Posted inଫୁରସତ

ଆତ୍ମନିର୍ଭରଶୀଳ ଭାରତର ଉଦାହରଣ ସୃଷ୍ଟି କଲେ ଏହି ମହିଳା: ଏଥିରୁ ତିଆରି କଲେ ଇକୋ ଫ୍ରେଣ୍ଡଲି ରାକ୍ଷୀ

ଇନ୍ଦୋର,୨୫।୭: ମହାମାରୀ କରୋନା ଭାଇରସ ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ‘ଆତ୍ମନିର୍ଭର ଭାରତ’ର ମନ୍ତ୍ର ଦେଇଛନ୍ତି। ଏଥିରୁ ଅନୁପ୍ରାଣିତ ହୋଇ ଜଣେ ମହିଳା ନିଆରା ଢ଼ଙ୍ଗରେ ଇକୋ ଫ୍ରେଣ୍ଡଲି ରାକ୍ଷୀ ଓ ଗଣେଶ ମୂର୍ତ୍ତି ତିଆରି କରିଥିବା ଦେଖିବାକୁ ମିଳିଛି। ଆଗକୁ ଗଣେଶ ଚତୁର୍ଥୀ ଓ ରାକ୍ଷାବନ୍ଧନ ଆସୁଛି। ଏହାକୁ ଦୃଷ୍ଟିରେ ରଖି ମଧ୍ୟପ୍ରଦେଶର ଇନ୍ଦୋରରେ ରହୁଥିବା ଶ୍ୱେତା ପାଲିଓ୍ବାଲ ନାମ୍ନୀ ଜଣେ ମହିଳା ଗାଇର ଗୋବରରୁ ରାକ୍ଷୀ, ଗଣେଶ ମୂର୍ତ୍ତି ଓ ଅନ୍ୟାନ୍ୟ ସାମଗ୍ରୀ ପ୍ରସ୍ତୁତ କରିଛନ୍ତି।

ଗଣେଶଙ୍କ ମୂର୍ତ୍ତି ତିଆରି କରିବା ପାଇଁ ସେ ଏଥିରେ ଗାଇର ଗୋବର, ତୁଳସୀ ମଞ୍ଜି ଓ ଅନ୍ୟାନ୍ୟ ଜିନିଷ ବ୍ୟବହାର କରିଛନ୍ତି। ଯାହା ହାଲୁକା ହେବା ସହ ପରିବେଶକୁ କ୍ଷତି ମଧ୍ୟ ପହଞ୍ଚାଇବ ନାହିଁ। ଆଉ ଏହି ମୂର୍ତ୍ତି ଓ ରାକ୍ଷୀକୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ପଠାଇବେ ବୋଲି ଶ୍ୱେତା କହିଛନ୍ତି। ସୂଚନାଯୋଗ୍ୟ, ଶ୍ୱେତା ଚାଇନାର ସାମଗ୍ରୀକୁ ବଏକଟ୍‌ କରିବା ସହ ଭାରତରେ ଉତ୍ପାଦିତ ସାମଗ୍ରୀକୁ ପ୍ରୋତ୍ସାହିତ କରିଛନ୍ତି। ଶ୍ୱେତା ଡିଜାଇନର୍‌ ମାସ୍କ ମଧ୍ୟ ତିଆରି କରୁଛନ୍ତି। କଟନରେ ତିଆରି ହୋଇଥିବା ମାସ୍କ ଗୁଡ଼ିକରେ ବିଭିନ୍ନ ରଙ୍ଗ ଓ ଡିଜାଇନ୍‌ରେ ସେ ଚିତ୍ରିଣ କରୁଥିବା ଜଣାପଡ଼ିଛି। ପ୍ରକୃତିକୁ ଧ୍ୟାନରେ ରଖି ସେ ଏଭଳି ପନ୍ଥା ଆପଣାଇଛନ୍ତି ବୋଲି ଶ୍ୱେତା କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ସ୍ଲିପର ଟ୍ରେନର ଟପ୍‌ ସ୍ପିଡ ଦେବ ରାଜନୈତିକ ଲାଭ! ଭାଜପାକୁ ୧୮୦ ଆସନରେ ମିଳିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନରେ, ମୋଦି ସରକାର ଏକ ବଡ଼ ଘୋଷଣା କରିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି ଯେ ଦେଶର ପ୍ରଥମ...

New Year ୨୦୨୬: ନୂଆବର୍ଷର ପ୍ରଥମ ସନ୍ଧ୍ୟାରେ କରନ୍ତୁ ଏହି ବିଶେଷ ଉପଚାର, ଘରେ ଦେବୀ ଲକ୍ଷ୍ମୀଙ୍କ…

୨୦୨୬ ବର୍ଷ ଆରମ୍ଭ ହୋଇଛି। ଆଜି ନୂତନ ବର୍ଷର ପ୍ରଥମ ଦିନ। ସମସ୍ତେ ନିଜ ପରିବାର ଏବଂ ବନ୍ଧୁମାନଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଉଛନ୍ତି ।...

ପାକ୍‌ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ...

ଏମିତି ଗାଁ: ଯେଉଁଠି ଲୋକେ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍‌ ଅଜବ…

ସାରା ବିଶ୍ୱରେ ଅନେକ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ ପାଇଁ ବେଶ୍‌...

ନୂଆବର୍ଷରେ ଦେଶକୁ ବଡ଼ ଉପହାର, ଏହି ରୁଟରେ ଦୌଡ଼ିବ ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ, ଜାଣନ୍ତୁ କେତେ ରହିବ ଭଡା

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ (ଜାନୁଆରୀ ୧) କେନ୍ଦ୍ରର ମୋଦି ସରକାର ଦେଶକୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ପ୍ରଦାନ କରିଛନ୍ତି। ରେଳ ମନ୍ତ୍ରଣାଳୟ ପ୍ରଥମ...

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ଚିଲିକାରେ ଅଘଟଣ: ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କ ଜୀବନ ଗଲା…

କୃଷ୍ଣପ୍ରସାଦ,୧।୧ (କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡା ଚିଲିକାରେ ନୂଆ ବର୍ଷରେ ଏକ ଅଘଟଣ ଘଟିଛି। ସାତପଡା ଠାରୁ ଜହ୍ନିକୁଦା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri