇଥିଲେ। ପରେ ସେମାନେ ଏକ ଶିଶୁ ଅପହରଣ ପାଇଁ ଯୋଜନା କରିଥିଲେ। ଯୋଜନା ମୁତାବକ ଯୁବକଙ୍କ ୨ ବନ୍ଧୁ ଶିଶୁ ସନ୍ଧାନରେ ଲାଗି ପଡ଼ିଥିଲେ। ଶେଷରେ ସେମାନେ ରାମନଗର ଥାନା ଅନ୍ତର୍ଗତ ଜଣେ ବାଳିକାଙ୍କୁ ଅପହରଣ ପାଇଁ ଠିକ୍‌ କରିଥିଲେ। ଏହାପରେ ଗତ ୨୦ ତାରିଖ ସନ୍ଧ୍ୟାରେ ଯୁବକଙ୍କ ସମେତ ତାଙ୍କର ୨ ସାଙ୍ଗ ସେହି ବାଳିକାକୁ ଅପହରଣ କରିବାରେ ସଫଳ ହୋଇଥିଲେ। କିନ୍ତୁ ବାଳିକାର ବୟସ ଅଧିକ ହୋଇଥିବାରୁ ସେମାନେ ତାଙ୍କୁ ଘରେ ଛାଡ଼ି ଦେଇଥିଲେ। ଏହାର ୨ ଦିନ ପରେ ସେମାନେ ପୁଣିଥରେ ଗୋଟିଏ ୨ ବର୍ଷର ଶିଶୁ କନ୍ୟାକୁ ଅପହରଣ କରିନେଇଥିଲେ। କିନ୍ତୁ ପୋଲିସର ତ୍ୱରିତ ପଦକ୍ଷେପ ଯୋଗୁ ଦିନକ ପରେ ଶିଶୁ କନ୍ୟାକୁ ଉଦ୍ଧାର କରିବା ସହ ଯୁବକଙ୍କୁ ଗିରଫ କରିପାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri