ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ଆଇସିୟୁ ସିଲ୍‌

ପୁରୀ ଅଫିସ,୨୬।୭: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ କରୋନା। ହସ୍ପିଟାଲର ଆଇସିୟୁରେ ଚିକିତ୍ସିତ ହେଉଥିବା ଜଣେ ରୋଗୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ଆଇସିୟୁକୁ ସାମୟିକଭାବେ ବନ୍ଦ କରି ଦିଆଯାଇଛି । ସମ୍ପୃକ୍ତ ରୋଗୀଙ୍କୁ କୋଭିଡ୍‌ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିବାବେଳେ ଆଇସିୟୁରେ ଥିବା ଆଉ ୩ ରୋଗୀ, ଡ୍ୟୁଟି କରିଥିବା ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କ କରୋନା ଟେଷ୍ଟ ପାଇଁ ସ୍ବାବ୍‌ ସଂଗ୍ରହ କରାଯାଇଛି। ଏଥିସହ ଅନ୍ୟ ୩ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଆଇସିୟୁରେ ଡ୍ୟୁଟି କରିଥିବା ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀ କ୍ବାରାଣ୍ଟାଇନରେ ରହିଛନ୍ତି। ଆଇସିୟୁକୁ ସାନିଟାଇଜ କରାଯାଇଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ ହେଉଛି ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ଆଇସିୟୁରେ ମାତ୍ର ୬ଟି ବେଡ୍‌ ରହିଛି। ବର୍ତ୍ତମାନ ଆଇସିୟୁ ସିଲ୍‌ ହେବା ପରେ ଯଦି କୌଣସି ରୋଗୀ ଗୁରୁତର ହୁଅନ୍ତି ତେବେ ସେମାନଙ୍କୁ ଆଇସିୟୁ ସେବା ମିଳିପାରିବ ନାହିଁ।

ମିଳିଥିବା ସୂଚନା ଅନୁଯାୟୀ, ମୁଖ୍ୟ ଚିକିତ୍ସାଳୟର ଅବସ୍ଥାପିତ ଜଣେ ଅଧିକାରୀଙ୍କ ସମ୍ପର୍କୀୟ କିଛିଦିନ ତଳେ ପଶ୍ଚିମବଙ୍ଗରୁ ଫେରିଥିଲେ। ତାଙ୍କ ଦେହ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେତେବେଳେ ତାଙ୍କର କରୋନା ଟେଷ୍ଟ ହୋଇ ନ ଥିବା କୁହାଯାଉଛି। ଦୁଇଦିନ ତଳେ ଅବସ୍ଥା ଗୁରୁତର ହୋଇପଡ଼ିବାରୁ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ତାଙ୍କ ଚିକିତ୍ସା କରିଥିଲେ। ଶୁକ୍ରବାର ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ଆଇସିୟୁରେ ଡ୍ୟୁଟି କରିଥିବା ଡାକ୍ତର ଏବଂ ଅନ୍ୟ ସ୍ବାସ୍ଥ୍ୟକର୍ମୀ ଭୟଭୀତ ହୋଇପଡ଼ିଥିଲେ। ଏହି ଘଟଣା ଜଣାପଡ଼ିବା ପରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଏକ ପ୍ରକାର ଭୟର ବାତାରବଣ ଖେଳିଯାଇଛି। ପଜିଟିଭ ଚିହ୍ନଟ ହୋଇଥିବା ବ୍ୟକ୍ତିଙ୍କୁ କୋଭିଡ୍‌ ହସ୍ପିଟାଲ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri