ଶନିବାରରୁ କନ୍ଧମାଳ ଶଟ୍‌ଡାଉନ୍‌: ଅନୁପସ୍ଥିତ ୨ ଅଧିକାରୀଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡ଼ି,୨୫।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଛି ା ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ୭ ଦିନିଆ ବ୍ୟାଙ୍କ ପ୍ରତିଷ୍ଠାନଗୁଡ଼ିକ ବନ୍ଦ କରିଦିଆଯାଇଛି। ଏଥିସହ ଶନିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଜିଲାକୁ ଶଟ୍‌ଡାଉନ ଘୋଷଣା କରାଯାଇଛି। ଏହାକୁ କାର୍ଯ୍ୟକାରୀ କରାଯିବା ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଦୃଢ଼ ପଦକ୍ଷେପ ନିଆଯାଇଛି। ଜିଲାର ଦାରିଙ୍ଗବାଡ଼ି ଏବଂ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ୨୫ ପଞ୍ଚାୟତରେ ଶଟ୍‌ଡାଉନକୁ ପୋଲିସ ପକ୍ଷରୁ କଡ଼ା ବ୍ୟବସ୍ଥା ଗ୍ରହଣ କରାଯିବା ସହ ବିଭିନ୍ନ ଛକ, ମୁଖ୍ୟ ରାସ୍ତା, ରାଜପଥ ଉପରେ ପୋଲିସ ପାଟ୍ରୋଲିଂ କରିବା ସହ ଛକଗୁଡ଼ିକରେ ପୋଲିସ ଫୋର୍ସ ମୃତୟନ ହୋଇଛି। ଅମାନିଆଙ୍କ ଉପରେ କଡ଼ା ନଜର ରଖିଛି ପୋଲିସ । କେବଳ ଜରୁରୀ ପରିସ୍ଥିତିରେ ଲୋକଙ୍କୁ ଯାତାୟତ ପାଇଁ ଅନୁମତି ରହିଥିବା ବେଳେ ସମସ୍ତ ଦୋକାନବଜାର ବନ୍ଦ ରହିଛି । ଅନାବଶ୍ୟକ ଘରୁ ବାହରିଲେ କଡ଼ା କାଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଥିବା ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝୀ, ବ୍ରାହ୍ମଣୀଗାଁ ଥାନା ଅଧିକାରୀ ରଞ୍ଜିତ କୁମାର ମୁନୀ କହିଛନ୍ତି। ସେହିପରି କନ୍ଧମାଳ -ଗଞ୍ଜାମ ଜିଲାର ସୀମା ବାଇମାଲା ଠାରେ ସିଲ୍‌ କରାଯାଇ ବିଭିନ୍ନ ବିଭାଗର କର୍ମଚାରୀଙ୍କୁ ସେଠାରେ ନିୟୋଜିତ କରାଯାଇଛି। ତେବେ ଦାରିଙ୍ଗବାଡ଼ି ତହସିଲଦାର ନିତିସ କୁମାର ତ୍ରିପାଠୀ ରାତିଅଧିଆ ସେଠାରେ ଚଢ଼ାଉ କରିଥିଲେ। ଦୁଇଜଣ କର୍ମଚାରୀ ଅନୁପସ୍ଥିତ ରହିଥିବା ଯୋଗୁ ତାଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଟୁଇଟ କରି ଜଣାଇଛନ୍ତି। ସେହିପରି ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ଝିଞ୍ଜିରିଗୁଡ଼ା ଠାରେ କନ୍ଧମାଳ-ଗଜପତି ଜିଲା ସୀମାକୁ ସିଲ କରିଦିଆଯାଇଛି। କରୋନା ସଂକ୍ରମଣ ରୋକିବା ପାଇଁ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଥିବା ସମସ୍ତ ପ୍ରକାର ବ୍ୟାଙ୍କ ପ୍ରତିଷ୍ଠାନ, ସ୍ବାସ୍ଥ୍ୟକେନ୍ଦ୍ର, ଥାନା, ବ୍ଲକ, ତହସିଲ କାର୍ଯ୍ୟାଳୟ ଆଦିକୁ ସାନିଟାଇଜ କରାଯାଉଥିବା ବିଡିଓ ଅଭୁମନ୍ୟୁ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ହୁକିଟୋଲାର ସୌନ୍ଦର୍ଯ୍ୟ

ମହାକାଳପଡ଼ା,୩୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଙ୍ଗୋପସାଗର ନୀଳ ଜଳରାଶି ସହ ବିଶାଳ ବାଲୁକା ଶଯ୍ୟା ଆଇଲାଣ୍ଡ ହୁକିଟୋଲା ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଖୁବ୍‌...

ଭୟଙ୍କର ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ଘାଇକୁ ଖସିଲା ବସ୍, ୭ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୩୦।୧୨: ଉତ୍ତରାଖଣ୍ଡରୁ ବଡ଼ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଅଲମୋରା ଜିଲାରେ ଏକ ଯାତ୍ରୀବାହୀ ବସ ନିୟନ୍ତ୍ରଣ ହରାଇ ଘାଇକୁ ଖସି ଯାଇଥିଲା ।...

ଏହି ଦେଶଗୁଡ଼ିକରେ ନାଗରିକତା ପାଇବା ବହୁତ କଷ୍ଟକର, ଅପେକ୍ଷା କରିବାକୁ ପଡେ ୨୦ରୁ ୨୫ ବର୍ଷ

ନୂଆଦିଲ୍ଲୀ,୩୦।୧୨: ପ୍ରତିବର୍ଷ, ଭାରତରୁ ଲକ୍ଷ ଲକ୍ଷ ଲୋକ ସେମାନଙ୍କର ନାଗରିକତା ପରିତ୍ୟାଗ କରି ବିଦେଶରେ ବସବାସ କରନ୍ତି। ସରକାର ନିକଟରେ ଏହି ବିଷୟରେ ତଥ୍ୟ ପ୍ରକାଶ...

ୟାମିଙ୍କ ଇଚ୍ଛା

ମୁମ୍ବାଇ: ଆଦିତ୍ୟ ଧରଙ୍କ ଫିଲ୍ମ ‘ଧୁରନ୍ଧର’ ୨୦୨୫ର ସବୁଠାରୁ ବଡ଼ ଫିଲ୍ମ ହୋଇଛି। ଏହି ଫିଲ୍ମଟି ସାରା ବିଶ୍ୱରେ ୧୦୦୦ କୋଟିରୁ ଅଧିକ ଆୟ କରିଛି।...

ଜିଲା ପାଇଁ ଗୌରବ ଆଣିଲେ ନେହେରୁ: ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ…

ନୂଆପଡା,୩୦।୧୨(ମକାରୁ ବେମାଲ): ନୂଆପଡା ସଦର ବ୍ଲକ ଭାଲେଶ୍ବର ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଲୟର ଦଶମ ଶ୍ରେଣୀ ଛାତ୍ର ରାଜ୍ୟସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ମେଳାରେ ଦ୍ବିତୀୟ ସ୍ଥାନ...

ଡାଲୋଲ ସବୁଠୁ ଗରମ ସ୍ଥାନ

ଲୋକମାନେ ଯେବେ ଅତ୍ୟଧିକ ଗରମ ସ୍ଥାନ ବିଷୟରେ କଥା ହୁଅନ୍ତି, ସେମାନେ ସାଧାରଣତଃ ସାହାରା କିମ୍ବା ମଧ୍ୟପ୍ରାଚ୍ୟର ସହରଗୁଡ଼ିକ ପରି ମରୁଭୂମି ବିଷୟରେ ଚିନ୍ତା କରନ୍ତି।...

ପ୍ରେମରେ ପଡ଼ିଛନ୍ତି ପ୍ରିୟଙ୍କା ଗାନ୍ଧୀଙ୍କ ପୁଅ: ଏହି ଯୁବତୀ ହେବେ ଭଦ୍ରା ପରିବାରର ବୋହୂ

ନୂଆଦିଲ୍ଲୀ,୩୦।୧୨:କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଏବଂ ରବର୍ଟ ଭଦ୍ରାଙ୍କ ପୁଅ ରେହାନ ପ୍ରେମରେ ପଡ଼ିଛନ୍ତି। ଭଦ୍ରା ପରିବାରର ଭବିଷ୍ୟତ ବୋହୂ ହେଉଛନ୍ତି ଅଭିଭା ବେଗ ।...

ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷା ବେଗମ ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri